ଭୁବନେଶ୍ୱର,୧୬/୦୨: ରାଣୀହାଟ ପୋଲ ପାଖ ରାସ୍ତା ଉପରେ ଥିବା ଷ୍ଟ୍ରିଟ୍ ଲାଇଟ୍ ଖୁଣ୍ଟରେ ଝୁଲୁଛି ଯୁବକଙ୍କ ମୃତଦେହ । ଯୁବକଙ୍କ ପରିଚୟ ଏବଂ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ କରୁଛି । କଟକ ଜିଲ୍ଲା ରାଣୀହାଟ ପୋଲ ନିକଟରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି ।
ସୂଚନା ମୁତାବକ, ରବିବାର ସକାଳେ ରାଣୀହାଟ ପୋଲ ନିକଟରେ ଥିବା ଏକ ଷ୍ଟ୍ରିଟ୍ ଲାଇଟ୍ ଖୁଣ୍ଟରେ ଝୁଲନ୍ତା ଅବସ୍ଥାରେ ଜଣେ ଯୁବକଙ୍କ ମୃତଦେହ ଦେଖିବାକୁ ପାଇଥିଲେ ସ୍ଥାନୀୟଲୋକେ । ଏହା ଦେଖି ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ଯୁବକଙ୍କ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଏହା ସହ ଘଟଣାର ତଦନ୍ତ ଆରମ୍ଭ କରିଛି ପଲିସ ।