ପ୍ରମୂଖ ଖବର
  • ବଲାଙ୍ଗୀର : ଗ୍ୟାସ ସିଲିଣ୍ଡର ଚୋରି ଗ୍ୟାଙ୍ଗକୁ ଧରିଲା ପୋଲିସ; ୫ ଗିରଫ,୧୩୩ରୁ ଉର୍ଦ୍ଧ୍ୱ ଗ୍ୟାସ୍‌ ସିଲିଣ୍ଡର ଜବତ
  • ||
  • ଗୁଣପୁର : ବାଇକ୍‌ ଚୋରଙ୍କୁ ଧରିଲା ପୋଲିସ; ୫ ଗିରଫ, ୮ ବାଇକ୍‌ ଜବତ
  • ||
  • ଖଲ୍ଲିକୋଟ : ପୋଖରୀରେ ବୁଡ଼ି ବ୍ୟକ୍ତି ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଚନ୍ଦାହାଣ୍ଡି : ସାପ କାମୁଡାରେ ୯ ବର୍ଷର ଝିଅ ମୃତ, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ବ୍ରହ୍ମପୁର : ଗାଡ଼ି ବ୍ୟାଟେରୀ ଚୋରଙ୍କ ପାର୍ଦ୍ଦାଫାଶ; ୫ଲୁଟେରା ଗିରଫ, ୭ ବ୍ୟାଟେରୀ ଜବତ
  • ||
  • ନବରଙ୍ଗପୁର : ସ୍କୁଲ ପଛ ବୁଦା ମୂଳରୁ ଛାତ୍ରୀଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର, ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ
  • ||
  • ଭରତପୁର ଥାନାରେ ମେଜରଙ୍କୁ ମାଡ଼ ଘଟଣା : ୫ ପୋଲିସ ଅଫିସର ନିଲମ୍ଵିତ
  • ||
  • ଅସ୍ତରଙ୍ଗରେ ପାଗଳ ବିଲୁଆର ଆତଙ୍କ, ୧୦ରୁ ଉର୍ଦ୍ଧ୍ୱ ଆହତ
  • ||
  • ବଣାଇ : ଉତ୍ପାତ ହେଉଥିଲା ଦନ୍ତା, ତୋଡ଼ା ଫରେଷ୍ଟରେ ଚାଲିଛି ଟ୍ରାଙ୍କୁଲାଇଜ୍
  • ||
  • ନବରଙ୍ଗପୁରରେ ବେଆଇନ ଗୋରୁ ଚାଲାଣ, ୫୦ରୁ ଉର୍ଦ୍ଧ୍ୱ ଗୋରୁ ଉଦ୍ଧାର
  • ||
  • ଭୋଗରାଇ : ଫୁଲୁଛି ସୁବର୍ଣ୍ଣରେଖା ନଦୀ, ବିପଦ ସଙ୍କେତ ଟପି ବନ୍ୟାଜଳ ପ୍ରବାହିତ
  • ||

କାଜୁ ଜଙ୍ଗଲରୁ ମିଳିଲା ଯୁବକଙ୍କ ମୃତଦେହ, ହତ୍ୟା ସନ୍ଦେହ

ଯାଜପୁର,୧୫/୦୯: କାଜୁ ଜଙ୍ଗଲ ମଧ୍ୟରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ଯୁବକ ସ୍ଥାନୀୟ କୋରାବନ୍ଦୀ ଗ୍ରାମର ଚନ୍ଦନ ସ୍ୱାଇଁ ବୋଲି ଜଣାପଡିଛି । ଯୁବକଙ୍କ ମୃତ୍ୟର କାରଣ ଅସ୍ପଷ୍ଟ ରହିଥିବାବେଳେ ତାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି । ଯାଜପୁର ରୋଡ୍‌ କୋରାଇ ଥାନା ଅନ୍ତର୍ଗତ ରଗଡ଼ି ନିକଟ କାଜୁ ଜଙ୍ଗଲ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ଚନ୍ଦନ ସ୍ୱାଇଁ କୋରାବନ୍ଦୀ ଗ୍ରାମର ଗ୍ରାମବାସୀ ହୋଇଥିବା ବେଳେ ରବିବାର ତାଙ୍କ ମୃତଦେହ ରଗଡ଼ି ନିକଟସ୍ଥ କାଜୁ ଜଙ୍ଗଲରେ ଦେଖିବାକୁ ମିଳିଥିଲା । ଏହା ଦେଖି ସ୍ଥାନୀୟଲୋକେ ପେଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଛି କୋରାଇ ଥାନା ପୋଲିସ । ଏଥି ସହିତ ଯୁବକଙ୍କ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ମଧ୍ୟ ପଠାଇଛି ପୋଲିସ । ତେବେ ଯୁବକଙ୍କ ହତ୍ୟା କରାଯାଇଥିବା ନେଇ ସନ୍ଦେହ କରୁଛି ପୋଲିସ ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.