ପ୍ରମୂଖ ଖବର
  • ଖଲ୍ଲିକୋଟ : ଛେଳି ପଲ ଉପରେ ମାଡିଗଲା ଟ୍ରକ, ୭୦ ଛେଳି ମୃତ
  • ||
  • ଯୁଦ୍ଧଗ୍ରସ୍ତ ଇରାନ୍‌ରୁ ଆର୍ମେନିଆରେ ପହଞ୍ଚିଲେ ୧୧୦ ଭାରତୀୟ, ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ଆଡ୍‌ଭାଇଜରୀ ଜାରି
  • ||
  • ଗୋପାଳପୁର ବେଳାଭୂମିରେ ଗଣଦୁଷ୍କର୍ମ ଅଭିଯୋଗ, ସମସ୍ତ ୧୦ ଅଭିଯୁକ୍ତକୁ ଗିରଫ କଲା ପୁଲିସ
  • ||
  • କୋକସରା: ଦେପୁର ନିକଟରେ ଗଛରେ ପିଟି ହେଲା ବାଇକ, ଦୁଇ ମୃତ ଜଣେ ଗୁରୁତର
  • ||
  • ପ୍ରତିକୂଳ ପାଗ ପାଇଁ ୧୭ରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା, ଡାକବାଜି ଯନ୍ତ୍ରରେ କରାଗଲା ସତର୍କ
  • ||
  • ବଲାଙ୍ଗିର: ରାଜ୍ୟସ୍ତରୀୟ କୃଷକ ଶକ୍ତି ସମାବେଶରେ ସାମିଲ୍ ହେଲେ ମୁଖ୍ୟମନ୍ତ୍ରୀ, ସଫଳ ଚାଷୀଙ୍କୁ ସମ୍ବର୍ଦ୍ଧିତ କରାଯିବ
  • ||
  • ବଲାଙ୍ଗୀର ସହର ଭିତରେ ଦୁର୍ଘଟଣା, ଭାରସାମ୍ୟ ହରାଇ ରାସ୍ତାକଡ଼ ଦୋକାନକୁ ପଶିଗଲା କଣ୍ଟେନର
  • ||
  • ବସୁମତୀ ସ୍ନାନ ସହ ଶେଷ ହେଲା ରଜ, ୩ ଦିନର ବିଶ୍ରାମ ପରେ ଶୁଦ୍ଧ ସ୍ନାନ କଲେ ବସୁମାତା
  • ||
  • ଏୟାର ଇଣ୍ଡିଆ ବିମାନରେ ଯାନ୍ତ୍ରିକ ତ୍ରୁଟି; କୋଲକାତାରେ ଜରୁରୀ ଅବତରଣ
  • ||
  • ପରମାଣୁ ଅସ୍ତ୍ର ନେଇ ଇରାନ୍‌କୁ ଟ୍ରମ୍ପଙ୍କ କଡ଼ା ଚେତାବନୀ, କହିଲେ ତୁରନ୍ତ ତେହେରାନ୍ ଛାଡ଼, ଡ଼ାକିଲେ ବଡ଼ ବୈଠକ
  • ||
  • କାନାଡ଼ାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଆଜି ଓ କାଲି ଦୁଇ ଦିନ ଧରି G7 ସମିଟ୍‌ରେ ସାମିଲ ହେବେ
  • ||
  • ଅନବସରରେ ମହାପ୍ରଭୁ: ଫୁଲୁରି ତେଲ ଘଷା ହେବାରେ ଉପଶମ ହେଉଛନ୍ତି ଦାରୁବ୍ରହ୍ମ, ଆଜି ଓଷ ଲାଗି ନୀତି
  • ||
  • ଏବେ ବଡ଼ ବର୍ଷା ନାହିଁ: ଆଜି କିଛି ସ୍ଥାନରେ ବର୍ଷିବ, ୨୩ରୁ ପୁଣି ବଢ଼ିପାରେ, ତାପମାତ୍ରା ୨ରୁ ୪ ଡିଗ୍ରୀ କମିବା ସମ୍ଭାବନା
  • ||

ରାସ୍ତାକଡ଼ରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

Published By : Rasmita Pradhan | June 17, 2025 10:20 AM

ମହାବିରୋଡ଼,୧୭/୬ : ଢେଙ୍କାନାଳ ଜିଲ୍ଲା ମହାବିରୋଡ଼ ଥାନା ଅନ୍ତର୍ଗତ ମହାବିରୋଡ ଗାଁ ଭାଲୁଗାଡ଼ିଆ ସାହିକୁ ଯିବା ରାସ୍ତାକଡ଼ରୁ ଜଣେ ଯୁବକଙ୍କ ମୃତଦେହ ସନ୍ଦେହଜନକ ଅବସ୍ଥାରେ ଉଦ୍ଧାର ହୋଇଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଯୁବକଙ୍କୁ କେହି ମାରି ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି । 

ସୂଚନା ଅନୁସାରେ, ମହାବିରୋଡ ଗାଁ ଭାଲୁଗାଡ଼ିଆ ସାହିର କାହ୍ନୁ ପଧାନ(୨୫ ବର୍ଷ) ସୋମବାର ଅପରାହ୍ନ ୩ଟାରେ କେଉଁଆଡ଼େ ଚାଲିଯାଇଥିଲେ। ପରିବାର ଲୋକେ ଖୋଜାଖୋଜି କରି ତାଙ୍କର କୌଣସି ସନ୍ଧାନ ପାଇ ନଥିଲେ। ମଙ୍ଗଳବାର ସକାଳୁ ସ୍ଥାନୀୟ ଲୋକେ ଗାଁ ଠାରୁ କିଛି ଦୂରରେ ରାସ୍ତା କଡ଼ରେ କାହ୍ନୁର ଶବ ପଡ଼ିଥିବା ଦେଖିବାକୁ ପାଇଥିଲେ। ଖବର ପାଇ ମହାବିରୋଡ଼ ଥାନା ଅଧିକାରୀ କାଶୀନାଥ ହାଁସଦା ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। 

କେଉଁ ପରିସ୍ଥିତିରେ କାହ୍ନାଙ୍କ ମୃତ୍ୟୁ ହୋଇଛି ତାହା ଅସ୍ପଷ୍ଟ ରହିଛି । କେହି ହତ୍ୟା କରିଥାଇପାରନ୍ତି ବୋଲି ସନ୍ଦେହ କରାଯାଉଛି। ମୃତଦେହକୁ ପୁଲିସ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଏହାସହ ଏକ ଅପମୃତ୍ୟ ମାମଲା ରୁଜୁ କରି ତଦନ୍ତ କରୁଛି। ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିଲା ପରେ ଘଟଣାର ସତ୍ୟତା ଜଣାପଡ଼ିବ ବୋଲି ପୁଲିସ କହିଛି ।



Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.