ପ୍ରମୂଖ ଖବର
  • ଭୁବନେଶ୍ୱର : ବିଦେଶୀ ମଦ ଦୋକାନ ଉପରେ ଅବକାରୀ ବିଭାଗର ରେଡ୍‌, ପାଣି ମିଶା ମଦ ଜବତ
  • ||
  • ତେଲକୋଇ : ବେଣା ଗାଁରେ ହାତୀପଲଙ୍କ ଉତ୍ପାତ; ଧାନ ସହ ଖାଇଗଲେ ଟଙ୍କା, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ପାଟଣା : ଚମ୍ପୁଆ ରେଞ୍ଜରେ ଦନ୍ତା ଆହତ, ସ୍ବାସ୍ଥ୍ୟାବସ୍ଥା ଅନୁଧ୍ୟାନ କରୁଛି ବିଶେଷଜ୍ଞ ଟିମ୍
  • ||
  • ମାର୍ଶାଘାଇ : ରେଳ ପୋଲ ଉପରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ଭଞ୍ଜନଗର : ବଚସାକୁ କେନ୍ଦ୍ର କରି ଦୁଇ ଭାଇଙ୍କୁ ମରଣାନ୍ତକ ଆକ୍ରମଣ; ବଡ଼ ଭାଇ ମୃତ, ସାନ ଭାଇ ଗୁରୁତର
  • ||
  • ପୁରୁଷ ହକି ଏସିଆନ ଚାମ୍ପିଅନ୍ସ ଟ୍ରଫି: ଆଜି ଚୀନ-ପାକିସ୍ତାନ୍, ଭାରତ-କୋରିଆ ସେମି ଫାଇନାଲ୍‌ ଲଢ଼େଇ
  • ||
  • କରଞ୍ଜିଆ : ଶିମିଳିପାଳ ଅଭୟାରଣ୍ୟରେ ପ୍ରବଳ ବର୍ଷା, ୧୨ ଘଣ୍ଟାରେ ୧୮୩.୮୯୬ ମିମି ବର୍ଷା ରେକର୍ଡ
  • ||
  • ଜଳେଶ୍ବର : ବିପଦ ସଙ୍କେତ ପାର୍‌ କଲା ଜଳକା ନଦୀ, ତଳିଆ ଅଞ୍ଚଳବାସୀ ଭୟଭୀତ
  • ||
  • ଶ୍ରୀମନ୍ଦିରରେ ବଳିବାମନ ବେଶ ନୀତି, ବାମନରୂପି ବାଳକ ରୂପରେ ମହାପ୍ରଭୁ ରତ୍ନ ସିଂହାସନରେ ଉଭା ହେବେ
  • ||
  • ପାଟଣା : ତେଲ ନଦୀ ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ, କେନ୍ଦୁଝର ଓ ମୟୁରଭଞ୍ଜ ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ
  • ||
  • ଆଜି ବି ପ୍ରବଳ ଢାଳିବ ବର୍ଷା: ଦୁଇ ଜିଲ୍ଲାକୁ ଆଲର୍ଟ, ସତର୍କ ରହିବାକୁ ନିର୍ଦ୍ଦେଶ ଦେଲେ ଏସ୍‌ଆରସି
  • ||
  • ବୌଦ୍ଧ : ବାଟୋଇଙ୍କୁ ଧକ୍କା ଦେଇ ଗଛକୁ ପିଟିଲା ପିକ୍ଅ‌ପ୍ ଭ୍ୟାନ୍‌, ୯ ଗୁରୁତର
  • ||

ମଥୁରା ଛକ ନିକଟରେ ବୋଲେରୋକୁ ସାମ୍ନା ପଟୁ ଧକ୍କା ଦେଲା ଟ୍ରକ୍, ଜଣେ ମୃତ, ୩ ଗୁରୁତର

ଧର୍ମଗଡ଼ ୨୩/୦୮: ଜୁନାଗଡ଼ ବ୍ଲକ ମଥୁରା ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ରୋଗୀ ନେଇ ଆସୁଥିବା ବୋଲେରୋକୁ ସାମ୍ନା ପଟୁ ଧକ୍କା ଦେଲା ଟ୍ରକ୍। ଜୋରଦାର ଦୁର୍ଘଟଣାରୁ ଚୁରମାର୍ ହୋଇଗଲା ବୋଲେରୋ। ଦୁର୍ଘଟଣାସ୍ଥଳରେ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବା ବେଳେ ରୋଗୀ ଏବଂ ଅନ୍ୟ ୨ଜଣ ଗୁରୁତରଙ୍କୁ‌ ଉଦ୍ଧାର କରାଯାଇ ଭବାନୀପାଟଣା ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। 

ସୂଚନା ମୁତାବିକ, ଆଜି ସକାଳ ସାଢ଼େ ୭ଟାରେ ମହୁଲପାଟଣାରୁ ରୋଗୀ ନେଇ ଭବାନୀପାଟଣା ମେଡିକାଲ ଆସୁଥିବା ସମୟରେ ଜୁନାଗଡ଼ ବ୍ଲକ ମଥୁରା ଛକ ନିକଟରେ ସାମ୍ନାପଟୁ ଆସୁଥିବା ଏକ ଟ୍ରକ ଧକ୍କା ଦେଇଥିଲା।  ଜୋରଦାର୍ ଦୁର୍ଘଟଣା ଫଳରେ ଘଟଣା ସ୍ଥଳରେ ବୋଲେରୋ ଡ୍ରାଇଭରଙ୍କ ମୃତ୍ୟୁ ହେଇଥିବା ସୂଚନା । ରୋଗୀ ଏବଂ ଅନ୍ୟ ୨ଜଣ ଗୁରୁତର ଅବସ୍ଥାରେ ଭବାନୀପାଟଣାରେ ଭର୍ତ୍ତି କରାଯାଇଛି। ଦୁର୍ଘଟଣା ପରେ ଉତ୍ତୋଜନା ଦେଖିବାକୁ ମିଳିଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ଦୁର୍ଘଟଣାଗସ୍ତ ଗାଡିକୁ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି।


  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.