ପ୍ରମୂଖ ଖବର
  • ଗଞ୍ଜାମ : ଅଦିନିଆ ବର୍ଷାରେ ଉଜୁଡ଼ିଗଲା ଚାଷ, ଚିନ୍ତାରେ ପଡ଼ି ଜୀବନ ହାରିଲେ ଚାଷୀ
  • ||
  • ଆସନ୍ତା ଶିକ୍ଷାବର୍ଷରୁ କଲେଜରେ ଛାତ୍ର ସଂସଦ ନିର୍ବାଚନ,ଘୋଷଣା କଲେ ମୁଖ୍ୟମନ୍ତ୍ରୀ
  • ||
  • ନୟାଗଡ଼ : ରାସ୍ତା ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ୍, ଡ୍ରାଇଭର ମୃତ
  • ||
  • କେନ୍ଦୁଝର : ଅର୍ଥାଭାବରୁ ଆତ୍ମହତ୍ୟା କଲେ ବିଧବା ମହିଳା, ବେସାହାରା ହେଲେ ସନ୍ତାନ
  • ||
  • ବଲାଙ୍ଗୀର : ଦୁର୍ଗାପାଲି ଗାଁରେ ଅଘଟଣ, ଜଳିଗଲା ୪ ଏକର ଜମିର ଧାନ ଗଦା
  • ||
  • ବୌଦ୍ଧ : ଟ୍ରକ୍‌ରୁ ଖସିଲା ଲୁହା ଇଲେକ୍ଟ୍ରି ପୋଲ୍‌, ଅଳ୍ପକେ ବର୍ତ୍ତିଲେ ଲୋକେ
  • ||
  • ଗଞ୍ଜାମ : ଝୁଲନ୍ତା ଅବସ୍ଥାରେ ବିବାହିତ ପ୍ରେମୀ ଯୁଗଳଙ୍କ ମୃତଦେହ ଉଦ୍ଧାର
  • ||
  • ଜୟପୁର : ଏଆର୍‌ଆଇଙ୍କ ଘରେ ପଶିଲା ଭିଜିଲାନ୍ସ, ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ
  • ||
  • ନୀଳଗିରି : ଅଦିନିଆ ବର୍ଷା ପାଇଁ ଚିନ୍ତାରେ ଚାଷୀ, ହେକ୍ଟର ହେକ୍ଟର ପରିବା ଚାଷ ନଷ୍ଟ
  • ||
  • ପାକିସ୍ତାନର ଏୟାରଷ୍ଟ୍ରାଇକ୍‌ରେ ମୃତ୍ୟୁସଂଖ୍ୟା ୪୬କୁ ବୃଦ୍ଧି, ମୃତକଙ୍କ ମଧ୍ୟରେ ଅଧିକାଂଶ ଶିଶୁ ଓ ମହିଳା
  • ||
  • ବର୍ଡର-ଗାଭାସ୍କର ଟ୍ରଫି, ମେଲବର୍ଣ୍ଣରେ ବ୍ୟାଟିଂ କରୁଛି ଅଷ୍ଟ୍ରେଲିଆ, ଓ୍ବିକେଟ୍ ସନ୍ଧାନରେ ଭାରତ
  • ||
  • ଆଠମଲ୍ଲିକ : ଅଦିନିଆ ବର୍ଷା ଦେଇଗଲା ଦୁଃଖ, ଧାନ ବିଲରେ ଜମି ରହିଛି ପାଣି
  • ||
  • ଆଜିଠୁ ବର୍ଷା କମିବ, ୨୭ରୁ ପୁଣି ବଢ଼ିବ: ପଶ୍ଚିମା ବାୟୁ ପାଇଁ ଉତ୍ତର-ପଶ୍ଚିମ ଓଡ଼ିଶାରେ ବର୍ଷା ଆଶଙ୍କା
  • ||
  • ମେଘୁଆ ପାଗ ପରେ ସୁବର୍ଣ୍ଣପୁରରେ ଶୀତ ଲହରୀ ଆରମ୍ଭ
  • ||

ରେଳଧାରଣାରୁ ଯୁବକଙ୍କ ଖଣ୍ଡ ବିଖଣ୍ଡିତ ମୃତଦେହ ଉଦ୍ଧାର, ହତ୍ୟା ପରେ ଆତ୍ମହତ୍ୟାର ରୂପ ଦେଇଥିବା ସନ୍ଦେହ

Published By : Prameya | December 10, 2024 9:48 AM

ବଲାଙ୍ଗୀର ୧୦/୧୨: ବଲାଙ୍ଗିର ଦେଓଗାଁ ରୋଡ଼ ରେଳଷ୍ଟେସନ ନିକଟ ରେଳଧାରଣାରୁ ଯୁବକଙ୍କ ଖଣ୍ଡ ବିଖଣ୍ଡିତ ମୃତଦେହ ଉଦ୍ଧାର । ଆରପିଏଫ ଓ ଜିଆରପି ପହଞ୍ଚି ମୃତଦେହ ଜବତ କରିବା ପରେ ବ୍ୟବଚ୍ଛେଦ ପାଇଁ ପଠାଇଥିବା ଜଣାପଡିଛି।  ବର୍ତ୍ତମାନ ସୁଦ୍ଧା ଯୁବକଙ୍କ ପରିଚୟ ମିଳିପାରିନାହିଁ। ତେବେ ଯୁବକଙ୍କୁ ହତ୍ୟା ପରେ ଟ୍ରେନ ଲାଇନରେ ଫିଙ୍ଗି ଆତ୍ମହତ୍ୟା ରୂପ ଦେଇଥିବା ସନ୍ଦେହ କରାଯାଉଛି।

ସୂଚନା  ଅନୁଯାୟୀ, ସୋମବାର ସକାଳେ ବଲାଙ୍ଗୀର ଦେଓଗାଁ ରେଳଷ୍ଟେସନ ନିକଟ ରେଳଧାରଣାରୁ ଜଣେ ଯୁବକଙ୍କ ଖଣ୍ଡ ବିଖଣ୍ଡିତ ମୃତଦେହ ଠାବ ହୋଇଛି । ଟ୍ରେନ୍‌ ଲାଇନ୍‌ରେ ମୃତଦେହ ପଡିଥିବା ଦେଖି ସ୍ଥାନୀୟ ଲୋକେ ଜିଆର୍‌ପି ଏବଂ ପୋଲିସକୁ ଖବର ଦେଇଛନ୍ତି । ବର୍ତ୍ତମାନ ଯାଏ କିଏ କାହିଁକି ଯୁବକଙ୍କୁ ହତ୍ୟା କରିଛି  ? ମୃତ ଯୁବକ ଜଣଙ୍କ କିଏ ? କେଉଁଠୁ ଆସିଲା ? । ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ । 

ତେବେ ରେଳଧାରଣା ନିକଟରେ ରକ୍ତର ଛିଟା ପଡିଛି । ଯାହାକୁ ଦେଖି ସ୍ଥାନୀୟ ଲୋକେ ଏହାକୁ ହତ୍ୟା ବୋଲି ସନ୍ଦେହ କରୁଛି । ଯୁବକଙ୍କୁ ହତ୍ୟା ପରେ ଆତ୍ମହତ୍ୟା ରୂପ ଦେଇଥିବା ଅଭିଯୋଗ ହୋଇଛି । ଘଟଣା ସଂପର୍କରେ ଖବର ପାଇ ଦେଓଗାଁ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏହାସହ ଆରପିଏଫ୍‌ ଓ ଜିଆରପି ପହଞ୍ଚି ପରେ ମିଳିତ ଭାବେର ତଦନ୍ତ କରୁଥିବା ସୂଚନା ମିଳିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.