ପ୍ରମୂଖ ଖବର
  • ମାଲକାନଗିରି : ଆତ୍ମସମର୍ପଣ କଲେ ୩ ହାର୍ଡକୋର ମାଓବାଦୀଙ୍କ ୮ ନକ୍ସଲ, ତନ୍ମଧ୍ୟରୁ ଜଣେ ମହିଳା
  • ||
  • କଣ୍ଟାବାଞ୍ଜି : ଘରୋଇ ସ୍କୁଲର ମହିଳା ଆକାଉଣ୍ଟାଣ୍ଟଙ୍କୁ ହତ୍ୟା! ତଦନ୍ତ କରୁଛି ପୋଲିସ
  • ||
  • ସମ୍ୱଲପୁର : ମଶାଣି ନିକଟରୁ ଅଜଣା ଗଳିତ ମୃତଦେହ ଉଦ୍ଧାର, ହତ୍ଯା ସନ୍ଦେହ
  • ||
  • ନୂଆପଡ଼ା : ଜମିବାଡ଼ିକୁ ନେଇ ଗଣ୍ଡଗୋଳ, ୩ ଗୁରୁତର
  • ||
  • ଭରତପୁର ଥାନାରେ ଲାଗିବ ୨୫ ସିସିଟିଭି, ଆରମ୍ଭ ହେଲା ପ୍ରକ୍ରିୟା
  • ||
  • ଭୁବନେଶ୍ୱର : ବନ୍ଦ ଡାକରା ପ୍ରତ୍ୟାହାର କଲା ବିଜେଡି, ହେବନି ଆନ୍ଦୋଳନ
  • ||
  • ବଲାଙ୍ଗୀର : ବଲାଙ୍ଗୀରରେ କମୁନି ଦାଦନ ଦୁଃଖ; ଚାଲାଣ ବେଳେ ୧୨ ଶ୍ରମିକ ଉଦ୍ଧାର, ୨ ଦଲାଲ ଗିରଫ
  • ||
  • ଚୌଦ୍ୱାର : ବିରୂପା ବ୍ୟାରେଜ ନିକଟରେ ନଦୀକୁ ଡେଇଁ ଯୁବକ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ମାଲକାନଗିରି : ଡଙ୍ଗା ଚଳାଇ ଚିତ୍ରକୋଣ୍ଡା ଗାଁକୁ ଗଲେ ବିଧାୟକ, ଲୋକଙ୍କ ଦୁଃଖ ପଚାରି ବୁଝିଲେ
  • ||
  • ଭରତପୁର ଥାନାରେ ହଙ୍ଗାମା ଘଟଣା: କିଏ ସତ କହୁଛି ? ମିଛଧରା ପରୀକ୍ଷାକୁ ଭରସା କରିଛି କ୍ରାଇମ୍‌ବ୍ରାଞ୍ଚ
  • ||
  • ଚାନ୍ଦବାଲି : ଅଙ୍ଗନବାଡ଼ି କେନ୍ଦ୍ରରେ ୧୫ ଦିନ ହେଲା ଝୁଲୁଛି ତାଲା, ଅଭିଭାବକ ମହଲରେ ତୀବ୍ର ଅସନ୍ତୋଷ
  • ||
  • ରାଉରକେଲାରେ ଲଜ୍ଜ୍ୟା: ନାବାଳିକାଙ୍କୁ ଅପହରଣ ପରେ ଗଣଦୁଷ୍କର୍ମ, ମୋବାଇଲ ଟ୍ରାକିଂରୁ ଧରାପଡ଼ିଲେ ୩ ଅଭିଯୁକ୍ତ
  • ||
  • ନବରଙ୍ଗପୁର : ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ଘଟଣା : ୬ ଘଣ୍ଟା ବନ୍ଦ ଡାକରା ଦେଲା ଜୟ ତେନ୍ତୁଳୀଖୁଣ୍ଟି ସାମାଜିକ ସଂଘଠନ, ୨୦ଲକ୍ଷ ଟଙ୍କା କ୍ଷତିପୂରଣ ଦାବି
  • ||
  • ଆଜି ଜନଅଭିଯୋଗ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ, ସର୍ବାଧିକ ୧୦୦୦ଟି ଅଭିଯୋଗର ଶୁଣାଣି ହେବ
  • ||
  • ୨୪ ଘଣ୍ଟାରେ ସୃଷ୍ଟି ହୋଇପାରେ ଲଘୁଚାପ: ୪ ଦିନ ପ୍ରବଳ ବର୍ଷିବ, ୧୨ ଜିଲ୍ଲାକୁ ଆଲର୍ଟ ଜାରି
  • ||

ରେମୁଣା ଯୁବ ମୋର୍ଚ୍ଚା ତରଫରୁ ରକ୍ତଦାନ ଶିବିର ଅନୁଷ୍ଠିତ

ନୀଳଗିରି,୨୨/୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ପରିପ୍ରେକ୍ଷୀରେ ସେବା ସପ୍ତାହ ପାଳନ ଅବସରରେ ରେମୁଣା ଯୁବମୋର୍ଚ୍ଚା ତରଫରୁ ଜନୁଗଞ୍ଜ ନୋଡାଲ ପ୍ରାଥମିକ ବିଦ୍ୟାଳୟ ଏବଂ ଶ୍ରୀଜଙ୍ଗ ପଞ୍ଚାୟତର ଦାସ ମହାପାତ୍ର ବାଞ୍ଛାନିଧି ଉଚ୍ଚ ବିଦ୍ୟାଳୟରେ ବିଶାଳ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଦିନକୁ ଦିନ ଡାକ୍ତରଖାନାରେ ରକ୍ତର ଘୋର ଅଭାବକୁ ଆଖି ଆଗରେ ରଖି ଯୁବମୋର୍ଚ୍ଚା ତରଫରୁ ଏଭଳି  ଶିବିରର ଆୟୋଜନ ହୋଇଥିଲା । ପ୍ରଥମେ ଜନୁଗଞ୍ଜ ନୋଡାଲ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ ରକ୍ତଦାନ ଶିବିରକୁ ମାନ୍ୟବର ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ, ସରକାରୀ ଦଳ ଉପ ମୁଖ୍ୟ ସଚେତକ ତଥା ବିଧାୟକ ରେମୁଣା ଗୋବିନ୍ଦ ଚନ୍ଦ୍ର ଦାସ, ଜିଲ୍ଲା ବିଜେପି ସଭାପତି ଉମାକାନ୍ତ ମହାପାତ୍ର ଉପସ୍ଥିତ ରହି ଉଦଘାଟନ କରିଥିଲେ। 

ଏହି ଶିବିରରେ ୧୦୮ ୟୁନିଟ ରକ୍ତ ସଂଗ୍ରହ ହୋଇଥିଲା। ଏହା ପରେ ଶ୍ରୀଜଙ୍ଗ ପଞ୍ଚାୟତର ଦାସ ମହାପାତ୍ର ବାଞ୍ଛାନିଧି ଉଚ୍ଚ ବିଦ୍ୟାଳୟରେ ମୁଖ୍ୟ ଅତିଥି ଭାବେ ସରକାରୀ ଦଳ ଉପ ମୁଖ୍ୟ ସଚେତକ ତଥା ରେମୁଣା ବିଧାୟକ ଯୋଗ ଦେଇ ଶିବିରକୁ ଉଦଘାଟନ କରିଥିଲେ । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସାଧାରଣ ସମ୍ପାଦକ ପର୍ଶୁରାମ ପରିଡ଼ା , ଜିଲ୍ଲା ଯୁବ ମୋର୍ଚ୍ଚା ସଭାପତି ରାଜେଶ ମହାପାତ୍ର, ଯୁବ ମୋର୍ଚ୍ଚା ଉପସଭାପତି ନାରାୟଣ ମହନ୍ତ, ନାରୀ ନେତ୍ରୀ ଶୋଭନା ମହାନ୍ତି, ବିଧାୟକ ପ୍ରତିନିଧି କାର୍ତ୍ତିକ ଚନ୍ଦ୍ର ଗିରି, ବିଧାୟକଙ୍କ ବ୍ୟକ୍ତିଗତ ସଚିବ କୃଷ୍ଣ ଚନ୍ଦ୍ର ସାହା, ମଣ୍ଡଳ ସଭାପତି ବିଭୂତି ରଞ୍ଜନ ସେନାପତି ପ୍ରମୁଖ ଯୋଗ ଦେଇଥିଲେ । ଏହି ଶିବିରରେ ୪୬ ୟୁନିଟ ରକ୍ତ ସଂଗ୍ରହ ହୋଇଥିଲା ।

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.