ପ୍ରମୂଖ ଖବର
  • କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ସ୍ଥିତ ହୋଟେଲ ଓରିଅନ ନିକଟରେ ଦୁର୍ଘଟଣା, ଟ୍ରକ୍ ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ, ଅଟୋ ଚାଳକ ଗୁରୁତର
  • ||
  • ସ୍କୁଲ ଖୋଲିବାକୁ ନେଇ ହଟିଲା ଦ୍ୱନ୍ଦ୍ୱ: ଜୁନ୍ ୨୦ରେ ଖୋଲିବ ସ୍କୁଲ, ପ୍ରକାଶ ପାଇଲା ବିଜ୍ଞପ୍ତି
  • ||
  • ୨୦୨୭ ମାର୍ଚ୍ଚ ୧ରୁ ଦେଶରେ ଜନଗଣନା; ୨ଟି ପର୍ଯ୍ୟାୟରେ ହେବ, ଗେଜେଟ୍ ବିଜ୍ଞପ୍ତି ପ୍ରକାଶ
  • ||
  • ବାଲେଶ୍ୱର : ସ୍ତ୍ରୀ ଓ ପୁଅକୁ ହାଣି ବାପା ଫେରାର, ତଦନ୍ତ କରୁଛି ପୁଲିସ
  • ||
  • ଗଜପତି ମହାରାଜାଙ୍କ ଭାତୃ ବିୟୋଗ, ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଃଶ୍ଵାସ ତ୍ୟାଗ କଲେ ରଣାର୍ଣ୍ଣବ ଦେବ
  • ||
  • 'ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚାହୁଁଛି ଇରାନ୍',ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ ବଡ଼ ବୟାନ
  • ||
  • କେନ୍ଦୁଝର : ଶୈଲଙ୍ଗ ଗାଁରେ ଅଭାବନୀୟ ଘଟଣା, ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର : ଏନଏଚରେ ପଛକୁ ପଛ ପିଟି ହେଲା ୪ ଟ୍ରକ୍‌, ୩ ଡ୍ରାଇଭର ଆହତ
  • ||
  • ନରସିଂହପୁରରେ ଝାଡ଼ାବାନ୍ତି ନେଲା ମହିଳାଙ୍କ ଜୀବନ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ; ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା, ୨୪ ଘଣ୍ଟାରେ ସକ୍ରିୟ ହେବ ମୌସୁମୀ
  • ||

ଦୋକାନ ଘର ଭିତରୁ ବ୍ୟବସାୟୀଙ୍କ ମୃତଦେହ ଉଦ୍ଧାର, ସୁଇସାଇଡ୍‌ ନୋଟ୍ ଜବତ କଲା ପୁଲିସ

Published By : Harapriya Sethi | June 16, 2025 2:10 PM

ବାଲିଗୁଡ଼ା,୧୬/୦୬: ଦୋକାନ ଘର ଭିତରୁ ମିଳିଲା ବ୍ୟବସାୟୀଙ୍କ ମୃତଦେହ । ଘରେ କେହି ନଥିବା ବେଳେ ମାନସିକ ଭାରସାମ୍ୟ ହରାଇ ବ୍ୟବସାୟୀ ଜଣକ ବେକରେ ଦଉଡ଼ି ଲଗାଇ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି । ମୃତକ ହେଉଛନ୍ତି ପାବୁରିଆ ଗାଁର ବ୍ୟବସାୟୀ ଶିବାନନ୍ଦ ଦାସ । କନ୍ଧମାଳ ଜିଲ୍ଲା ସାରଙ୍ଗଡ଼ ଥାନା ଅନ୍ତର୍ଗତ ପାବୁରିଆ ଗ୍ରାମରେ ଏଭଳି ଘଟଣା ଦେଖିବାକୁ ମିଳିଛି। 

ସୂଚନା ମୁତାବକ, ଆଜି ସକାଳୁ ବ୍ୟବସାୟୀ ଶିବାନନ୍ଦ ଦୋକାନ ନ ଖୋଲିବାରୁ ପାଖ ପଡ଼ୋଶୀ ଲୋକେ କବାଟ ବାଡ଼େଇ ଡାକିଥିଲେ । ଭିତରୁ କିଛି ଉତ୍ତର ନପାଇବାରୁ ସନ୍ଦେହ ହୋଇଥିଲା ଏବଂ ପୁଲିସକୁ ଜଣାଇଥିଲେ ସ୍ଥାନୀୟଲୋକେ । ଖବରପାଇ ସାରଙ୍ଗଡ଼ ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତକଙ୍କ ପରିବାର ଲୋକଙ୍କୁ ଖବର ଦେଇଥିଲେ । ପରିବାରଲୋକେ ପହଞ୍ଚିବା ପରେ ଶବ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟକୁ ପଠାଇଥିବା ବେଳେ ଘଟଣାସ୍ଥଳରୁ ସୁଇସାଇଡ୍ ନୋଟ୍ ଜବତ କରି ତଦନ୍ତ ଆରମ୍ଭ କରିଛି ପୁଲିସ । ସେପଟେ ଜାଗାବାଡ଼ି କିଣାବିକାକୁ ନେଇ ଲକ୍ଷାଧିକ ଟଙ୍କା ଦେଇ ହତାଶ ହୋଇ ଶେଷରେ ଆତ୍ମହତ୍ୟା କରିବାକୁ ଶିବାନନ୍ଦ ବାଧ୍ୟ ହୋଇଛନ୍ତି ବୋଲି କହିଛନ୍ତି ପରିବାରଲୋକେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.