ପ୍ରମୂଖ ଖବର
  • ଭୁବନେଶ୍ୱର : ବିଦେଶୀ ମଦ ଦୋକାନ ଉପରେ ଅବକାରୀ ବିଭାଗର ରେଡ୍‌, ପାଣି ମିଶା ମଦ ଜବତ
  • ||
  • ତେଲକୋଇ : ବେଣା ଗାଁରେ ହାତୀପଲଙ୍କ ଉତ୍ପାତ; ଧାନ ସହ ଖାଇଗଲେ ଟଙ୍କା, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ପାଟଣା : ଚମ୍ପୁଆ ରେଞ୍ଜରେ ଦନ୍ତା ଆହତ, ସ୍ବାସ୍ଥ୍ୟାବସ୍ଥା ଅନୁଧ୍ୟାନ କରୁଛି ବିଶେଷଜ୍ଞ ଟିମ୍
  • ||
  • ମାର୍ଶାଘାଇ : ରେଳ ପୋଲ ଉପରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ଭଞ୍ଜନଗର : ବଚସାକୁ କେନ୍ଦ୍ର କରି ଦୁଇ ଭାଇଙ୍କୁ ମରଣାନ୍ତକ ଆକ୍ରମଣ; ବଡ଼ ଭାଇ ମୃତ, ସାନ ଭାଇ ଗୁରୁତର
  • ||
  • ପୁରୁଷ ହକି ଏସିଆନ ଚାମ୍ପିଅନ୍ସ ଟ୍ରଫି: ଆଜି ଚୀନ-ପାକିସ୍ତାନ୍, ଭାରତ-କୋରିଆ ସେମି ଫାଇନାଲ୍‌ ଲଢ଼େଇ
  • ||
  • କରଞ୍ଜିଆ : ଶିମିଳିପାଳ ଅଭୟାରଣ୍ୟରେ ପ୍ରବଳ ବର୍ଷା, ୧୨ ଘଣ୍ଟାରେ ୧୮୩.୮୯୬ ମିମି ବର୍ଷା ରେକର୍ଡ
  • ||
  • ଜଳେଶ୍ବର : ବିପଦ ସଙ୍କେତ ପାର୍‌ କଲା ଜଳକା ନଦୀ, ତଳିଆ ଅଞ୍ଚଳବାସୀ ଭୟଭୀତ
  • ||
  • ଶ୍ରୀମନ୍ଦିରରେ ବଳିବାମନ ବେଶ ନୀତି, ବାମନରୂପି ବାଳକ ରୂପରେ ମହାପ୍ରଭୁ ରତ୍ନ ସିଂହାସନରେ ଉଭା ହେବେ
  • ||
  • ପାଟଣା : ତେଲ ନଦୀ ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ, କେନ୍ଦୁଝର ଓ ମୟୁରଭଞ୍ଜ ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ
  • ||
  • ଆଜି ବି ପ୍ରବଳ ଢାଳିବ ବର୍ଷା: ଦୁଇ ଜିଲ୍ଲାକୁ ଆଲର୍ଟ, ସତର୍କ ରହିବାକୁ ନିର୍ଦ୍ଦେଶ ଦେଲେ ଏସ୍‌ଆରସି
  • ||
  • ବୌଦ୍ଧ : ବାଟୋଇଙ୍କୁ ଧକ୍କା ଦେଇ ଗଛକୁ ପିଟିଲା ପିକ୍ଅ‌ପ୍ ଭ୍ୟାନ୍‌, ୯ ଗୁରୁତର
  • ||

ପରକୀୟା ପ୍ରୀତିରୁ ହତ୍ୟା ! କେନାଲ ବନ୍ଧରୁ ମିଳିଲା ଯୁବକଙ୍କ ମୃତଦେହ, ୩ ଅଟକ

କଣାସ,୦୨/୦୯: କେନାଲ ବନ୍ଧ ଉପରୁ ମିଳିଲା ଯୁବକଙ୍କ ମୃତଦେହ । ପରକୀୟା ପ୍ରୀତି ପାଇଁ ହତ୍ୟା କରାଯାଇଥିବା ଅଭିଯୋଗ ଆଣିଲେ ପରିବାର ଲୋକେ । ଅଭିଯୋଗ ଆଧାରରେ ୩ଜଣଙ୍କୁ ଅଟକ ରଖିଛି ପୋଲିସ । ମୃତକ ଜଣକ ନୀଳକଣ୍ଠ ପାଇକରାୟ (୨୬ ବର୍ଷ) ବୋଲି ଜଣାପଡ଼ିଛି । ପିପିଲି ବ୍ଲକ ଅନ୍ତର୍ଗତ କଣ୍ଟି ଗ୍ରାମରେ ଏଭଳି ଅଘଟଣ ଘଟିଛି ।

ସୂଚନା ଅନୁଯାୟୀ, ରବିବାର ବିଳମ୍ବିତ ରାତିରେ ନୀଳକଣ୍ଠ ତାଙ୍କ ଘରେ ଥିଲେ । ଏହି ସମୟରେ ତାଙ୍କୁ ଫୋନକରି ଡାକିନେଇ ହତ୍ୟା କରିଥିଲେ ଦୁର୍ବୃତ୍ତ । ପରେ ଯୁବକଙ୍କ ମୃତଦେହ କେନାଲ ବନ୍ଧ ଉପରେ ପଡ଼ିଥିବାର ଦେଖିବାକୁ ପାଇଥିଲେ ସ୍ଥାନୀୟଲୋକେ । ଏହା ଦେଖି ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିଛି ପୋଲିସ । ତେବେ ପରକୀୟା ପ୍ରୀତି ପାଇଁ ଏଭଳି ଘଟିଥିବା ନେଇ ନୀଳକଣ୍ଠଙ୍କ ପରିବାର ଲୋକେ ପିପିଲି ଥାନାରେ ଅଭିଯୋଗ କରିଛନ୍ତି । ଅଭିଯୋଗ ଆଧାରରେ ୩ଜଣଙ୍କୁ ଅଟକ ରଖି ଘଟଣାର ତଦନ୍ତ କରୁଛି ପୋଲିସ । ଅଟକଙ୍କ ମଧ୍ୟରେ ଦୁଇ ଜଣ ପୁରୁଷ ଓ ଜଣେ ମହିଳା ଅଛନ୍ତି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.