ପ୍ରମୂଖ ଖବର
  • ଭୁବନେଶ୍ବର : ତ୍ରି-ସ୍ତରୀୟ ପଞ୍ଚାୟତ ଉପନିର୍ବାଚନ ସ୍ଥଗିତ
  • ||
  • ଭୁବନେଶ୍ବର : ପ୍ରକାଶ ପାଇଲା ଯୁକ୍ତ ୨ ପରୀକ୍ଷା ଫଳ, ପୁଅଙ୍କ ତୁଳନାରେ ଝିଅଙ୍କ ପାସ୍ ହାର ଅଧିକ
  • ||
  • ଭୁବନେଶ୍ଵର : ଦୂର ହେଲା ମାତୃତ୍ୱ ଛୁଟି ଦ୍ଵନ୍ଦ୍ଵ, ପ୍ରସବ ତାରିଖର ୩ ମାସ ପୂର୍ବରୁ କିମ୍ଵା ପ୍ରସବର ୬ ମାସ ମଧ୍ୟରେ ମିଳିବ ୧୮୦ ଦିନର ଛୁଟି
  • ||
  • କଟକ : ବାଇକ୍‌ ଦୁର୍ଘଟଣାରେ ଜଣେ ମୃତ; ୨ ଗୁରୁତର
  • ||
  • ଭୟଙ୍କର ବିସ୍ଫୋରଣରେ ଥରିଲା ପାକିସ୍ତାନ; ୪ ଶିଶୁ ମୃତ, ୩୮ ଆହତ
  • ||
  • ସୁନ୍ଦରଗଡ଼ : କଲେଜ୍ ବ୍ରିଜ୍‌କୁ ଦୁର୍ବଳ ଘୋଷଣା ପରେବି ଅବାଧରେ ଯାତାୟାତ କରୁଛି ଭାରୀ ଯାନ, କାର୍ଯ୍ୟାନୁଷ୍ଠାନ ନନେଲେ ଭୁଶୁଡ଼ିବ ପୋଲ
  • ||
  • ସୁନ୍ଦରଗଡ଼ : କୋଏଲ ନଦୀରେ ବୁଡ଼ି ନିଖୋଜ ହୋଇଥିଲେ ଯୁବକ, ଉଦ୍ଧାର ହେଲା ମୃତଦେହ
  • ||
  • ଝାରସୁଗୁଡା : ବାର୍‌ହା ଆକ୍ରମଣରେ ମାଆ ଓ ପୁଅ ଗୁରୁତର, ଡାକ୍ତଖାନାରେ ଭର୍ତ୍ତି
  • ||
  • ଜୁନ୍‌ ୨୩ରେ ପଞ୍ଚାୟତ ଉପନିର୍ବାଚନ; ୪୩ ସରପଞ୍ଚ, ୨୭୨ ୱାର୍ଡସଭ୍ୟ ପାଇଁ ହେବ ଭୋଟ୍‌, ୨୪ରେ ଫଳାଫଳ
  • ||
  • International Tea Day: ଦିନ ଆରମ୍ଭ ହୁଏ ସଞ୍ଜ ବି ସରେ ତାରି ପାଖରେ, କର୍ମକ୍ଲାନ୍ତ ଜୀବନରେ ସେ ତାଜାପଣ ଆଣେ...
  • ||
  • କନ୍ଧମାଳ : ତହସିଲ ଅଫିସରେ ଲାଞ୍ଚ ନେଉଥିଲେ କିରାଣୀ, ଭିଡିଓ ଭାଇରାଲ...
  • ||
  • ଭୁବନେଶ୍ଵର : ବୁଧବାର ଅପରାହ୍ନ ୪ଟାରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ, ସିଏଚ୍‌ଏସ୍‌ଇ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ
  • ||
  • ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ : ଉପକୂଳ ଓ ପଶ୍ଚିମ ଓଡ଼ିଶାରୁ ଖସୁନି ତାତି, ୫ ଦିନରେ କେରଳ ଛୁଇଁପାରେ ମୌସୁମୀ
  • ||
  • ମୟୂରଭଞ୍ଜ : ଚୋରି ବଳଦ ସହ ଗାଡ଼ି ଜବତ, ଡ୍ରାଇଭର ଏବଂ ସହଯୋଗୀ ଫେରାର
  • ||
  • ବଲାଙ୍ଗୀର : ମୋବାଇଲ ଚୋରି ଘଟଣାରେ ଅଭିଯୁକ୍ତ ଗିରଫ
  • ||

ପଛୁଆ ବର୍ଗଙ୍କୁ ଶିକ୍ଷା ଓ ଚାକିରି କ୍ଷେତ୍ରରେ ୨୭% ସଂରକ୍ଷଣ ଦାବି; ରାଜଭବନ ସାମ୍ନାରେ ଗର୍ଜିଲା ବିଜେଡି

Published By : Manash Sahoo | May 21, 2025 3:17 PM

ଭୁବନେଶ୍ୱର ୨୧/୦୫ : ତେଜିଲା ସଂରକ୍ଷଣ ରାଜିନୀତି l ଓବିସି ପିଲାଙ୍କୁ ଶିକ୍ଷା କ୍ଷେତ୍ରରେ ୨୭ ପ୍ରତିଶତ ସଂରକ୍ଷଣ ଦାବିରେ ବିଜେଡି କରିଛି ଆନ୍ଦୋଳନ । ରାଜଭବନ ଆଗରେ ବିଜୁ ଜନତା ଦଳର ପକ୍ଷରୁ ଧାରଣା ଦିଆଯାଇଛି । ଦୀର୍ଘ ଦିନ ପରେ ଏକ ବଡ଼ ଆନ୍ଦୋଳନରେ ବହୁ ସଂଖ୍ୟାରେ ବିଜେଡି ନେତା, କର୍ମକର୍ତ୍ତା ସାମିଲ ହୋଇଥିଲେ । ଏହି ପ୍ରତିବାଦ ସଭାରେ ବିଜେଡି ନେତାମାନେ କହିଲେ, ଯାହାର ସଂଖ୍ୟା ଯେତେ ତାହାର ଭାଗ ସେତେ ହେବା ଦରକାର ।

ଓବିସିଙ୍କୁ ୨୭ ପ୍ରତିଶତ ସଂରକ୍ଷଣ ପ୍ରଦାନ କରିବାକୁ ଦାବି କରି ଆସୁଛି ବିଜେଡି । କିଛି ଦିନ ତଳେ ରାଜ୍ୟ ସରକାର ଶିକ୍ଷା କ୍ଷେତ୍ରରେ ଓବିସିଙ୍କୁ ୧୧.୨୫ ପ୍ରତିଶତ ସଂରକ୍ଷଣ ପ୍ରଦାନ କରିବାକୁ ନିଷ୍ପତ୍ତି ନେଇଥିଲେ । ମାତ୍ର ଏହା ପଛୁଆ ବର୍ଗଙ୍କୁ ଧୋକା ବୋଲି ବିଜେଡି ନେତା କହିଛନ୍ତି । ସରକାରୀ କଲେଜ ଓ ବିଶ୍ୱବିଦ୍ୟାଳୟରେ ଯେଉଁଠି ସିଟ୍ ଖାଲି ପଡୁଛି, ସେଠି ସଂରକ୍ଷଣ ଦିଆଯାଇଛି । ଏଥିରେ କ’ଣ ଫାଇଦା ମିଳିବ ? ଓବିସି ଛାତ୍ରଛାତ୍ରୀଙ୍କୁ ମେଡିକାଲ, ଇଞ୍ଜିନିୟରିଂ କ୍ଷେତ୍ରରେ ସଂରକ୍ଷଣ କାହିଁକି ଦିଆଯାଉନି ? ତେଣୁ ଓବିସିମାନଙ୍କୁ ଶିକ୍ଷା କ୍ଷେତ୍ରରେ ୨୭ ପ୍ରତିଶତ ସଂରକ୍ଷଣ ଦେବାକୁ ଦଳ ଦାବି କରିଛି ବିଜେଡି । କେବଳ ଶିକ୍ଷା ନୁହେଁ, ବୃତ୍ତିଗତ ଶିକ୍ଷାରେ ସଂରକ୍ଷଣ ଦିଆଯାଉ । ଚାକିରି କ୍ଷେତ୍ରରେ ସଂରକ୍ଷଣ ନ ମିଳିଲେ କିଛି ଲାଭ ମିଳିବନି ବୋଲି ବିଜୁ ଜନତା ଦଳର ନେତାମାନେ କହିଥିଲେ । ସରକାର ଯଦି ଦାବି ନ ଶୁଣନ୍ତି ତେବେ ଆଗକୁ ଏ ଆନ୍ଦୋଳନ ଆହୁରି ତୀବ୍ର ଓ ବ୍ୟାପକ ହେବ ବୋଲି ବିଜେଡି କହିଛି । 

ବିଜେଡିର ସଂରକ୍ଷଣ ଆନ୍ଦୋଳନରେ ବରିଷ୍ଠ ନେତା ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ଅରୁଣ ସାହୁ, ପ୍ରମିଳା ମଲ୍ଲିକ, ପ୍ରତାପ ଜେନା, ପ୍ରତାପ କେଶରୀ ଦେବ, ଦେବୀ ରଂଜନ ତ୍ରିପାଠୀ, ସେଂହାଗିନୀ ଛୁରିଆ, ବ୍ୟୋମକେଶ ରାୟ, ସୁଲୋଚନା ଦାସ ପ୍ରମୁଖ ସାମିଲ ହୋଇଥିଲେ l ଶେଷରେ ବିଜେଡିର ପ୍ରତିନିଧି ଦଳ ରାଜଭବନ ଯାଇ ରାଜ୍ୟପାଳଙ୍କୁ ସ୍ମାରକ ପତ୍ର ଦେଇଛନ୍ତି l

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.