ପ୍ରମୂଖ ଖବର
  • ଭୁବନେଶ୍ୱର : ବିଦେଶୀ ମଦ ଦୋକାନ ଉପରେ ଅବକାରୀ ବିଭାଗର ରେଡ୍‌, ପାଣି ମିଶା ମଦ ଜବତ
  • ||
  • ତେଲକୋଇ : ବେଣା ଗାଁରେ ହାତୀପଲଙ୍କ ଉତ୍ପାତ; ଧାନ ସହ ଖାଇଗଲେ ଟଙ୍କା, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ପାଟଣା : ଚମ୍ପୁଆ ରେଞ୍ଜରେ ଦନ୍ତା ଆହତ, ସ୍ବାସ୍ଥ୍ୟାବସ୍ଥା ଅନୁଧ୍ୟାନ କରୁଛି ବିଶେଷଜ୍ଞ ଟିମ୍
  • ||
  • ମାର୍ଶାଘାଇ : ରେଳ ପୋଲ ଉପରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ଭଞ୍ଜନଗର : ବଚସାକୁ କେନ୍ଦ୍ର କରି ଦୁଇ ଭାଇଙ୍କୁ ମରଣାନ୍ତକ ଆକ୍ରମଣ; ବଡ଼ ଭାଇ ମୃତ, ସାନ ଭାଇ ଗୁରୁତର
  • ||
  • ପୁରୁଷ ହକି ଏସିଆନ ଚାମ୍ପିଅନ୍ସ ଟ୍ରଫି: ଆଜି ଚୀନ-ପାକିସ୍ତାନ୍, ଭାରତ-କୋରିଆ ସେମି ଫାଇନାଲ୍‌ ଲଢ଼େଇ
  • ||
  • କରଞ୍ଜିଆ : ଶିମିଳିପାଳ ଅଭୟାରଣ୍ୟରେ ପ୍ରବଳ ବର୍ଷା, ୧୨ ଘଣ୍ଟାରେ ୧୮୩.୮୯୬ ମିମି ବର୍ଷା ରେକର୍ଡ
  • ||
  • ଜଳେଶ୍ବର : ବିପଦ ସଙ୍କେତ ପାର୍‌ କଲା ଜଳକା ନଦୀ, ତଳିଆ ଅଞ୍ଚଳବାସୀ ଭୟଭୀତ
  • ||
  • ଶ୍ରୀମନ୍ଦିରରେ ବଳିବାମନ ବେଶ ନୀତି, ବାମନରୂପି ବାଳକ ରୂପରେ ମହାପ୍ରଭୁ ରତ୍ନ ସିଂହାସନରେ ଉଭା ହେବେ
  • ||
  • ପାଟଣା : ତେଲ ନଦୀ ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ, କେନ୍ଦୁଝର ଓ ମୟୁରଭଞ୍ଜ ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ
  • ||
  • ଆଜି ବି ପ୍ରବଳ ଢାଳିବ ବର୍ଷା: ଦୁଇ ଜିଲ୍ଲାକୁ ଆଲର୍ଟ, ସତର୍କ ରହିବାକୁ ନିର୍ଦ୍ଦେଶ ଦେଲେ ଏସ୍‌ଆରସି
  • ||
  • ବୌଦ୍ଧ : ବାଟୋଇଙ୍କୁ ଧକ୍କା ଦେଇ ଗଛକୁ ପିଟିଲା ପିକ୍ଅ‌ପ୍ ଭ୍ୟାନ୍‌, ୯ ଗୁରୁତର
  • ||

ବଳଭଦ୍ରଙ୍କ ଜନ୍ମ ଉତ୍ସବରେ ବଳଦେବଜୀଉ ମନ୍ଦିରରେ ଭକ୍ତଙ୍କ ଭିଡ଼; ଶ୍ରୀ ଜଗନ୍ନାଥ, ବଳଭଦ୍ରଙ୍କୁ ରାକ୍ଷୀ ବାନ୍ଧିଲେ ମା’ ସୁଭଦ୍ରା

୧୯।୮: ପବିତ୍ର ରକ୍ଷାବନ୍ଧନ ଏବଂ ପ୍ରଭୁ ଶ୍ରୀ ବଳଦେବଜୀଉଙ୍କ ଜନ୍ମ ଉତ୍ସବ । ଭାଇ ହାତରେ ଭଉଣୀ ବାନ୍ଧିଛି ସ୍ନେହ, ପ୍ରେମ, ବିଶ୍ୱାସ ଓ ଭଲପାଇବାର ରାକ୍ଷୀ l ଏହି ପବିତ୍ର ଦିନ ଅବସରରେ ତୁଳସୀ କ୍ଷେତ୍ରର ଆରାଧ୍ୟ ଦେବତା ପ୍ରଭୁ ଶ୍ରୀ ବଳଦେବଜୀଉ ଏବଂ ଜଗତର ନାଥ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ହାତରେ ଭଉଣୀ ସୁଭଦ୍ରା ରାକ୍ଷୀ ବାନ୍ଧିଛନ୍ତି । 

ଏହି ଅବସରରେ କେନ୍ଦ୍ରାପଡ଼ାର ବଳଦେବଜୀଉଙ୍କ ମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେଉଛି । ଶ୍ରୀଜୀଉଙ୍କ ପହଡ଼ ଖୋଲିବା ପରେ ମଙ୍ଗଳ ଆଳତୀ ଶେଷ ହେବା ପରେ ନୀତି ସ୍ନାନ କରାଯାଇଥିଲା । ପ୍ରଭୁ ଶ୍ରୀ ବଳଦେବଜୀଉଙ୍କ ଜନ୍ମଦିନ ପାଇଁ ଦିଅଁମାନଙ୍କୁ ନୂତନ ବସ୍ତ୍ର ପିନ୍ଧାଯାଇଥିଲା । ଧୂପ ପରେ ଶ୍ରୀକ୍ଷେତ୍ର ପୁରୀରୁ ଭଉଣୀ ସୁଭଦ୍ରା ପଠାଇଥିବା ରାକ୍ଷୀକୁ ବଡ଼ ଭାଇ ଶ୍ରୀ ବଳଦେବଜୀଉ ଏବଂ ସାନ ଭାଇ ଶ୍ରୀ ଜଗନ୍ନାଥ ପିନ୍ଧିଥିଲେ । ଶ୍ରୀ ବଳଭଦ୍ରଙ୍କ ଜନ୍ମ ଉତ୍ସବରେ କେନ୍ଦ୍ରାପଡ଼ାର ବଳଦେବଜୀଉ ମନ୍ଦିରରେ ଭକ୍ତଙ୍କ ଭିଡ଼ ଦେଖିବାକୁ ମିଳିଛି । 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.