ପ୍ରମୂଖ ଖବର
  • ରାଜଧାନୀରେ ବୁଲିଲା ଖଣ୍ଡା, ବାଇକ୍‌ ପାର୍କିଂକୁ ନେଇ ହଣାକଟା
  • ||
  • ଉଗ୍ର ହେଉଛି ଇରାନ-ଇସ୍ରାଏଲ ଲଢେଇ; ଇସ୍ରାଏଲକୁ ସମର୍ଥନ କଲେ...ଆମେରିକା ସମେତ ଅନ୍ୟ ଦେଶକୁ ଇରାନର ଚେତାବନୀ
  • ||
  • ମଞ୍ଚେଶ୍ଵରରୁ ୨ ନାବାଳିକା ଶିଶୁ ଶ୍ରମିକ ଉଦ୍ଧାର
  • ||
  • ବଲାଙ୍ଗୀର : ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ବୌଦ୍ଧ ଥାନା ୫୭ ନଂ ଜାତୀୟ ରାଜପଥ ଖଜୁରୀପଡା ଠାରେ ଦୁର୍ଘଟଣା, ବୋଲେରୋ ଓ ଟ୍ରକ୍‌ ମୁହାଁମୁହିଁ ଧକ୍କା, ଜଣେ ମୃତ ୭ ଆହତ
  • ||
  • ଆଜି ପହିଲି ରଜ; ସବୁଠି ଉତ୍ସାହ, ପୋଡ଼ପିଠା ବାସ୍ନାରେ ମହକୁଛି ଗାଁଠୁ ସହର
  • ||
  • ରଜକୁ ଭିଜାଇବ ବର୍ଷା: ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାରେ ବର୍ଷା ସମ୍ଭାବନା, ୭ ଜିଲ୍ଲାକୁ ଆଲର୍ଟ ଜାରି
  • ||

ଟ୍ରେନ୍‌ ଲାଇନ୍‌ରୁ ଯୁବକଙ୍କ ମୃତଦେହ ଉଦ୍ଧାର

Published By : Rasmita Pradhan | June 13, 2025 9:53 AM

ନୂଆପଡ଼ା, ୧୩।୬ : ଟ୍ରେନ୍ ଲାଇନ୍‌ରୁ ଯୁବକଙ୍କ ମୃତଦେହ ଉଦ୍ଧାର। ନୂଆପଡ଼ା ଜିଲ୍ଲା ଲଖନା ଥାନା ଟେଙ୍ଗନାବସା ଫାଟକ ନିକଟରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବକ ଜଣଙ୍କ ଜାମ ଦରହା ଗାଁର ଭୁପେନ୍ଦ୍ର ମାଝି ବୋଲି ଜଣାପଡ଼ିଛି।  

ସୂଚନାନୁଯାୟୀ, ଶୁକ୍ରବାର ସକାଳେ ଲଖନ ଥାନା ଟେଙ୍ଗନାବସା ରେଲୱେ ଫାଟକ ନିକଟରେ ଜଣେ ଯୁବକଙ୍କ ମୃତଦେହ ପଡିଥିବା ଗାଁ ଲୋକେ ଦେଖିବାକୁ ପାଇଥିଲେ। ଦେଖୁ ଦେଖୁ ଘଟଣାସ୍ଥଳରେ ଆଖପାଖ ଲୋକ ରୁଣ୍ଡ ହୋଇଯାଇଥିଲେ। ମୃତକ ଜଣଙ୍କ ଜାମଦରହା ଗାଁର ଭୁପେନ୍ଦ୍ର ବୋଲି ଚିହ୍ନଟ କରିଥିଲେ। ଖବର ପାଇ ପରିବାର ଲୋକେ ଘଟଣା ସ୍ଥଳରେ ପହଞ୍ଚିଛନ୍ତି। 

କଣ୍ଟାବାଞ୍ଜି ଜିଆରପି ଘଟଣା ସ୍ଥଳ ଅଭିମୁଖେ ବାହାରିଥିବା ଜଣାପଡ଼ିଛି। ମୃତଦେହକୁ ଜବତ କରି ବ୍ୟବଚ୍ଛେଦ କରିବା ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି ଜିଆରପି ତରଫରୁ ସୂଚନା ଦେଇଛନ୍ତି। ତେବେ କିଭଳି ସ୍ଥିତିରେ ଯୁବକଙ୍କ ମୃତ୍ୟୁ ହୋଇଛି, ତାର କାରଣ ଅସ୍ପଷ୍ଟ ରହିଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.