ପ୍ରମୂଖ ଖବର
  • କଟକ : ଗୁଡ଼ି ଦୋକାନରେ ପୋଲିସର ରେଡ୍‌, ଜବତ ହେଲା ଚାଇନିଜ୍‌ ମାଞ୍ଜା ସୂତା
  • ||
  • ହିନ୍ଦୋଳ : ଘରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ସ୍ୱାମୀ ଅଟକ
  • ||
  • ହିନ୍ଦୋଳ : କ୍ରିକେଟ୍‌ ଖେଳକୁ ନେଇ ବେଡ଼ାପଡ଼ା ଗାଁରେ ଗୋଷ୍ଠୀ ସଂଘର୍ଷ, ଜଣେ ଗୁରୁତର
  • ||
  • ଡମଣା ଛକ ନିକଟରେ ସିରିଜ ଦୁର୍ଘଟଣା, ଅଳ୍ପକେ ବର୍ତ୍ତିଲେ ସ୍କୁଟି ଚାଳକ
  • ||
  • ସୋମବାର ଆୟୁଷ୍ମାନ୍‌ ଭାରତ ପାଇଁ ହେବ ବୁଝାମଣା ପତ୍ର ସ୍ୱାକ୍ଷର, ଦିଲ୍ଲୀରେ ଉପସ୍ଥିତ ରହିବେ ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ
  • ||
  • ଶ୍ରୀଲିଙ୍ଗରାଜଙ୍କ ପୁଷ୍ୟାଭିଷେକ ନୀତି: ୧୦୮ ଗରା ତୀର୍ଥ ଜଳରେ ସ୍ନାନ କରିବେ ମହାପ୍ରଭୁ
  • ||
  • ଘନ କୁହୁଡିରେ ଲୁଚିଗଲା ସୂର୍ଯ୍ୟମନ୍ଦିର, ସୂକ୍ଷ୍ମ କାରୁକାର୍ଯ୍ୟ ଦେଖି ପାରିଲେନି ପର୍ଯ୍ୟଟକ
  • ||
  • କରଞ୍ଜିଆ : ଚିକିତ୍ସାଧିନ ଅବସ୍ଥାରେ ପ୍ରାଣ ହରାଇଲା ‘ମହେନ୍ଦ୍ର’ ହାତୀ, ବ୍ୟବଚ୍ଛେଦ ପରେ ହେବ ଶବ ସଂସ୍କାର
  • ||
  • ଶ୍ରୀମନ୍ଦିରରେ ଦେବାଭିଷେକ ନୀତି: ଆଜି ମହାପ୍ରଭୁଙ୍କ ରାଜାଧିରାଜ ଓ ନବାଙ୍କ ବେଶ
  • ||
  • ସୁବର୍ଣ୍ଣପୁର : ଇଥାନଲ ପ୍ଲାଣ୍ଟ ମେସିନରେ ଚାପି ହୋଇ ଶ୍ରମିକଙ୍କ ମୃତ୍ୟୁ
  • ||

ରାହୁଲ ଗାନ୍ଧୀଙ୍କ ବିରୋଧରେ ନିର୍ବାଚନ କମିଶନରେ ଅଭିଯୋଗ କଲା ବିଜେପି

Published By : Tapas Panda | April 22, 2024 10:39 PM

Image Courtesy: prabhatkhabar

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନକୁ ନେଇ ଦେଶରେ ଆରୋପ ପ୍ରତ୍ୟାରୋପ ରାଜନୀତି ଜୋର ଧରିଛି । ସୋମବାର କଂଗ୍ରେସ ଏବଂ ବିଜେପି ପରଷ୍ପର ବିରୋଧରେ ଅଭିଯୋଗ ଧରି ନିର୍ବାଚନ କମିଶନଙ୍କ ପାଖରେ ପହଞ୍ଚିଛନ୍ତି । ପ୍ରଥମେ କଂଗ୍ରେସ ପ୍ରଧାନମନ୍ତ୍ରୀ ମୋଦୀଙ୍କ ବିରୋଧରେ ୧୭ଟି ଅଭିଯୋଗ ଧରି ନିର୍ବାଚନ କମିଶନଙ୍କ ପାଖରେ ଫେରାଦ ହୋଇଥିଲା । ପରେ ବିଜେପି ରାହୁଲ ଗାନ୍ଧୀଙ୍କ ମନ୍ତବ୍ୟ ଏବଂ ସେ ବ୍ୟବହାର କରିଥିବା ଶବ୍ଦ ବିରୋଧରେ ନିର୍ବାଚନ କମିଶନରେ ପହଞ୍ଚିଛି । 

ନିଜ ଅଭିଯୋଗରେ ରାହୁଲ ଗାନ୍ଧୀଙ୍କୁ ଅଭ୍ୟାସଗତ ଅପରାଧୀ ବୋଲି ଦର୍ଶାଇଛି ବିଜେପି । ଦେଶ ଭିତରେ ଯେଉଁଭଳି ଭାଷା ପ୍ରୟୋଗ କରୁଛନ୍ତି ଏବଂ ଲୋକମାନଙ୍କୁ ପରଷ୍ପର ବିରୋଧରେ ଲଢ଼େଇ କରିବାକୁ ଉସୁକାଉଛନ୍ତି, ସେନେଇ ନିର୍ବାଚନ କମିଶନରଙ୍କୁ ଅଭିଯୋଗ କରିବା ସହ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରିଛୁ ବୋଲି ବିଜେପିର ପ୍ରତିନିଧିମଣ୍ଡଳୀ କହିଛନ୍ତି । 

ବିଜେପି ନେତା ଅଭିଯୋଗ କରିଛନ୍ତି ଯେ, ରାହୁଲ ଗାନ୍ଧୀ ଦେଶର ଉତ୍ତର ଓ ଦକ୍ଷିଣ ଭାଗକୁ ଲଢ଼ାଇବାକୁ ଷଡ଼ଯନ୍ତ୍ର କରୁଛନ୍ତି । କଂଗ୍ରେସ ଉତ୍ତର ଓ ଦକ୍ଷିଣ ମଧ୍ୟରେ ମତଭେଦ ସୃଷ୍ଟି କରିବାକୁ ଚାହୁଁଛି ବୋଲି ବିଜେପି ନେତା ତରୁଣ ଚୁଘ୍ କହିଛନ୍ତି । ଦେଶ ବିକାଶ କରୁଥିବା ବେଳେ ରାହୁଲ ଗାନ୍ଧୀ ଦେଶକୁ ଭାଗ ଭାଗ କରିବାକୁ ଚାହୁଁଛନ୍ତି ବୋଲି ସେ ଅଭିଯୋଗ କରିଛନ୍ତି । ତେଣୁ ଆମେ ରାହୁଲ ଗାନ୍ଧୀଙ୍କ ବିରୋଧରେ ଲିଖିତ ଅଭିଯୋଗ କରିବା ସହ କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଛୁ ବୋଲି ତରୁଣ ଚୁଘ୍‌ କହିଛନ୍ତି ।   

 

  • BJP
  • Rahul Gandhi
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.