ପ୍ରମୂଖ ଖବର
  • ମନମୋହନଙ୍କ କାନ୍ଧରେ ପୁଣି ରାଜ୍ୟ ବିଜେପି କମାଣ, ସଭାପତି ଭାବେ ନିର୍ଦ୍ଵନ୍ଦ୍ଵରେ ନିର୍ବାଚିତ
  • ||
  • ଗୁରୁବାର ତୃତୀୟ ଟେଷ୍ଟ: ଇଂଲଣ୍ଡ ଏକାଦଶକୁ ଫେରିବେ ଆର୍ଚର, ଭାରତୀୟ ସ୍କ୍ୱାଡରେ ହେବ ପରିବର୍ତ୍ତନ
  • ||
  • ଷ୍ଟିଅରିଂ ଛାଡ଼ ଆନ୍ଦୋଳନ : ବାଲିକୁଦା ନିକଟରେ କର୍ମକର୍ତ୍ତାଙ୍କ ପିକେଟିଂ, ଅଖ ଚକ ଜାମ୍, ଯାତ୍ରୀ ହନ୍ତସନ୍ତ
  • ||
  • ୧୪ଟି ଦେଶ ଉପରେ ନୂଆ ଟାରିଫ୍ ଘୋଷଣା କଲେ ଡୋନାଲ୍ଡ ଟ୍ରମ୍ପ, ଅଗଷ୍ଟ ପହିଲାରୁ ହେବ ଲାଗୁ
  • ||
  • ମଝିଘରିଆଣୀଙ୍କ ୯ ହୁଣ୍ଡି ମିଳିଲା ନଗଦ କୋଟିଏ ଟଙ୍କା, ୧୨ ବିଦେଶୀ ନୋଟ୍‌, ୩୮ ଗ୍ରାମ୍‌ ସୁନା
  • ||
  • ରାଜଧାନୀରେ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ ପାର୍‌, ସ୍କୁଲ୍‌ରେ ସଚେତନ କଲା ବିଏମ୍‌ସି
  • ||
  • ସରିଲା ଅଧରପଣା, ଆଜି ନୀଳକନ୍ଦରକୁ ବାହୁଡ଼ିବେ ନିଳାଦ୍ରୀନାଥ, ରସଗୋଲା ଦେଇ ମାହାଲକ୍ଷ୍ମୀଙ୍କ ମାନଭଞ୍ଜନ କରିବେ ମହାପ୍ରଭୁ
  • ||
  • ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ, ୬ ଦଫା ଦାବି ନେଇ ଜିଦ୍‌ରେ ଅଟଳ ଡ୍ରାଇଭର ମହାସଂଘ
  • ||
  • ଆସନ୍ତା ୪ ଦିନ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା: ଆଜି ୩ ଜିଲ୍ଲାକୁ ଅରେଞ୍ଜ, ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||

କୂଅରୁ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର

Published By : Rasmita Pradhan | July 8, 2025 9:52 AM

ତିଗିରିଆ, ୮/୭ : କୂଅରୁ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର। କଟକ ଜିଲ୍ଲା ତିଗିରିଆ ଥାନା ଅନ୍ତର୍ଗତ ଜେମାଦେଇପୁର ବାସୁଦେବପୁର ଗ୍ରାମର ଏକ କୂଅରୁ ମୃତଦେହ ଉଦ୍ଧାର ହୋଇଛି। ତିଗିରିଆ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଯାଇଛି। 

ସୂଚନାନୁଯାୟୀ, ଦୁଇ ଦିନ ତଳେ ମାଣିଆ ବନ୍ଧ ଥାନା ଅନ୍ତର୍ଗତ ଭଗବତପୁର ଗ୍ରାମର ମାନସ ନାୟକ ନୂଆପାଟଣା ଯାତ୍ରା ଦେଖି ଆସି ଆଉ ଘରକୁ ଫେରି ନଥିଲେ। ପରିବାର ଲୋକେ ବହୁ ଖୋଜାଖୋଜି କରିଥିଲେ ସୁଦ୍ଧା ତାଙ୍କର ପତ୍ତା ମିଳିନଥିଲା। ମଙ୍ଗଳବାର ସକାଳେ ତିଗିରିଆ ଥାନା ଅନ୍ତର୍ଗତ ଜେମାଦେଇପୁର ବାସୁଦେବପୁର ଗ୍ରାମର ଏକ କୂଅରେ ମାନସଙ୍କ ମୃତଦେହ ଭାସୁଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ଏନେଇ ତିଗିରିଆ ପୁଲିସକୁ ଖବର ଦେଇଥିଲେ। ଘଟଣାସ୍ଥଳରେ ପୁଲିସ ଏବଂ ଅଗ୍ନିଶମ ବାହିନୀ ପହଞ୍ଚି କୂଅ ଭିତରୁ ମୃତଦେହ ବାହାର କରି ବ୍ୟବଚ୍ଛେଦ ପାଇଁ ପଠାଇଛନ୍ତି। ମାନସଙ୍କୁ କେହି ହତ୍ୟା କରିଥିବା ସନ୍ଦେହ କରାଯାଉଛି। ପୁଲିସ ଏନେଇ ତଦନ୍ତ ଚଳାଇଛି।   


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.