ପ୍ରମୂଖ ଖବର
  • ବେଙ୍ଗାଲୁରୁ ଦଳାଚକଟା ଘଟଣାରେ ବଡ଼ ଆକ୍ସନ, ଏୟାରପୋର୍ଟରୁ RCB ମାର୍କେଟିଂ ହେଡ୍ ଗିରଫ
  • ||
  • ଅଦିନିଆ ବର୍ଷା କ୍ଷୟକ୍ଷତି ଦାବିରେ ରାସ୍ତା ଅବରୋଧ, କୃଷକ ସଂଗଠନର ୧୨ ଘଣ୍ଟିଆ ବନ୍ଦ ପାଳନ
  • ||
  • ୯ରେ ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି, ଜନଶୁଣାଣି ପୋର୍ଟାଲରେ କରିବାକୁ ପଡ଼ିବ ପଞ୍ଜୀକରଣ
  • ||
  • ଆଜି ଆସିବ ମୁଦ୍ରାନୀତି ବୈଠକ ଫଳାଫଳ, ସାଧାରଣ ଲୋକଙ୍କ ମିଳିପାରେ ଆଶ୍ୱସ୍ତି,ଶସ୍ତା ହୋଇପାରେ ଗୃହ, ଗାଡ଼ି ଋଣ
  • ||
  • ଇଂଲଣ୍ଡ ଗସ୍ତରେ ଟିମ୍ ଇଣ୍ଡିଆ, ଶୁଭମନଙ୍କ ନେତୃତ୍ବରେ ପଡିଆକୁ ଓହ୍ଲାଇବ ଟିମ୍, ବୁମରା ଖେଳିବେ ୩ଟି ଟେଷ୍ଟ
  • ||
  • ବଡ଼ଦେଉଳରେ ରୁକ୍ମିଣୀ ହରଣ ଏକାଦଶୀ ନୀତି, ଅପରାହ୍ଣ ୧ଟାରୁ ସନ୍ଧ୍ୟା ୬ଟା ଦର୍ଶନ କଟକଣା
  • ||
  • ଶୁକ୍ରବାର ବସିବ ରାଜ୍ୟ କ୍ୟାବିନେଟ୍‌ ବୈଠକ, ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • ବଢିଲା ଟ୍ରମ୍ପ-ମସ୍କ କଳି ; ଟ୍ରମ୍ପଙ୍କ ବିରୋଧରେ ମହାଭିଯୋଗ ଚାହାନ୍ତି ମସ୍କ, କହିଲେ ଜେଡି ଭାନ୍ସଙ୍କୁ ମିଳୁ ରାଷ୍ଟ୍ରପତି ପଦ
  • ||
  • ଜୁନ୍‌ ୧୨ ଆଗରୁ ଫେରିବନି ମୌସୁମୀ : ଆଗକୁ ଆହୁରି ସିଝାଇବ, ଛଟପଟ କରିବ ତାତି, ଲଘୁଚାପ ହିଁଁ ଭରସା
  • ||

ଚାଷୀଙ୍କୁ କ୍ଷତିପୂରଣ ଦାବିରେ ଜିଲ୍ଲାପାଳ ଚ୍ୟାମ୍ବରରେ ଧସେଇ ପଶିଲେ ବିଜେଡି ନେତା

Published By : Ladu Kishor | June 4, 2025 5:27 PM

ବରଗଡ୦୪/୬ :ବରଗଡ଼ ଜିଲ୍ଲାରେ ଅଦିନିଆ ବର୍ଷା ଯୋଗୁ ଚାଷୀଙ୍କୁ ବ୍ୟାପକ କ୍ଷତି ସହିବାକୁ ପଡ଼ିଛି। ଧାନ ଅମଳ ଓ ସଂଗ୍ରହ ସମୟରେ ବର୍ଷା ହେବା ଯୋଗୁଁ କ୍ଷେତ, ଖଳାରେ ରହିଥିବା ଧାନ ଉଜୁଡି ଯାଇଛି । ଏଭଳି ସ୍ଥିତିରେ ଏପର୍ଯ୍ୟନ୍ତ କ୍ଷତିଗ୍ରସ୍ତ ଚାଷୀ ମାନଙ୍କ ପାଇଁ ସରକାର କ୍ଷତିପୂରଣ ଘୋଷଣା କରି ନାହାନ୍ତି। ଯାହାକୁ ନେଇ ବିଜେଡି ତୀବ୍ର ଅସନ୍ତୋଷ ବ୍ୟକ୍ତ କରି ଆଜି ବୁଧବାର ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ କରିଛି ।

 ଦଳର ଜିଲ୍ଲା ସଭାପତି ସୁଶାନ୍ତ ମହାପାତ୍ରଙ୍କ ନେତୃତ୍ୱରେ ପଦ୍ମପୁର ବିଧାୟିକା ବର୍ଷା ସିଂ ବରିହା, ପୂର୍ବତନ ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ, ପୂର୍ବତନ ମନ୍ତ୍ରୀ ରୀତା ସାହୁ, ପୂର୍ବତନ ମନ୍ତ୍ରୀ ସ୍ନେହାଙ୍ଗିନୀ ଛୁରିଆଙ୍କ ସମେତ ଅନେକ ଦଳୀୟ କାର୍ଯ୍ୟକର୍ତ୍ତା, କର୍ମୀ ଦାବିପତ୍ର ପ୍ରଦାନ କରିବା ପାଇଁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିଥିଲେ। ତେବେ ଦାବି ପତ୍ର ଗ୍ରହଣ ପାଇଁ ଜିଲ୍ଲାପାଳ ନଆସିବାରୁ ଉତ୍ତେଜନା ପ୍ରକାଶ ପାଇଥିଲା। ଫଳରେ ବିଜେଡି ବିଧାୟିକା, ପୂର୍ବତନ ବିଧାୟକ, ପୂର୍ବତନ ମନ୍ତ୍ରୀଙ୍କ ସମେତ ସମସ୍ତ କାର୍ଯ୍ୟକର୍ତ୍ତା, କର୍ମୀ ଜିଲ୍ଲାପାଳଙ୍କ ଚ୍ୟାମ୍ବରକୁ ଧସେଇ ପଶିଥିଲେ। ଏହି ସମୟରେ ପୋଲିସ ସହିତ କଥା କଟାକଟି ହୋଇଥିଲା। ତେବେ ଚ୍ୟାମ୍ବରରେ ଜିଲାପାଳ ଉପସ୍ଥିତ ନ ଥିବାରୁ ସେମାନେ ସେଠାରେ ତଳେ ଧାରଣାରେ ବସି ଯାଇଥିଲେ। ଜଣେ ନିର୍ବାଚିତ ବିଧାୟକ, ଦୁଇ ଜଣ ପୂର୍ବତନ ମନ୍ତ୍ରୀ, ଦୁଇ ଜଣ ପୂର୍ବତନ ବିଧାୟକ ତଳେ ବସିଯିବାରୁ ପୁଲିସ ପାଇଁ ଲଜ୍ଜାର ବିଷୟ ପାଲଟି ଯାଇଥିଲା l ଉଠିଯିବା ପାଇଁ ବାରମ୍ବାର କହିବାରୁ ପୁଲିସ -ବିଜେଡି ମୁହାଁମୁହିଁ ସ୍ଥିତି ସୃଷ୍ଟି ହୋଇଥିଲା l ପରେ ଏଡିଏମଙ୍କ ମଧ୍ୟସ୍ଥାରେ ଜିଲ୍ଲାପାଳ ଆଦିତ୍ୟ ଗୋୟଲ ପହଞ୍ଚି ଦାବିପତ୍ର ଗ୍ରହଣ କରିବା ପରେ ନେତୃ ବୃନ୍ଦ ତଳୁ ଉଠିବା ସହ ଉତ୍ତେଜନା ପ୍ରଶମିତ ହୋଇଥିଲା l

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.