ପ୍ରମୂଖ ଖବର
  • ପଦ୍ମପୁର : ଶିକ୍ଷକ ଦାବିରେ ସ୍କୁଲରେ ପଡ଼ିଲା ତାଲା, ବିଦ୍ୟାଳୟ ବାହାରେ ଧାରଣା ଦେଲେ ଛାତ୍ରଛାତ୍ରୀ ଓ ଅବିଭାବକ
  • ||
  • ୨ ଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ନିର୍ବାଚନ ପ୍ରଚାର ହେବେ ସାମିଲ୍
  • ||
  • ବ୍ରହ୍ମପୁର : ଏମକେସିଜି ମେଡିକାଲ ନର୍ସିଙ୍ଗ ସଙ୍ଘର କାର୍ଯ୍ୟବନ୍ଦ ଆନ୍ଦୋଳନ; ଜରୁରୀ କାଳୀନ ସେବା ବନ୍ଦ, ରୋଗୀ ହନ୍ତସନ୍ତ
  • ||
  • ଆଠମଲ୍ଲିକ : ବାର୍‌ହା ଶିକାର କରିବାକୁ ଯାଇ ଶିକାରୀ ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଆସ୍କା : ବିଦ୍ୟୁତ ଆଘାତରେ ଯୁବକ ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • କାମାକ୍ଷାନଗର : ବିଦ୍ୟୁତ ଆଘାତରେ ଦେଢ଼ ବର୍ଷର ଶିଶୁ ପୁତ୍ରର ମୃତ୍ୟୁ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଉମରକୋଟ : ତିନି ହାତୀ ଆକ୍ରମଣରେ ବ୍ୟକ୍ତିଙ୍କ ମୃତ୍ୟୁ, ମୃତକଙ୍କ ପରିବାରକୁ ମିଳିବ ସରକାରୀ ସାହାୟତା
  • ||
  • ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ବଡ଼ ଧରଣର ବିସ୍ଫୋରଣ, ୫ ଶ୍ରମିକ ଆହତ
  • ||
  • ମର୍ଶାଘାଇ : ଦିବ୍ୟାଙ୍ଗଙ୍କ ଦୋକାନ ଉପରେ ମାଡିଗଲା ମାଲବାହୀ ଟ୍ରକ୍, ଅଳ୍ପକେ ବର୍ତ୍ତିଗଲେ ୪ ଜଣ
  • ||
  • ମୋହନା : ମିନି ଟ୍ରକ୍‌ ଧକ୍କାରେ ଶ୍ରମିକ ଗୁରୁତର, ଜାତୀୟ ରାଜପଥ ଅବରୋଧ କଲେ ଗ୍ରାମବାସୀ
  • ||
  • ଦରମା ନପାଇବାରୁ ସମଲେଇ ମନ୍ଦିର ପରିସରରେ ସୁରକ୍ଷାକର୍ମୀଙ୍କ ଧାରଣା
  • ||
  • ସୋସିଆଲ ମିଡିଆ ପୋଷ୍ଟରୁ ଅଶାନ୍ତ ଭଦ୍ରକ: ଲାଗିଲା ୧୬୩ ଧାରା, ୧୦ ପ୍ଲାଟୁନ୍‌ ଫୋର୍ସ ମୁତୟନ, ୧୦ ଗିରଫ
  • ||
  • ରେଳ ଧାରଣା ଦାବିରେ ପାଟଣାଗଡ ୧୨ଘଣ୍ଟିଆ ବନ୍ଦ, ଯାନବାହନ ଚଳାଚଳ ଠପ୍‌
  • ||
  • ବିଶ୍ୱ ଅର୍ଥନୀତି ପାଇଁ ସତର୍କଘଣ୍ଟି: ଚରମ ସ୍ତରରେ ବେକାରି ହାର, ୨୦୦୮ ଭଳି ଲକ୍ଷଣ ଦେଖିବାକୁ ମିଳିଲାଣି
  • ||
  • ବୌଦ୍ଧ : ସରପଞ୍ଚଙ୍କ ଗୁଳିମାଡରେ ଯୁବକ ଗୁରୁତର, ପୂର୍ବ ଶତ୍ରୁତାକୁ ନେଇ ଆକ୍ରମଣ ହୋଇଥିବା ସନ୍ଦେହ
  • ||
  • ଶନିବାର ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ, ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ, ୪ଟି ପ୍ରସ୍ତାବରେ ବାଜିପାରେ ମୋହର
  • ||
  • ଜଳେଶ୍ୱର : ଅଧୁରା ରହିଗଲା ଜଗା ଦର୍ଶନ;୨୦ ଫୁଟ ତଳକୁ ଖସିଲା ଟୁରିଷ୍ଟ ବସ୍‌, ୪ ମୃତ
  • ||
  • ରାଜ୍ୟରେ ଆଜିଠୁ କମିବ ବର୍ଷା, ଅକ୍ଟୋବର ୧ରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା, ୬ରେ ଲଘୁଚାପ
  • ||

ବିଜେପି ପାଳୁଛି କଳା ଦିବସ, ଜରୁରୀକାଳୀନ ପରିସ୍ଥିତିକୁ ବିରୋଧ କରିଥିବା ବ୍ୟକ୍ତିତ୍ୱଙ୍କୁ କରିବ ସମ୍ମାନିତ

ନୂଆଦିଲ୍ଲୀ,୨୫/୬ : ସାରା ଦେଶରେ ବିଜେପି ପାଳୁଛି କଳା ଦିବସ। ୧୯୭୫ ମସିହା ଜୁନ୍ ୨୫ ତାରିଖରେ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ଇନ୍ଦିରା ଗାନ୍ଧି ସାରା ଦେଶରେ ଜରୁରୀକାଳୀନ ପରିସ୍ଥିତି ଘୋଷଣା କରିଥିଲେ । ଏହାକୁ ବିରୋଧ କରି ପ୍ରତିବର୍ଷ ଜୁନ୍ ୨୫ ତାରିଖକୁ କଳା ଦିବସ ଭାବେ ପାଳନ କରି ଆସୁଛି ବିଜେପି । ଏହାସହ ଜରୁରୀକାଳୀନ ପରିସ୍ଥିତିକୁ ବିରୋଧ କରିଥିବା ବ୍ୟକ୍ତିତ୍ୱଙ୍କୁ ସମ୍ମାନିତ କରିବ ।

ତତ୍କାଳୀନ ଇନ୍ଦିରା ଗାନ୍ଧି ସରକାର ୧୯୭୫ ମସିହା ଜୁନ୍ ୨୫ ତାରିଖରେ ସାରା ଦେଶରେ ଜରୁରୀକାଳୀନ ପରିସ୍ଥିତି ଲାଗୁ କରିଥିଲେ । ଏହାକୁ ବିରୋଧ କରି ଜୁନ ୨୫କୁ କଳା ଦିବସ ଭାବେ ପାଳନ କରି ଆସୁଛି ବିଜେପି । ଏହାସହ ବିଜେପି ଅଭିଯୋଗ କରିଛି ଯେ, ଗଣତନ୍ତ୍ର ଏବଂ ଭାରତର ସମ୍ବିଧାନ କଂଗ୍ରେସ ସମୟରେ ସର୍ବାଧିକ କ୍ଷତିଗ୍ରସ୍ତ ଏବଂ ଅପମାନିତ ହୋଇଛି । ଜୁନ ୨୫ରେ ଜରୁରୀକାଳୀନ ପରିସ୍ଥିତି ଘୋଷଣା କରି ଗଣତନ୍ତ୍ରର ହତ୍ୟା କରିଥିଲା କଂଗ୍ରେସ । ବିରୋଧୀ ଦଳଙ୍କୁ ଜେଲରେ ପୁରେଇଥିଲ କଂଗ୍ରେସ ।୧୯ ମାସ ଧରି ତାନାଶାହି ଶାସନ ଚଳାଇଥିଲେ । ନିଜର ସ୍ୱାର୍ଥ ପଦବୀର ସୁରକ୍ଷା ଓ କ୍ଷମତା ଖସିବା ଭୟରେ ଜରୁରୀ କାଳୀନ ପରିସ୍ଥିତି ଘୋଷଣା କରିଥିଲେ । ବିଜେପି ଏକ ଦାୟିତ୍ୱ ସମ୍ପନ୍ନ ଦଳ ହିସାବରେ ଜୁନ ୨୫କୁ କଳା ଦିବସ ଭାବେ ପାଳନ କରୁଛି ।

ଆଜି ଏବଂ ଆସନ୍ତାକାଲି ଏହି ବ୍ଲାକ୍ ଡେ ପାଳନ କରାଯିବ। ଦେଶରେ ଏମର୍ଜେନ୍ସି ଲାଗୁକୁ ଆଜି ୫୦ ବର୍ଷ ପୁରିଛି। ଏହାକୁ ନେଇ ବିରୋଧୀ କଂଗ୍ରେସକୁ ଘେରିବାକୁ ଯୋଜନା କରିଛି ବିଜେପି। ୨୬ ଜୁନରେ ବିଜେପି କଂଗ୍ରେସ ବିରୋଧରେ ସାରା ଦେଶରେ ସାମ୍ବାଦିକ ସମ୍ମିଳନୀ କରିବ। ବିଜେପି ପକ୍ଷରୁ ବିଭିନ୍ନ ମନ୍ତ୍ରୀ ଦେଶର ଏକାଧିକ ସ୍ଥାନରେ ଏହି ପ୍ରେସମିଟ କରିବେ। ଗୁଜରାଟରେ ପ୍ରେସମିଟ କରିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ।ଏଥିରେ ବିଜେପିର ଅନେକ ପ୍ରମୁଖ ନେତା ସାମିଲ ହେବାର କାର୍ଯ୍ୟକ୍ରମ ରହିଛି। ଦେଶରେ ଏମର୍ଜେନସି ଲାଗୁ ସମୟରେ ଜୟପ୍ରକାଶ ନାରାୟଣ, ମୋରରଜୀ ଦେଶାଇ ସମେତ ଅନେକ ବଡ଼ ବଡ଼ ନେତାଙ୍କୁ ଗିରଫ କରାଯାଇଥିଲା।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.