ପ୍ରମୂଖ ଖବର
  • ଦିବ୍ୟ ଦେବସ୍ନାନ ପୂର୍ଣ୍ଣିମା; ସ୍ନାନବେଦୀରେ ବିଜେ କଲେ ଚତୁର୍ଦ୍ଧାମୂରତୀ, ଭକ୍ତମୟ ବଡ଼ଦାଣ୍ଡ
  • ||
  • ଯାଜପୁର : ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟିଲା ଟ୍ରାକ୍ଟର: ଜଣେ ମୃତ, ୨ ଗୁରୁତର
  • ||
  • ସ୍ନାନ ମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତୀ, ଭକ୍ତମୟ ଶ୍ରୀକ୍ଷେତ୍ର, ଜନସମୁଦ୍ର ବଡ଼ଦାଣ୍ଡ
  • ||
  • ପବିତ୍ର ଦେବସ୍ନାନ ପୂର୍ଣ୍ଣିମା, ୧୦୮ ଗରା ସୁବାସିତ ଜଳରେ କରିବେ ଦିବ୍ୟସ୍ନାନ, ଗଜାନନ ବେଶରେ ଦର୍ଶନ ଦେବେ ଚତୁର୍ଦ୍ଧାମୂରତୀ
  • ||
  • ଘୁଞ୍ଚି ଘୁଞ୍ଚି ଯାଉଛି ଶୁଭାଂଶୁ ଶୁକ୍ଳାଙ୍କ ମହାକାଶ ଯାତ୍ରା, ଆକ୍ସିଓମ ମିଶନ୍-୪ ପୁଣି ବ୍ରେକ
  • ||
  • ପାର୍ଟ ପ୍ଲଟ୍‌ ବିକ୍ରି ବ୍ୟବସ୍ଥାରେ ସଂଶୋଧନ, ବିନା ଲେ-ଆଉଟରେ ବିକ୍ରି କରିହେବ ୫୦୦ ବର୍ଗମିଟରରୁ କମ୍‌ ଜମି
  • ||

୨ ଦିନ ହେଲା ନିଖୋଜ ଥିଲେ, ପୋଖରୀରୁ ଉଦ୍ଧାର ହେଲା ଯୁବକଙ୍କ ମୃତଦେହ

Published By : Rasmita Pradhan | June 10, 2025 2:33 PM

ଘସିପୁରା, ୧୦/୬ : ୨ ଦିନ ହେଲା ନିଖୋଜ ଥିଲେ। ପୋଖରୀରୁ ଉଦ୍ଧାର ହେଲା ଯୁବକଙ୍କ ମୃତଦେହ। କେନ୍ଦୁଝର ଜିଲ୍ଲା ଘସିପୁରା ଥାନା ବାରିଗାଁରେ ଏହି ଅଘଟଣ ଘଟିଛି। ମୃତକ ଜଣଙ୍କ ହେଉଛନ୍ତି ଗ୍ରାମର କୁନ ବାରିକଙ୍କ ପୁଅ ସନାତନ ବାରିକ। 

ସୂଚନା ଅନୁଯାୟୀ, ବାରିଗାଁ ଗ୍ରାମର ସନାତନ ବାରିକ ଗତ ଦୁଇ ଦିନ ହେଲା ନିଖୋଜ ଥିଲେ। ଏନେଇ ଗତକାଲି ଘସିପୁରା ଥାନାରେ ଏକ ଲିଖିତ ଅଭିଯୋଗ ହୋଇଥିଲା। ପରିବାର ଲୋକେ ବହୁ ଖୋଜାଖୋଜି ପରେ ବି ସନାତନଙ୍କ ଖୋଜ ଖବର ମିଳିନଥିଲା। ମଙ୍ଗଳବାର ସକାଳେ ଗ୍ରାମର କିଛି ଯୁବକ ପୋଖରୀରେ ଶବ ଭାସୁଥିବା ଦେଖି ପୁଲିସକୁ ଖବର ଦେଇଥିଲେ। ଘଟଣାସ୍ଥଳରେ ପୁଲିସ ପହଞ୍ଚି ଶବ ଉଦ୍ଧାର କରିବା ସହ ବ୍ୟବଛେଦ ପାଇଁ ଆନନ୍ଦପୁର ମେଡିକାଲକୁ ପଠାଇଛି। ଶବଟି ସନାତନ ବାରିକଙ୍କର ହୋଇଥିବା ଜଣାପଡ଼ିଛି। ଏହି ଖବର ଜଣାପଡ଼ିବା ପରେ ଗ୍ରାମରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.