ଭୁବନେଶ୍ୱର ୨୯/୦୩: ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଏପ୍ରିଲ୧୨ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ। ବିଭିନ୍ନ ସରକାରୀ ପ୍ରକଳ୍ପର ଉଦଘାଟନ କରିବା ସହ ବିଜେପିର ସାଙ୍ଗଠନିକ କାର୍ଯ୍ୟକ୍ରମରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏନେଇ କନ୍ଧମାଳ ବିଜେପି ସାଂସଦ ସୁକାନ୍ତ ପାଣିଗ୍ରାହୀଙ୍କ ସୂଚନା ଦେଇଛନ୍ତି।
ସେହିଭଳି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ଓଡ଼ିଶା ଗସ୍ତ ପରେ ରାଜ୍ୟ ବିଜେପିକୁ ମିିଳିପାରେ ନୂଆ ସଭାପତି । ଏପ୍ରିଲ ୧୪ ତାରିଖ ପରେ ରାଜ୍ୟ ସଭାପତିଙ୍କ ନାଁ ଘୋଷଣା ହୋଇପାରେ ବୋଲି କନ୍ଧମାଳ ସାଂସଦ ସୂଚନା ଦେଇଛନ୍ତି। ତେବେ ମନମୋହନ ସାମଲ ରିପିଟ୍ ହେବେ ନାଁ ଆଉ କେଉଁ ନୂଆ ମୁହଁକୁ ସୁଯୋଗ ମିଳିବ ତାହା ଦେଖିବାକୁ ବାକି ରହିଲା ।