ପ୍ରମୂଖ ଖବର
  • ଉପକୂଳ ମୁହାଁ ଦାନା, ପାରାଦୀପ ଠାରୁ ୧୦୦ କି.ମି ଦୂରରେ ରହିଛି
  • ||
  • ଉଦଳା : ବାତ୍ୟା ଆଶ୍ରୟସ୍ଥଳୀ ବୁଲି ସ୍ଥିତି ସମୀକ୍ଷା କଲେ ଜିଲ୍ଲାପାଳ, ଲୋକଙ୍କୁ ସମସ୍ତ ସୁବିଧା ଯୋଗାଇବା ଉପରେ ଦେଲେ ଗୁରୁତ୍ତ୍ୱ
  • ||
  • ବାତ୍ୟା ଆଶ୍ରୟସ୍ଥଳୀ ଅଚାନକ ପରିଦର୍ଶନ କଲେ ବାଲେଶ୍ୱର ସାଂସଦ
  • ||
  • ସାଲେପୁର : ଭଙ୍ଗା ଚାଳଛପର ଘରୁ ୭୦ ବର୍ଷର ବୃଦ୍ଧା ଉଦ୍ଧାର, ସୁରକ୍ଷିତ ସ୍ଥାନକୁ ନେଉଛନ୍ତି ପୋଲିସ ଏବଂ ଯବାନ
  • ||
  • ହିନ୍ଦୋଳ : ପଟାଳୁ ଗ୍ରାମରେ ଅଭାବନୀୟ ଘଟଣା, ପୋଖରୀରେ ବୁଡି ଚାଲିଗଲା ମହିଳାଙ୍କ ଜୀବନ
  • ||
  • ଆସୁଛି ବାତ୍ୟା 'ଦାନା', ଚନ୍ଦ୍ରଭାଗାରେ ସ୍ଥିତି ସମୀକ୍ଷା କଲେ ଜିଲ୍ଲାପାଳ ଓ ଏସପି
  • ||
  • ବଲାଙ୍ଗୀର : ଜଙ୍ଗଲରୁ ଯୁବକ ଯୁବତୀଙ୍କ ମୃତଦେହ ଉଦ୍ଧାର, ପରିଚୟ ଅସ୍ପଷ୍ଟ
  • ||
  • ବାଙ୍କୀ : ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମା ମାଡ଼; ୨ ଗିରଫ, ୪ ଫେରାର
  • ||
  • ବର୍ଡର-ଗାଭାସ୍କର ଟ୍ରଫି: ନିତିଶଙ୍କୁ ମିଳିପାରେ ଦଳରେ ସୁଯୋଗ, ଖୁବ୍‌ଶୀଘ୍ର ଦଳ ଘୋଷଣା
  • ||
  • ସାଲେପୁର : ଆଗ୍ନିକାଣ୍ଡରେ ଜଳିଗଲା ଗହଣା ଦୋକାନ, ୧୫ ଲକ୍ଷ ଟଙ୍କାର ସୁନାରୂପା ଅଳଙ୍କାର ପୋଡ଼ି ପାଉଁଶ
  • ||
  • ବାତ୍ୟା 'ଦାନା'ର ପ୍ରଭାବ, କୋଣାର୍କ ଓ ଚନ୍ଦ୍ରଭାଗା ପର୍ଯ୍ୟଟକ ଶୂନ୍ୟ
  • ||
  • ଚନ୍ଦକା ମେଣ୍ଢାଶାଳ ଅଞ୍ଚଳରେ ହତ୍ୟାକାଣ୍ଡ; ଭିଣୋଇର ଭୁଜାଲି ଚୋଟରେ ଶଳା ମୃତ, ୩ ଗୁରୁତର
  • ||
  • ଆଇସିସି ଟେଷ୍ଟ ବ୍ୟାଟିଂ ମାନ୍ୟତା: ଷଷ୍ଠକୁ ଉଠିଲେ ପନ୍ତ, ଶ୍ରେଷ୍ଠ ୧୦ରେ ୩ ଭାରତୀୟ
  • ||
  • ବାତ୍ୟା 'ଦାନା' ଆତଙ୍କ: ବର୍ଷା, ପବନ ଜୋର ହେଲେ ୨୪, ୨୫ରେ ମହାପ୍ରଭୁଙ୍କ ଦର୍ଶନ ବନ୍ଦ
  • ||
  • କେନ୍ଦ୍ରାପଡ଼ା : ବାତ୍ୟା ପାଇଁ ଜିଲ୍ଲା ପ୍ରଶାସନର ପଦକ୍ଷେପ, ୨୫ ହଜାରରୁ ଉର୍ଦ୍ଧ୍ୱ ଲୋକଙ୍କୁ ବାତ୍ୟା ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର
  • ||
  • ବାତ୍ୟା ପାଇଁ ଆଠଗଡ଼ ପରିବା ବଜାରରେ ଲୋକଙ୍କ ଭିଡ଼, କିଣି ନେଉଛନ୍ତି ବ୍ୟାଗ୍ ବ୍ୟାଗ୍ ପରିବା
  • ||
  • ସତର୍କତାମୂଳକ ପଦକ୍ଷେପ ନେଲା ଶ୍ରୀମନ୍ଦିର ପ୍ରଶାସନ, ବାତ୍ୟା ପାଇଁ ଅଧିକାରୀ ଏବଂ କର୍ମଚାରୀଙ୍କୁ ସଜାଗ ରହିବାକୁ ତାଗିଦ୍‌
  • ||

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମା ମାଡ଼; ୨ ଗିରଫ, ୪ ଫେରାର

ବାଙ୍କୀ,୨୪/୧୦: ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମାମାଡ଼ । ବିଳମ୍ବିତ ରାତିରେ ବାଙ୍କୀ ଥାନା ଅନ୍ତର୍ଗତ ଗୟଳବାଙ୍କ ଗାଁର କୈବର୍ତ୍ତ ସାହିର ସୁକାନ୍ତ ସୁତାରଙ୍କ ଘରକୁ ବୋମା ମାଡ଼ କଲେ ଦୁର୍ବୁତ୍ତ । ଏହି ଘଟଣାରେ ୨ ଜଣ ଗିରଫ ହୋଇଥିବା ବେଳେ ୪ ଜଣ ଦୁର୍ବୃତ୍ତ ଫେରାର ହୋଇଛନ୍ତି । କଟକ ଜିଲ୍ଲା ବାଙ୍କୀ ଥାନା ଅନ୍ତର୍ଗତ ଗୟଳବାଙ୍କ ଗାଁର କୈବର୍ତ୍ତ ସାହିରେ ଏଭଳି ଘଟଣା ଘଟିଛି । 

ସୂଚନାନୁଯାୟୀ, ବ୍ରାହ୍ମଣୀ ଗାଁ ଓ ଗୟଳବାଙ୍କ ଅଞ୍ଚଳର କିଛି ଯୁବକ ନିଶା ଖାଇ ଗତ ୧୬ ତାରିଖରେ ଦେବୀ ଦ୍ୱାରଠାରେ ଉତ୍ପାତ ହୋଇଥିଲେ । ଏହାକୁ ଗୟଳବାଙ୍କ ଗ୍ରାମବାସୀ ବାରଣ କରି ପୋଲିସକୁ ଖବର ଦେଇଥିଲେ । ପରେ ସେମାନଙ୍କୁ ପୋଲିସ ଜିମା ଦେଇଥିଲେ । ପରେ ସର୍ତ୍ତ ମୂଳକ ଭାବେ ପୋଲିସ ସେମାନଙ୍କୁ ଛଡିଥିଲା । କିନ୍ତୁ ଦୁର୍ବୃତ୍ତମାନେ ଚୁପ ହୋଇ ରହି ନଥିଲେ । ପରେ ଅକ୍ଟୋବର ୨୨ ତାରିଖରେ ବାଆଁରାର କୃପାଳୁ ଜୀ ଆଶ୍ରମରୁ ଫେରିବା ବାଟରେ ସରପଞ୍ଚ ସୁଶାନ୍ତ ସୁତାରଙ୍କ ଭାଇ ସୁକାନ୍ତ ସୁତାରକୁ ପଛ ପଟୁ ଆସି ଦୁର୍ବୃତ୍ତମାନେ ଆକ୍ରମଣ କରି ଫେରାର ହୋଇଯାଇଥିଲେ । ଏଥିରେ ସୁକାନ୍ତଙ୍କ ହାତରେ ଗଭୀର ଆଘାତ ଲାଗିଥିଲା । ଏହା ଦେଖି ତୁରନ୍ତ ସୁକାନ୍ତଙ୍କ ଭାଇ ସୁଶାନ୍ତ ତାଙ୍କୁ ଡାକ୍ତରଖାନାକୁ ଚିକିତ୍ସା ପାଇଁ ନେଇଥିଲେ । ମେଡିକାଲରେ ଚିକିତ୍ସା ପରେ ସୁକାନ୍ତ ନିଜ ଘର ଗୟଳବାଙ୍କରେ ଥିବା ବେଳେ ପୁଣି ଥରେ ୨୩ ତାରିଖ ବିଳମ୍ବିତ ରାତିରେ ତାଙ୍କ ଘରକୁ ୨ଟି ବୋମା ମାଡ଼ କରିଥିଲେ ଦୁର୍ବୁତ୍ତ । 

ଏନେଇ ତୁରନ୍ତ ପୋଲିସକୁ ଖବର ଦେଇଥିଲେ ସୁକାନ୍ତ । ଖବର ପାଇ ଘଟଣାସ୍ଥଳରେ ବାଙ୍କୀ ପୋଲିସ ପହଞ୍ଚି ଏହି ଘଟଣାରେ ସମ୍ପୃକ୍ତ ଥିବା ୨ ଜଣଙ୍କୁ ଗିରଫ କରିଛି ପୋଲିସ । ତେବେ ଏଥିରେ ଆଉ ୪ ଜଣ ଅଭିଯୁକ୍ତ ଫେରାର ହୋଇଯାଇଛନ୍ତି । ଅନ୍ୟପଟେ  ନିଜର ଓ ପରିବାର ର ସୁରକ୍ଷା ସହିତ ତୁରନ୍ତ ସମ୍ପୃକ୍ତ ଯୁବକ ମାନଙ୍କୁ କରାଯାଉ ଗିରଫ କରାଯାଉ ବୋଲି କହିଛନ୍ତି ସୁକାନ୍ତ । 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.