ପ୍ରମୂଖ ଖବର
  • ଆସିଲା ଦିଲ୍ଲୀ ଏକଜିଟ୍‌ ପୋଲ୍‌: ଆପ୍‌କୁ ମାତ ଦେଇ ୨୭ ବର୍ଷ ପରେ ଶାସନକୁ ଫେରିପାରେ ବିଜେପି
  • ||
  • ବୋରିଗୁମ୍ମା : ଭାରସାମ୍ୟ ହରାଇ ଓଲଟିଲା ସ୍କୁଲ୍‌ ଭ୍ୟାନ୍‌, ୧୧ରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀ ଆହତ
  • ||
  • ମୟୂରଭଞ୍ଜ : ବୁରୁସାହି ଠାରେ ଅଫିମ ଚାଷ ଘଟଣା: ୨ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ
  • ||
  • ସୁନ୍ଦରଗଡ଼ : ମା' ପୁଅଙ୍କ ମୁଣ୍ଡରେ ବନ୍ଧୁକ ଲଗାଇ ଲୁଟ୍‌, ସୁନା : ଅଳଙ୍କାର ସହ ଟଙ୍କା ନେଇଗଲେ ଲୁଟେରା
  • ||
  • ଉଦଳା : ମର୍ଣ୍ଣିଙ୍ଗ୍‌ ୱାକ୍‌ କରିବି ବେଳେ ଧକ୍କା ଦେଲା ପିକଅପ୍‌ ଗାଡ଼ି, ଚାଲିଗଲା ବ୍ୟକ୍ତିଙ୍କ ଜୀବନ
  • ||
  • ଜଳଲାପୁଟ ଜଳଭଣ୍ଡାରରେ ଡ଼ଙ୍ଗା ବୁଡି ଘଟଣା: ୮୪ ଘଣ୍ଟା ପରେ ଆଉ ଜଣଙ୍କ ମୃତଦେହ ଉଦ୍ଧାର
  • ||
  • ଜୟପୁର : ଜଳ ସମ୍ପଦ ଅଧିକାରୀଙ୍କ ଘରେ ଭିଜିଲାନ୍ସ ରେଡ୍‌, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ
  • ||
  • ରାଉରକେଲା : ମାଲବାହୀ ଟ୍ରେନ୍‌ ଲାଇନ୍‌ଚ୍ୟୁତ, ରୋଡ୍‌ ଉପରକୁ ମାଡ଼ିଗଲା ୩ ବଗି
  • ||

ବ୍ଲକସ୍ତରୀୟ ମୌଳିକ ସାକ୍ଷରତା ଓ ସଂଖ୍ୟା ଜ୍ଞାନ କାର୍ଯ୍ୟକ୍ରମ ନିପୁଣ ଓଡିଶା ମେଳା

Published By : Prameya | February 5, 2025 7:53 PM

ଫିରିଙ୍ଗିଆ, ୫।୨ ଫିରିଙ୍ଗିଆ ବ୍ଲକ ମୁଖ୍ୟାଳୟ ଠାରେ ଥିବା ସରକାରୀ ନୋଡାଲ ଉଚ୍ଚମାଧ୍ୟମିକ ବିଦ୍ୟାଳୟ ପରିସରରେ ବ୍ଲକ ସ୍ତରୀୟ ନିପୁଣ ଓଡିଶା ମେଳା ଅନୁଷ୍ଠିତ ହୋଇଯାଇଛି I ଅତିରିକ୍ତ ଗୋଷ୍ଠି ଶିକ୍ଷା ଅଧିକାରୀ ଶିବାଜୀ କହଁର ଏଥିରେ ଅଧକ୍ଷତା କରିଥିଲେ। ଫିରିଙ୍ଗିଆ ବ୍ଲକ ଅଧକ୍ଷା ନମିତା କହଁର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାକୁ ଉଦଘାଟନ କରିଥିଲେ।

 ଅନ୍ୟ ମାନଙ୍କ ମଧ୍ୟ୍ୟରେ ଜିଲ୍ଲାପରିଷଦ ସଭ୍ୟ ନୀଳଗିରି ଦିଗାଳ, ସଭ୍ୟା ଜୟଶ୍ରୀ କହଁର, ଗୋଷ୍ଠି ଶିକ୍ଷା ଅଧିକାରୀ ବିନୋଦ ବିହାରୀ ଦିଗାଲ ପ୍ରମୁଖ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ । ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ କୁମାରୀ ପୁନମ ମୁଖ୍ୟ ବକ୍ତା ଭାବରେ ଯୋଗ ଦେଇଥିଲେ I କାର୍ଯ୍ୟକ୍ରମକୁ ଚିଟିକାପଟି ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ବିନୋଦ ବିହାରୀ ସାହୁ ପରିଚାଳନା କରିଥିବା ବେଳେ ବ୍ଲକ ମୁଖ୍ୟାଳୟ ର ସାଧନ କର୍ମୀ ରାଜେଶ କୁମାର ନାଏକ ଧନ୍ୟବାଦ ଅର୍ପଣ କରିଥିଲେ I

 ଅନ୍ୟପଟେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ସଂଖ୍ୟା ଜ୍ଞାନ ଓ ମୌଳିକ ସାକ୍ଷରତା ଆଲୋଚନା ରେ ସାଧନ କର୍ମୀ ଦିଲୀପ ପାଣିଗ୍ରାହୀ, ଶିକ୍ଷକ ଭ୍ରମର ବେହେରା ଓ ରମାକାନ୍ତ ବେହେରା ଉପସ୍ଥିତ ରହି ତାଲିମ ଦେଇଥିଲେ I ଅନ୍ୟମାନଙ୍କ ମଧ୍ୟରେ ସ୍ୱେଚ୍ଛାସେବୀ ସଂଗଠନ ପିରାମାଲ ଫାଉଣ୍ଡେସନ ର ସଦସ୍ୟ ଶିବାନୀ ପଣ୍ଡା,ଦିଲପ ପଟେଲ ସାଗର ବାର୍ଦ୍ଧେ ଙ୍କ ସହ ଆଙ୍ଗନ ଏନଜିଓ ର ସଦସ୍ୟ ସର୍ବେଶ୍ୱର ସାହୁ ଥିଲେ I କାର୍ଯ୍ୟକ୍ରମ ରେ ବିଭିନ୍ନ ବିଦ୍ୟାଳୟ ରୁ ଆସିଥିବା ଶିକ୍ଷକ ଶିକ୍ଷୟତ୍ରୀ ଙ୍କ ସହ ବ୍ଲକ ର ସମସ୍ତ ସାଧନ କର୍ମୀ ଉପସ୍ଥିତ ରହି ସହଯୋଗ କରିଥିଲେ I

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.