ଭୁବନେଶ୍ବର, ୨୩/୩ : ସମ୍ବଲପୁର ବୁର୍ଲାରୁ ସାମ୍ନାକୁ ଆସିଛି ଏକ ଅଭାବନୀୟ ଘଟଣା । ରବିବାର ଜନୈକ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ଯୁବତୀ ଜଣଙ୍କ ବରଗଡ଼ ଜିଲ୍ଲାର ହୋଇଥିବା ସୂଚନା ମିଳିଛି । ମାତ୍ର ତାଙ୍କର କୌଣସି ପରିଚୟ ମିଳିପାରିନାହିଁ।
ଯୁବତୀ ଜଣଙ୍କୁ କେହି ହତ୍ୟା କରିଥିବା ସନ୍ଦେହ କରାଯାଉଛି । ମୃତ୍ୟୁର କାରଣ ଏବେ ଯାଏଁ ଅସ୍ପଷ୍ଟ ରହିଛି ।ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଖେଳିଯାଇଛି ।