ପ୍ରମୂଖ ଖବର
  • ଭୁବନେଶ୍ୱର : ଘର ଭିତରୁ ପ୍ରେମୀଯୁଗଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ବାଲେଶ୍ୱର : ହୋଲିରେ ଚାଲିଥିଲା ଚୋରାମଦ ବେପାର, ମାଡ଼ି ବସିଲା ନୀଳଗିରି ପୋଲିସ
  • ||
  • ଗଜପତି : ନିଜ ବନ୍ଧୁକରୁ ଗୁଳି ଫୁଟି ଶିକାରୀ ମୃତ
  • ||
  • ୨ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବିଭିନ୍ନ କାର୍ଯ୍ୟକ୍ରମରେ ହେବେ ସାମିଲ
  • ||
  • ମୟୂରଭଞ୍ଜ : ସ୍ତ୍ରୀକୁ ପିଟି ପିଟି ହତ୍ୟା କଲା ନିଷ୍ଠୁର ସ୍ୱାମୀ, ଅଭିଯୁକ୍ତ ଅଟକ
  • ||
  • କେନ୍ଦୁଝର : ଜ୍ଵାଇଁ ଘର ସାମ୍ନାରେ ଚଢିଗଲା ଟ୍ରକ୍, ଚାଲିଗଲା ଶାଶୁ, ଶ୍ଵଶୁର ଏବଂ ଶାଳକଙ୍କ ଜୀବନ
  • ||
  • ଶ୍ରୀକ୍ଷେତ୍ରରେ ଡ୍ରିମ୍‌ଗାର୍ଲ୍, ଦେଶର ମଙ୍ଗଳ ପାଇଁ ମହାପ୍ରଭୁଙ୍କୁ କଲେ ପ୍ରାର୍ଥନା
  • ||
  • କଟକ : ସାଇକେଲ୍‌ ଆରୋହୀଙ୍କୁ ପଛପଟୁ ଧକ୍କା ଦେଲା ଟ୍ରକ୍‌, ଚାଲିଗଲା ଜୀବନ
  • ||
  • ଢେଙ୍କାନାଳ : ଟ୍ରକ୍ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକଙ୍କ ରାସ୍ତାରୋକ
  • ||

ପରିତ୍ୟକ୍ତ କୂଅ ଭିତରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ

Published By : Prameya | March 6, 2025 4:21 PM

କରଞ୍ଜିଆ,୬/୩ :  ପରିତ୍ୟକ୍ତ କୂଅ ଭିତରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ । ହାତ ଗୋଡ଼ ବନ୍ଧା ଆବସ୍ଥାରେ ଅଖାରେ ଭର୍ତ୍ତି ହୋଇଥିବା ମୃତଦେହ ଉଦ୍ଧାର । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରରୁଆଁ ଥାନା ତେରଣ୍ଟି ଗାଁରେ । ହତ୍ୟା କରି ଅଖାରେ ପୁରାଇ କୂଅ ଭିତରକୁ ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି । ରରୁଆଁ ଥାନା ତେରଣ୍ଟି ଗାଁରେ ଥିବା ମାଆ ତାରିଣୀ ଷ୍ଟିଲ ପ୍ଲାଣ୍ଟ ପଛପଟ କୂଅରୁ ମିଳିଲା ମୃତଦେହ । 

ଖବରପାଇ ଘଟଣାସ୍ଥଳରେ ସାଇଣ୍ଟୀଫିକ୍ ଟିମ୍ ଛାନ୍ ଭିନ୍ କରୁଥିବାବେଳେ ରରୁଆଁ ପୋଲିସ ମୃତଦେହକୁ ନେଇ ଅଧିକ ଖୋଳତାଡ଼ ଆରମ୍ଭ କରିଛି । ମୃତ ବ୍ୟକ୍ତିଙ୍କ ପରିଚୟ ମିଳିପାରିନାହିଁ । କେହି ଦୁର୍ବୃତ୍ତ ହତ୍ୟା କରି ଅଖାରେ ଭର୍ତ୍ତି କରିବା ପରେ କୂଅ ଭିତରକୁ ଫିଙ୍ଗି ଦେଇଥିବା ସନ୍ଦେହ କରୁଛି ପୋଲିସ୍ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.