ପ୍ରମୂଖ ଖବର
  • ମୟୂରଭଞ୍ଜରୁ ଅପହରଣ ଯାଜପୁରରୁ ୪ ବର୍ଷର ଶିଶୁକନ୍ୟା ଉଦ୍ଧାର, ଠକ କିନ୍ନର ଏବଂ ସହଯୋଗୀ ଗିରଫ
  • ||
  • ସୋମବାର ହେବ ମହାପ୍ରଭୁଙ୍କ ପଇତାଲାଗି ନୀତି, ୫ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ
  • ||
  • ଦେବଗଡ଼ : ଝୁଲନ୍ତା ଅବସ୍ଥାରେ ଅଜଣା ଶବ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ଅର୍ଚ୍ଚନା-ଜଗବନ୍ଧୁ ସମ୍ପର୍କରେ ନୂଆ ମୋଡ଼, ଛାଡପତ୍ର ପାଇଁ ଫ୍ୟାମିଲି କୋର୍ଟରେ ଆବେଦନ
  • ||
  • ୨୧ରେ ମହାପ୍ରଭୁଙ୍କ ପଇତା ଲାଗି ଓ ୨୩ରେ ବନକଲାଗି ନୀତି, ଶ୍ରୀମନ୍ଦିରରେ ଦର୍ଶନ କଟକଣା
  • ||
  • କଟକ : ଦୋକାନକୁ ମାଡ଼ିଗଲା ଟ୍ରାକ୍ଟର, ଅଳ୍ପକେ ବଞ୍ଚିଗଲେ ପାନ ଦୋକାନୀ
  • ||
  • ଭୁବନେଶ୍ୱର : ପୂର୍ବ ଶତ୍ରୁତାକୁ ନେଇ ଫୁଟିଲା ଗୁଳି, ଯୁବକ ଆହତ
  • ||
  • ଆସନ୍ତା ୨୪ ଯାଏ ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ବର୍ଷା ସମ୍ଭାବନା, ଆଜି ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||

ଗୋଷ୍ଠୀ ସଙ୍ଘର୍ଷରୁ ବୋମା ମାଡ଼, ୭ ଗୁରୁତର

Published By : Harapriya Sethi | April 17, 2025 8:13 AM

ଭୁବନେଶ୍ୱର, ୧୭/୦୪: ତିହିଡ଼ି ଥାନାର କାଁପଡ଼ା ଗାଁରେ ଗୋଷ୍ଠୀ ସଙ୍ଘର୍ଷକୁ ନେଇ ବୋମା ମାଡ଼ । ବୋମା ମାଡ଼ରେ ଗୁରୁତର ହୋଇଛନ୍ତି ୭ ଜଣ । ଦୁଇ ରାଜନୈତିକ ଦଳ ବିବାଦରୁ ହାତ ତିଆରି ବୋମା ମାଡ଼ ହୋଇଥିବା ଅଭିଯୋଗ ହୋଇଛି । ଭଦ୍ରକ ଜିଲ୍ଲା ତିହିଡ଼ି ଥାନା ଅନ୍ତର୍ଗତ କାଁପଡ଼ା ଗାଁରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ବୁଧବାର ରାତିରେ ଦୁଇ ଜଣ ଦୁର୍ବୃତ୍ତ ବାଇକ୍‌ରେ ଆସି ଗାଁ ଦାଣ୍ଡରେ ବୋମା ମାଡ଼ କରିଥିବା ଅଭିଯୋଗ ହୋଇଛି । ଗାଁ ଦାଣ୍ଡରେ ବସିଥିବା ଲୋକଙ୍କୁ ଲକ୍ଷ କରି କିଛି ହାତ ତିଆରି ବୋମା ଫିଙ୍ଗିଥିଲେ ଦୁର୍ବୃତ୍ତ । ଏଥିରେ ୭ଜଣ ଗୁରୁତର ହୋଇଥିଲେ । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ସମସ୍ତଙ୍କୁ ତିହିଡ଼ି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ସେମାନଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ଅଧିକ ଗୁରୁତର ହେବାରୁ ତାଙ୍କୁ ଭଦ୍ରକ ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ଘଟଣା ସମ୍ପର୍କରେ ଖବର ପାଇ ତିହିଡ଼ି ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରୁଥିବା ବେଳେ ଗାଁରେ ପୋଲିସ ମୁତୟନ ହୋଇଥିବା ତିହିଡ଼ି ଥାନା ଅଧିକାରୀ ସତ୍ୟବ୍ରତ ଗ୍ରହାଚାର୍ଯ୍ୟ ସୂଚନା ଦେଇଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.