ପ୍ରମୂଖ ଖବର
  • ଛତ୍ରପୁର ବ୍ଲକର ନୂତନ ବିଡିଓ ଭାବେ ଦାୟିତ୍ୱ ଗ୍ରହଣ କଲେ ଓଏଏସ୍‌ ସମ୍ୱିତ ସଂଗ୍ରାମଜିତ ସାହୁ
  • ||
  • ଘଟଗାଁ : ଚଳନ୍ତା ଟ୍ରେନ୍‌ରୁ ପଡ଼ିଗଲେ ଯୁବତୀ, ଚାଲିଗଲା ଜୀବନ
  • ||
  • ଆରମ୍ଭ ହେଲା ପିଏମ୍‌ ଆବାସ ସର୍ଭେ, ଆପ୍ ଏବଂ ପୋର୍ଟାଲର ଶୁଭାରମ୍ଭ କଲେ ପଞ୍ଚାୟତିରାଜ ମନ୍ତ୍ରୀ
  • ||
  • ମହାରାଷ୍ଟ୍ରର ଅସ୍ତ୍ରଶସ୍ତ୍ର କାରଖାନାରେ ବିସ୍ପୋରଣ, ୫ ମୃତ
  • ||
  • ବାରିପଦା : ସୁନା ଲୁଟେରା ଗ୍ୟାଙ୍ଗ୍‌ର ପର୍ଦ୍ଦାଫାଶ, ୫ ଜଣଙ୍କୁ ବାନ୍ଧିଲା ପୋଲିସ
  • ||
  • ବାଲିପାଟଣା : ପରିତ୍ୟକ୍ତ ଘରୁ ଯୁବକଙ୍କ ମୃତଦେହ ଉଦ୍ଧାର, ପୋଲିସର ତଦନ୍ତ ଆରମ୍ଭ
  • ||
  • ଆଠଗଡ଼ : ଘନ କୁହୁଡ଼ି ଯୋଗୁଁ ଓଲଟିଲା ଘରୋଇ ଯାତ୍ରୀବାହୀ ବସ୍, ୨ ଗୁରୁତର
  • ||
  • ଭୁବନେଶ୍ୱର : ହଂସିକାଙ୍କ ମାମଲାରେ ନୂଆ ମୋଡ଼: ଯୁବତୀ ଚାଲାଣ ଲିଙ୍କ ଖୋଲିବ ସ୍ପେଶାଲ କ୍ରାଇମ୍‌ ୟୁନିଟ୍‌
  • ||
  • ଗରିଆବନ୍ଧ ଏନକାଉଣ୍ଟର:୧୬ ମାଓବାଦୀଙ୍କ ମଧ୍ୟରୁ ୧୨ଜଣଙ୍କ ମିଳିଲା ପରିଚୟ
  • ||
  • ଭୁବନେଶ୍ୱର : SBI ଏଟିଏମ୍‌ ତାଡ଼ିନେଲେ ଦୁର୍ବୃତ୍ତ, ସିସିଟିଭି ଆଧାରରେ ପୋଲିସର ତଦନ୍ତ ଆରମ୍ଭ
  • ||
  • ଜୟପୁର : ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ଦୁର୍ବୃତ୍ତ, ପୋଲିସର ତଦନ୍ତ ଆରମ୍ଭ
  • ||
  • ମିଆଁମାରରେ ଭୂକମ୍ପ ଝଟକା,ରିକ୍ଟର ସ୍କେଲରେ ତୀବ୍ରତା ୪.୮ ରେକର୍ଡ଼
  • ||
  • କଣାସରେ ନିୟନ୍ତ୍ରଣକୁ ଆସୁନି ଝାଡ଼ାବାନ୍ତି, ଆହୁରି ୨୦ ନୂଆ ଆକ୍ରାନ୍ତ ଚିହ୍ନଟ,ହସ୍ପିଟାଲରେ ଚିକିତ୍ସା ଜାରି
  • ||
  • ଟ୍ରମ୍ପ ସରକାରଙ୍କୁ ବଡ଼ ଝଟକା, ଜନ୍ମଗତ ନାଗରିକତା ଅଧିକାର ଉଚ୍ଛେଦ ଆଦେଶ ଉପରେ ଲାଗିଲା ରୋକ୍
  • ||
  • ଶୁକ୍ରବାର ବସିବ ପ୍ରାକ୍ ବଜେଟ୍ ବୈଠକ, ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଜି.ଉଦୟଗିରି : କଳିଙ୍ଗା ଘାଟିରେ ଓଲଟିଲା ଲୁହା ରଡ୍‌ ବୋଝେଇ ଟ୍ରକ୍‌, ଯାତାୟତ ବାଧାପ୍ରାପ୍ତ
  • ||
  • ବଜେଟ୍ ୨୦୨୫, ଆଜି ନର୍ଥ ବ୍ଲକ୍‌ରେ ଆୟୋଜିତ ହେବ ହାଲୁଆ ଉତ୍ସବ,ସାମିଲ ହେବେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
  • ||
  • ରାଜ୍ୟରେ ଆହୁରି କମିବ ଶୀତ, ୩ ଦିନ ଯାଏ ୨ ରୁ ୪ ଡିଗ୍ରୀ ବଢ଼ିବ ରାତି ତାପମାତ୍ରା
  • ||

ମେରାଇନ ଥାନା ଗୁଡିକୁ ବୋଟ ଯୋଗାଇ ଦିଆଯିବ : ଡିଜିପି

Published By : Prameya | January 24, 2025 5:42 PM

କଟକ, ୨୪/୧ : ଆଜି ପୂର୍ବାହ୍ନରେ ଭୁବନେଶ୍ୱରସ୍ଥିତ ଡିଜିପି କ୍ୟାମ୍ପ କାର୍ଯ୍ୟାଳୟଠାରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆଙ୍କୁ ପୂର୍ବ ସମୁଦ୍ର ତଟର କୋଷ୍ଟ ଗାର୍ଡ କମାଣ୍ଡର ADG ଡନି ମିଚେଲ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି।  ଉପକୂଳ ସୁରକ୍ଷା ଏବଂ ପ୍ରାକୃତିକ ବିପର୍ଯୟ ସମୟରେ ନିଆ ଯାଉଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ବୈଠକରେ ବିଶଦ ଭାବେ ଆଲୋଚନା ହୋଇଥିଲା। ଏହାସହ ଆଗାମୀ ଦିନରେ ଉପକୂଳ ସୁରକ୍ଷା ନିମନ୍ତେ ଉଭୟ ବିଭାଗ ମଧ୍ୟରେ ଉପଯୁକ୍ତ ସମନ୍ୱୟ ରଖି କାର୍ଯ୍ୟ କରିବା ଉପରେ ବୈଠକରେ ମତପ୍ରକାଶ ପାଇଥିଲା। 

ଏହାସହ ଉପକୂଳ ଅଞ୍ଚଳରେ ଜୋରଦାର ପାଟ୍ରୋଲିଂ, ଆକାଶ ମାର୍ଗରୁ ଗତିବିଧି ନିରୀକ୍ଷଣ ଏବଂ ଆଦେଶ ଅନୁଯାୟୀ ସମ୍ପୂର୍ଣ୍ଣ ଉପକୂଳକୁ ନିୟନ୍ତ୍ରଣ ବ୍ୟବସ୍ଥାକୁ ଅଧିକ ତ୍ୱରାନ୍ୱିତ କରାଯିବା ଭଳି ଯୋଜନା ସମ୍ପର୍କରେ ଆଲୋଚନା ହୋଇଥିଲା। ଏହା ସହ ତଟ ସୁରକ୍ଷା  ବାହିନୀ ପକ୍ଷରୁ ଓଡିଶା ପୋଲିସକୁ ସମସ୍ତ ପ୍ରକାର ସହଯୋଗ କରିବା ସଂକ୍ରାନ୍ତରେ ମଧ୍ୟ ବୈଠକରେ ବିଶଦ ଭାବେ ଆଲୋଚନା ହୋଇଛି। ଆଗାମୀ ଦିନରେ ତଟ ସୁରକ୍ଷା ଏବଂ ଓଡିଶା ପୋଲିସର ଅଫିସରଙ୍କୁ ନେଇ ଏକ ସ୍ୱତନ୍ତ୍ର ବୋର୍ଡ଼ ଗଠନ କରାଯିବ। ଏହି ଦୁଇ ବିଭାଗର ଅଧିକାରୀମାନେ ସମ୍ପୂର୍ଣ୍ଣ ଉପକୂଳ ଅଞ୍ଚଳକୁ ତନ୍ନ ତନ୍ନ କରି ଯାଞ୍ଚ କରିବେ ଏବଂ ସେମାନଙ୍କ ରିପୋର୍ଟ ଅନୁଯାୟୀ ମେରାଇନ ଥାନା ଗୁଡିକୁ ବୋଟ ଯୋଗାଇ ଦିଆଯିବ ବୋଲି ଡିଜିପି ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

ଏହାସହ ତଟ ସୁରକ୍ଷା ବାହିନୀ ଏବଂ ଭାରତୀୟ ନୌ ବାହିନୀରେ କାର୍ଯ୍ୟ କରି ଅବସର ଗ୍ରହଣ କରିଥିବା ଯବାନମାନଙ୍କୁ ଆଗାମୀ ଦିନରେ ମେରାଇନ ଥାନା ଗୁଡିକରେ ନିଯୁକ୍ତି ଦିଆଯିବ। ଓଡିଶା ପୋଲିସ ଏବଂ  ତଟ ସୁରକ୍ଷା ସହ  ଯେଉଁ ସମ୍ପର୍କ ସ୍ଥାପନ ହୋଇଛି, ତାହା ଦୀର୍ଘସ୍ଥାୟୀ ରଖିବାକୁ ସବୁବେଳେ ଉଦ୍ୟମ ଜାରି ରହିବ ବୋଲି ଡିଜିପି ଶ୍ରୀ ଖୁରାନିଆ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇଛନ୍ତି।

 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.