ପ୍ରମୂଖ ଖବର
  • ଦରମା ନପାଇବାରୁ ସମଲେଇ ମନ୍ଦିର ପରିସରରେ ସୁରକ୍ଷାକର୍ମୀଙ୍କ ଧାରଣା
  • ||
  • ସୋସିଆଲ ମିଡିଆ ପୋଷ୍ଟରୁ ଅଶାନ୍ତ ଭଦ୍ରକ: ଲାଗିଲା ୧୬୩ ଧାରା, ୧୦ ପ୍ଲାଟୁନ୍‌ ଫୋର୍ସ ମୁତୟନ, ୧୦ ଗିରଫ
  • ||
  • ରେଳ ଧାରଣା ଦାବିରେ ପାଟଣାଗଡ ୧୨ଘଣ୍ଟିଆ ବନ୍ଦ, ଯାନବାହନ ଚଳାଚଳ ଠପ୍‌
  • ||
  • ବିଶ୍ୱ ଅର୍ଥନୀତି ପାଇଁ ସତର୍କଘଣ୍ଟି: ଚରମ ସ୍ତରରେ ବେକାରି ହାର, ୨୦୦୮ ଭଳି ଲକ୍ଷଣ ଦେଖିବାକୁ ମିଳିଲାଣି
  • ||
  • ବୌଦ୍ଧ : ସରପଞ୍ଚଙ୍କ ଗୁଳିମାଡରେ ଯୁବକ ଗୁରୁତର, ପୂର୍ବ ଶତ୍ରୁତାକୁ ନେଇ ଆକ୍ରମଣ ହୋଇଥିବା ସନ୍ଦେହ
  • ||
  • ଶନିବାର ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ, ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ, ୪ଟି ପ୍ରସ୍ତାବରେ ବାଜିପାରେ ମୋହର
  • ||
  • ଜଳେଶ୍ୱର : ଅଧୁରା ରହିଗଲା ଜଗା ଦର୍ଶନ;୨୦ ଫୁଟ ତଳକୁ ଖସିଲା ଟୁରିଷ୍ଟ ବସ୍‌, ୪ ମୃତ
  • ||
  • ରାଜ୍ୟରେ ଆଜିଠୁ କମିବ ବର୍ଷା, ଅକ୍ଟୋବର ୧ରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା, ୬ରେ ଲଘୁଚାପ
  • ||

ରେଳ ପୋଲ ଉପରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା ସନ୍ଦେହ

ମାର୍ଶାଘାଇ,୧୬/୦୯: ରେଳ ପୋଲ ଉପରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ । ମୃତଦେହ ନିକଟରେ ଏକ ହେଲମେଟ ପଡ଼ିଥିବାର ଦେଖିବାକୁ ମିଳିଛି । ବ୍ୟକ୍ତିଙ୍କୁ କିଏ ମାରି ପକେଇ ଦେଇଥିବା ଅନୁମାନ କରାଯାଉଛି । କେନ୍ଦ୍ରାପଡ଼ା ଜିଲ୍ଲା ମାର୍ଶାଘାଇ ଥାନା ଅନ୍ତର୍ଗତ କେନାଲବ୍ରିଜ ନିକଟ ରେଳ ପୋଲ ଉପରେ ଏଭଳି ଘଟଣା ଘଟିଛି ।

ସୂଚନା ମୁତାବକ, କେନାଲବ୍ରିଜ ନିକଟ ରେଳ ପୋଲ ଉପରେ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ପଡ଼ିଥିବାର ଦେଖିବାକୁ ପାଇଥିଲେ ସ୍ଥାନୀୟଲେକେ । ଏହା ଦେଖି ସ୍ଥାନୀୟଲୋକ ମାର୍ଶାଘାଇ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ତେବେ ଉକ୍ତ ମୃତଦେହ ପାଖରେ ଏକ ହେଲମେଟ ପଡ଼ି ରହିଥିଲା । କେହି ଜଣେ ବ୍ୟକ୍ତିଙ୍କୁ ହତ୍ୟାକରି ସେଠାରେ ପକାଇ ଦେଇଥିବା ଅନୁମାନ କରାଯାଉଛି । ଏହି ଘଟଣାର ଅଧିକ ତଦନ୍ତ କରି ହତ୍ୟାକାରୀକୁ ଖୋଜୁଛି ପୋଲିସ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.