ପ୍ରମୂଖ ଖବର
  • ପାକିସ୍ତାନରେ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହେଲିକପ୍ଟର କ୍ରାସ୍, ପାଇଲଟଙ୍କ ସମେତ ୫ ମୃତ
  • ||
  • ଚାକିରି କ୍ଷେତ୍ରରେ ମହିଳାଙ୍କ ଅଂଶଗ୍ରହଣ ୫୦ ପ୍ରତିଶତକୁ ବୃଦ୍ଧି କରିବେ ଉତ୍ତର ପ୍ରଦେଶ ସରକାର
  • ||
  • ଅଷ୍ଟ୍ରେଲିଆରେ ଭାରତ ବିରୋଧୀ ସ୍ଲୋଗାନ, ସ୍ୱାଧୀନତା ଦିବସରେ ଖଲିସ୍ତାନ ସମର୍ଥକଙ୍କ ଦାଦାଗିରି
  • ||
  • ଦୟାନଦୀରେ ବୁଡ଼ିଗଲେ ଦୁଇ ନାବାଳକ; ଜଣଙ୍କ ମୃତଦେହ ଉଦ୍ଧାର, ଜଣେ ନିଖୋଜ
  • ||
  • ଭବାନୀପାଟଣା : ମାଣିକେଶ୍ଵରୀ ହାଇସ୍କୁଲର ଛାତ୍ରଙ୍କୁ ଛୁରାମାଡ଼, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||
  • ଅଗଷ୍ଟ ୧୬ରେ ମାଟ୍ରିକ୍‌ ସପ୍ଲିମେଣ୍ଟାରୀ, ଏସ୍‌ଓଏସ୍‌ସି ଫଳ; ମଧାହ୍ନ ୧୨ଟାରେ ୱେବ୍‌ସାଇଟ୍‌ରେ ଉପଲବ୍ଧ ହେବ ରେଜଲ୍ଟ
  • ||
  • ଭାରତକୁ ଆମେରିକାର ଧମକ, ରୁଷ ସହ କଥା ବିଗିଡ଼ିଲେ ଟାରିଫ୍‌ ବଢ଼ିବ: ଆଜି ଆଲାସ୍କାରେ ଟ୍ରମ୍ପ-ପୁଟିନ୍‌ ଆଲୋଚନା
  • ||
  • ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମ ନୀତି, ଶୁକ୍ରବାର ସାନ୍ଧ୍ୟା ୭ଟାରୁ ରାତି ୧୨ଟା ଯାଏ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ
  • ||
  • କୋଣାର୍କ : ରୋଷେଇ କରିବା ବେଳେ ଗ୍ୟାସ୍‌ରେ ଲାଗିଲା ନିଆଁ, ଦମ୍ପତିଙ୍କ ସମେତ ୩ ଗୁରୁତର
  • ||
  • ୭୯ତମ ସ୍ୱାଧୀନତା ଦିବସ, ଲାଲକିଲ୍ଲାରୁ ପତାକା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ
  • ||
  • ୩ ଦିନ ପ୍ରବଳ ବର୍ଷା ସମ୍ଭାବନା, ବିଭିନ୍ନ ଜିଲ୍ଲାକୁ ଆଲର୍ଟ; ଆସୁଛି ଆଉ ଦୁଇ ଲଘୁଚାପ, ଭରଣା ହେବ ନିଅଣ୍ଟିଆ ବର୍ଷା
  • ||
  • ଦେଶ ପାଳୁଛି ୭୯ତମ ସ୍ବାଧୀନତା ଦିବସ, ଲାଲକିଲ୍ଲାରେ ତ୍ରିରଙ୍ଗା ଉଡ଼ାଇବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||

ରାହୁଲ ଗାନ୍ଧୀ ଓ ଜଗଦୀଶ ଟାଇଟଲରଙ୍କୁ ଟାର୍ଗେଟ କଲା ବିଜେପି; ଉଠିଲା ୧୯୮୪ ମସିହା ଶିଖ ଦଙ୍ଗା ପ୍ରସଙ୍ଗ

Published By : Bijay Swain | August 15, 2025 8:53 PM

ନୂଆଦିଲ୍ଲୀ: ଭାରତୀୟ ଜନତା ପାର୍ଟି (ବିଜେପି) କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ ପୂର୍ବତନ କଂଗ୍ରେସ ନେତା ଜଗଦୀଶ ଟାଇଟଲରଙ୍କୁ ୧୯୮୪ ଶିଖ ଦଙ୍ଗା ପ୍ରସଙ୍ଗରେ କଡା ସମାଲୋଚନା କରିଛି। ସ୍ୱାଧୀନତା ଦିବସ ଅବସରରେ କଂଗ୍ରେସ ପକ୍ଷରୁ ଆୟୋଜିତ ପତାକା ଉତ୍ତୋଳନ କାର୍ଯ୍ୟକ୍ରମରେ ଜଗଦୀଶ ଟାଇଟଲରଙ୍କ ଉପସ୍ଥିତିକୁ ନେଇ ବିଜେପି ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି। 

ବିଜେପି ନେତା ଅମିତ ମାଲବ୍ୟ ଏନେଇ ଅଭିଯୋଗ କରିଛନ୍ତି ଯେ, ୧୯୮୪ ଶିଖ ଦଙ୍ଗା ସହ ଜଡ଼ିତ ଥିବା ବ୍ୟକ୍ତିଙ୍କୁ କଂଗ୍ରେସ ଏଭଳି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମରେ ସାମିଲ କରି ଶିଖ ସମୁଦାୟର ଆବେଗକୁ ଅପମାନ କରିଛି। ସେ ରାହୁଲ ଗାନ୍ଧୀଙ୍କୁ ଏହି ଘଟଣା ପାଇଁ କ୍ଷମା ମାଗିବାକୁ ଦାବି କରିଛନ୍ତି। 

ଆପଣଙ୍କୁ ଜଣାଇରଖୁ ଯେ ୧୯୮୪ ମସିହାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ହତ୍ୟା ପରେ ଦିଲ୍ଲୀ ସମେତ ଦେଶର ବିଭିନ୍ନ ସ୍ଥାନରେ ଶିଖ ବିରୋଧୀ ଦଙ୍ଗାରେ ହଜାର ହଜାର ଲୋକଙ୍କର ମୃତ୍ୟୁ ହୋଇଥିଲା। ଏହି ଘଟଣାରେ ଜଗଦୀଶ ଟାଇଟଲରଙ୍କ ନାମ ଅଭିଯୋଗରେ ଜଡ଼ିତ ଥିବା ବେଳେ ସେ ବାରମ୍ୱାର ନିଜକୁ ନିର୍ଦ୍ଦୋଷ ବୋଲି ଦାବି କରିଆସୁଛନ୍ତି। 

କଂଗ୍ରେସ ପକ୍ଷରୁ ଏ ସମ୍ପର୍କରେ କୌଣସି ପ୍ରତିକ୍ରିୟା ମିଳିନଥିବା ବେଳେ ଏହି ଘଟଣା ରାଜନୈତିକ ବିତର୍କକୁ ଆହୁରି ତୀବ୍ର କରିଛି। ବିଜେପି ଏହାକୁ ଏକ ରାଜନୈତିକ ମୁଦ୍ଦା ଭାବେ ଉଠାଇ କଂଗ୍ରେସ ଉପରେ ଶିଖ ସମୁଦାୟର ଅପମାନ ଅଭିଯୋଗ ଲଗାଇଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.