ପ୍ରମୂଖ ଖବର
  • ମୟୂରଭଞ୍ଜରୁ ଅପହରଣ ଯାଜପୁରରୁ ୪ ବର୍ଷର ଶିଶୁକନ୍ୟା ଉଦ୍ଧାର, ଠକ କିନ୍ନର ଏବଂ ସହଯୋଗୀ ଗିରଫ
  • ||
  • ସୋମବାର ହେବ ମହାପ୍ରଭୁଙ୍କ ପଇତାଲାଗି ନୀତି, ୫ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ
  • ||
  • ଦେବଗଡ଼ : ଝୁଲନ୍ତା ଅବସ୍ଥାରେ ଅଜଣା ଶବ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ଅର୍ଚ୍ଚନା-ଜଗବନ୍ଧୁ ସମ୍ପର୍କରେ ନୂଆ ମୋଡ଼, ଛାଡପତ୍ର ପାଇଁ ଫ୍ୟାମିଲି କୋର୍ଟରେ ଆବେଦନ
  • ||
  • ୨୧ରେ ମହାପ୍ରଭୁଙ୍କ ପଇତା ଲାଗି ଓ ୨୩ରେ ବନକଲାଗି ନୀତି, ଶ୍ରୀମନ୍ଦିରରେ ଦର୍ଶନ କଟକଣା
  • ||
  • କଟକ : ଦୋକାନକୁ ମାଡ଼ିଗଲା ଟ୍ରାକ୍ଟର, ଅଳ୍ପକେ ବଞ୍ଚିଗଲେ ପାନ ଦୋକାନୀ
  • ||
  • ଭୁବନେଶ୍ୱର : ପୂର୍ବ ଶତ୍ରୁତାକୁ ନେଇ ଫୁଟିଲା ଗୁଳି, ଯୁବକ ଆହତ
  • ||
  • ଆସନ୍ତା ୨୪ ଯାଏ ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ବର୍ଷା ସମ୍ଭାବନା, ଆଜି ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||

ରାସ୍ତାକଡ଼ରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

Published By : Prameya | February 27, 2025 11:19 AM

ଭୁବନେଶ୍ଵର, ୨୭/୦୨ : ରାସ୍ତାକଡ଼ରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର। ବାଲେଶ୍ଵର ଜିଲ୍ଲା ଜଳେଶ୍ଵର ଥାନା ୬୦ନଂ ଜାତୀୟ ରାଜପଥ ନନ୍ଦିକା ବାଇପାସ୍‌ ଅନତି ଦୂରରୁ ଏହି ମୃତଦେହ ଉଦ୍ଧାର ହୋଇଛି। ଜଳେଶ୍ଵର ପୋଲିସ ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି। 

ସୂଚନାନୁଯାୟୀ, ଗୁରୁବାର ସକାଳେ ୬୦ନଂ ଜାତୀୟ ରାଜପଥ ନନ୍ଦିକା ବାଇପାସ୍‌ ଅନତି ଦୂରରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ଏନେଇ ପୋଲିସକୁ ଖବର ଦେଇଥିଲେ। ଖବର ପାଇ ଜଳେଶ୍ଵର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରି ତଦନ୍ତ ଆରମ୍ଭ କରିଛି। ସାଇଣ୍ଟିଫିକ୍ ଟିମ୍‌କୁ ଖବର ଦିଆଯାଇଛି। ତଦନ୍ତ ପରେ ଏହା ହତ୍ୟା ନା ଆଉ କଣ ତାହା ସ୍ପଷ୍ଟ ହେବ। ତେବେ ମୃତକଙ୍କ ପରିଚୟ ଅସ୍ପଷ୍ଟ ରହିଛି। ଏହି ବ୍ୟକ୍ତି ଜଣଙ୍କ କିଏ ଏବଂ ଏଠାକୁ କିପରି ଆସିଲେ ସେନେଇ ପୋଲିସ ଛାନଭିନ୍ ଚଳାଇଛି। 

ଏହି ଖବରଟିକୁ ପଢନ୍ତୁ-କ୍ୟାପିଟାଲ ହସ୍ପିଟାଲ ଏକ୍ସରେ ରୁମ୍‌ରୁ କର୍ମଚାରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.