ପ୍ରମୂଖ ଖବର
  • ଭୁବନେଶ୍ୱରରେ ନୂଆ ରାଜ୍ୟପାଳ ଡ. ହରିବାବୁ କମ୍ଭମପତି, ଏୟାରପୋର୍ଟରେ ଦିଆଗଲା ଗାର୍ଡ ଅଫ୍ ଅନର୍‌
  • ||
  • ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ବଢିଲା ସ୍ୱାଧୀନତା ସଂଗ୍ରାମୀଙ୍କ ଭତ୍ତା
  • ||
  • ରାଜଧାନୀରେ ନକଲି ସିମେଣ୍ଟ୍ ଫ୍ୟାକ୍ଟ୍ରି ଠାବ, ପାଉଁଶ ମିଶାଇ ଲୋକଙ୍କୁ କରୁଥିଲେ ବିକ୍ରି
  • ||
  • କରଞ୍ଜିଆ : ସ୍କୁଟିକୁ ଧକ୍କା ଦେଲା ଲୁହା ପଥର ବୋଝେଇ ଟ୍ରକ୍, ମାଆ ଆଗରେ ଚାଲିଗଲା ପୁଅର ଜୀବନ
  • ||
  • ଆନନ୍ଦପୁର : ଜଙ୍ଗଲରୁ ୨ ଶିକାରୀ ଗିରଫ, ମାରଣାସ୍ତ୍ର ସହ ଫାସ ଜବତ
  • ||
  • ବୋରିଗୁୁମ୍ମା : ନୂଆବର୍ଷରେ ଭୋଜି କରି ଯୁବକଙ୍କୁ ନିର୍ମମ ହତ୍ୟା, କାରଣ ଅସ୍ପଷ୍ଟ
  • ||
  • ବୌଦ୍ଧ : ୨୧୬ ଲିଟର ବିଦେଶୀ ମଦ ଜବତ, ଜଣେ ଗିରଫ
  • ||
  • ଅପରାହ୍ନରେ ଝାରସୁଗୁଡ଼ା ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ‘ଦୁଲ୍‌ଦୁଲି' କାର୍ଯ୍ୟକ୍ରମରେ ଦେବେ ଯୋଗ
  • ||
  • କଳାହାଣ୍ଡି : ଟ୍ୟାଙ୍କର ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟଣା, କ୍ଷତି ପୂରଣ ଦାବିରେ ଶବ ରଖି ରାସ୍ତା ଅବରୋଧ
  • ||
  • ଜଗା ଦର୍ଶନ ପାଇଁ ପୁରୀରେ ପ୍ରବଳ ଭିଡ଼, ବଡ଼ଦାଣ୍ଡରେ ଲାଗିଛି ଲମ୍ବା ଲାଇନ୍
  • ||
  • ସମ୍ୱଲପୁରରେ ଜବରଦଖଲ ଉଚ୍ଛେଦ, ୧୬୩ ଧାରା ଲାଗୁ
  • ||
  • ଘଟଗାଁରେ ଉଦ୍‌ଘାଟନ ହେବ ଅଟେଇ ଜଙ୍ଗଲ ସଫାରୀ, ବନ୍ୟଜନ୍ତୁ ଦେଖିବାର ମଜା ନେବେ ପର୍ଯ୍ୟଟକ
  • ||
  • ଆଜି ଓଡ଼ିଶାରେ ପହଞ୍ଚିବେ ନୂଆ ରାଜ୍ୟପାଳ, ପୁରୀ ଯାଇ ଶ୍ରୀଜିଉଙ୍କୁ କରିବେ ଦର୍ଶନ
  • ||
  • ସାଲେପୁର : ବାଇକ୍‌କୁ ପଛପଟୁ ଧକ୍କା ଦେଲା ବାଇକ୍: ଜଣେ ସଙ୍କଟାପନ୍ନ, ଦୁଇ ଗୁରୁତର
  • ||
  • ସୋର : ଇଶାନ ଗାଁରେ ଅଗ୍ନିକାଣ୍ଡ: ଜଳିଗଲା ୪ ବଖରା ଘର, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ
  • ||
  • ଜାନୁଆରୀରେ ଶୀତ କମ୍‌, ମାର୍ଚ୍ଚ ଯାଏଁ ଅଧିକ ବର୍ଷା, ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ
  • ||

ସହିଦନଗର ଅଞ୍ଚଳରେ ହୋଇଥିବା ବୋମା ମାଡ଼ ଘଟଣା, ବୋମା ନୁହଁ ଥିଲା ସୁନ ଫୋଟକା: ଡିସିପି

Published By : Prameya | November 2, 2024 3:35 PM

ଭୁବନେଶ୍ୱର ୦୨/୧୧: ଭୁବନେଶ୍ବର ସହିଦନଗର ଅଞ୍ଚଳରେ ହୋଇଥିବା ବୋମା ମାଡ଼ ଘଟଣା । ବୋମା ନୁହଁ ଦୁର୍ବୃତ୍ତ କାର ଉପକୁ ଫିଙ୍ଗିଥଲେ ସୁନ ଫୋଟକା। ତଦନ୍ତ ପରେ ସ୍ପଷ୍ଟ କଲେ ଭୁବନେଶ୍ବର ଡିସିପି ପିନାକ ମିଶ୍ର।

ସୂଚନା ମୁତାବିକ, ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଶୁକ୍ରବାର ରାତିରେ ସହିଦନଗର ଓ୍ବିନର୍ସ ଆସୋସିଏସନ୍ ନିକଟରେ ବୋମା ମାଡ଼ ହୋଇଥିଲା । ଏକ କାର୍ ଉପରକୁ ବୋମା ଫିଙ୍ଗିଥିଲେ ଦୁର୍ବୃତ୍ତ । ଯେଉଁଥିରେ କାର୍ କାଚ ଭାଙ୍ଗି ଚୁରମାର ହୋଇଯାଇଥିଲା । ବୋମା ମାଡ ଘଟଣା ୩୦ ଅଧିକ ଦୁର୍ବୃତ୍ତ ସାମିଲ ଥିବା ନେଇ ଥାନାରେ ଅଭିଯୋଗ ହୋଇଥିଲା । ଘଟଣାସ୍ଥଳରେ ପୋଲିସ ପହଞ୍ଚିବା ବେଳକୁ ପିସିଆର୍‌କୁ ଦେଖି ଦୁର୍ବୃତ୍ତ ମାନେ ଛତ୍ରଭଙ୍ଗ ଦେଇଥିଲେ । ପରେ ସିସିଟିଭ ଯାଞ୍ଚ ବେଳେ ବୋମା ମାଡ଼ ଦୃଶ୍ୟ ସାମ୍ନାକୁ ଆସିଥିଲା । ତେବେ ଶନିବାର ଫୋରେନସିକ୍ ଟିମ୍ ଘଟଣାସ୍ଥଳରେ ପହଁଚି ତଦନ୍ତ କରିଥିଲେ । ଯାଞ୍ଚ ପରେ ତାହା ବୋମା ନୁହେଁ ସୁନଫୋଟକା ବୋଲି ଜଣାପଡିଥିଲା । 

ତେବେ ଏହି ମାମଲାରେ ଦୁଇ ଜଣଙ୍କୁ ଗିରଫ କରାଯାଇଥିବା ବେଳେ ସମ୍ପୃକ୍ତ ଅନ୍ୟ ଅଭିଯୁକ୍ତଙ୍କୁ ଖୋଜା ଚାଲିଛି । ଏନେଇ ଭୁବନେଶ୍ବର ମହାନଗର ଡିସିପି ପିନାକ ମିଶ୍ର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.