ପ୍ରମୂଖ ଖବର
  • ଜାନୁଆରୀରେ ଆସିବ ସୁଭଦ୍ରା ଟଙ୍କା, ବଣ୍ଡା ଘାଟିରେ ସମସ୍ତ ମହିଳାଙ୍କ ଆକାଉଣ୍ଟକୁ ଯିବ କିସ୍ତି
  • ||
  • ସୁବର୍ଣ୍ଣପୁର : ଶିବ ମନ୍ଦିରରୁ ଚୋରି, ତାଲା କାଟି ଏକାଧିକ ମୂର୍ତ୍ତି ଲୁଟି ନେଲେ ଦୁର୍ବୃତ୍ତ
  • ||
  • ସୁବର୍ଣ୍ଣପୁର : ଟ୍ରେନ୍‌ ଧକ୍କାରେ ଚାଲିଗଲା ମହିଳାଙ୍କ ଜୀବନ
  • ||
  • ପଦ୍ମପୁର : ସ୍ତ୍ରୀର ତଣ୍ଟି କାଟିଦେଲା ନୃସଂଶ ସ୍ୱାମୀ, ଅଭିଯୁକ୍ତ ଫେରାର
  • ||
  • ପଟ୍ଟାମୁଣ୍ଡାଇ : ରାଜନଗରରୁ ପ୍ରାୟ ୧୮ ଫୁଟ ଲମ୍ୱର ଅଜଗର ଉଦ୍ଧାର, ଚିକିତ୍ସା ପରେ ଯିବ ଭିତରକନିକା
  • ||
  • ଭୁବନେଶ୍ୱର : ସୁନା ଦୋକାନରୁ ଲୁଟ୍‌, ଲକ୍ଷାଧିକ ଟଙ୍କାର ଅଳଙ୍କାର ଚୋରି କଲେ ଦୁର୍ବୃତ୍ତ
  • ||
  • ଚାନ୍ଦବାଲି : ନବ ବିବାହିତା ମହିଳାଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ କଲେ ବାପଘର ଲୋକେ
  • ||
  • ଖଲ୍ଲିକୋଟ : ଚାଷୀଙ୍କ ଚିନ୍ତା ବଢାଇଲା ଅଦିନିଆ ବର୍ଷା, ନଷ୍ଟ ହୋଇଗଲା ଫସଲ
  • ||
  • ଶନିବାର ଜିଏସ୍‌ଟି ପରିଷଦ ବୈଠକ: ଶସ୍ତା ହୋଇପାରେ ଅନ୍‌ଲାଇନ୍‌ ଖାଦ୍ୟ ଅର୍ଡର, କମିପାରେ ସ୍ୱାସ୍ଥ୍ୟ ବୀମା ପ୍ରିମିୟମ୍‌
  • ||
  • ଭୂକମ୍ପ ଝଟ୍‌କାରେ ଥରିଲା ନେପାଳ, ରିକ୍ଟର ସ୍କେଲରେ ତୀବ୍ରତା ୪.୮ ରେକର୍ଡ,କ୍ଷୟକ୍ଷତି ନେଇ ନାହିଁ ସୂଚନା
  • ||
  • ଜର୍ମାନୀରେ ଖ୍ରୀଷ୍ଟମାସ ମାର୍କେଟରେ ଲୋକଙ୍କ ଉପରେ ମାଡ଼ିଗଲା କାର୍‌, ୨ ମୃତ, ୬୫ ଆହତ,ଚାଳକ ଅଟକ
  • ||
  • ଆସିକା : ଲଗାଣ ବର୍ଷାରେ ନଷ୍ଟ ହୋଇଗଲା ଅମଳ ଧାନ, ଚିନ୍ତାରେ ପଡିଛନ୍ତି ଚାଷୀ
  • ||
  • ଜଗତସିଂହପୁର : ଅଦିନିଆ ବର୍ଷା ପାଇଁ ଚିନ୍ତାରେ ଚାଷୀ, ନଷ୍ଟ ୫୦ ହଜାର ହେକ୍ଟର ଜମିର ଫସଲ
  • ||
  • ଶୀତରେ ବର୍ଷା ଦାଉ: ଆଜି ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ମନା
  • ||

ଜାଗିଆପଡା ଗାଁରେ ବୋମାମାଡ ଘଟଣା: ମୁଖ୍ୟ ଅଭିଯୁକ୍ତ ଗିରଫ

Published By : Harapriya Sethi | December 16, 2024 9:35 AM

ଆଠଗଡ଼,୧୬/୧୨: ଡିସେମ୍ୱର ୧୩ ତାରିଖରେ ଆଠଗଡ଼ ଥାନା ଅନ୍ତର୍ଗତ ବଡ ଭୂଇଁ ପଞ୍ଚାୟତ ଜାଗିଆପଡା ଗାଁରେ ହୋଇଥିବା ବୋମାମାଡ ଘଟଣାରେ ମୁଖ୍ୟ ଅଭିଯୁକ୍ତକୁ ଗିରଫ କରାଯାଇଛି । ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି ଆଠଗଡ଼ ପୋଲିସ । ଗିରଫ ହୋଇଥିବା ଅଭିଯୁକ୍ତ ଜଣକ ଜାଗିଆ ପଡା ଗ୍ରାମର ବିଷ୍ଣୁ ଚରଣ ଖଟୁଆ (୨୭) ବୋଲି ଜଣାପଡ଼ିଛି । ଏହି ଘଟଣାରେ ଅନ୍ୟ ଦୁଇ ଜଣ ଅଭିଯୁକ୍ତ ଏବେ ମଧ୍ୟ ଫେରାର ଅଛନ୍ତି । କଟକ ଜିଲ୍ଲା ଆଠଗଡ଼ ଅଞ୍ଚଳରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ଏକ ଜାତିଆଣ ଆକ୍ଷେପ ମାମଲାରେ ସାକ୍ଷୀ ପଡିଥିଲେ ଜାଗିଆ ପଡା ଗ୍ରାମର ପ୍ରଭାତ ରାଉତ । ତେଣୁ ତାଙ୍କୁ ଡରାଇବା ପାଇଁ ଡିସେମ୍ୱର ୧୩ ତାରିଖରେ ତାଙ୍କ ଘର ଉପରକୁ ବୋମାମାଡ କରିଥିଲେ କିଛି ଦୁର୍ବୃତ୍ତ । ଏନେଇ ଆଠଗଡ଼ ଥାନାରେ ଏକ ମାମଲା ରୁଜୁ ହେବା ପରେ ଘଟଣାର ତଦନ୍ତ ଆରମ୍ଭ କରିଥିଲା ପୋଲିସ । ତଦନ୍ତ କରି ମାମଲାରେ ମୁଖ୍ୟ ଅଭିଯୁକ୍ତ ବିଷ୍ଣୁ ଚରଣ ଖଟୁଆକୁ ଗିରଫ କରି କୋର୍ଟ ଚାଲାଣ କରିଛି ଆଠଗଡ଼ ପୋଲିସ । ଅନ୍ୟ ଅଭିଯୁକ୍ତ ମାନଙ୍କୁ ଖୁବ୍ ଶୀଘ୍ର ଗିରଫ କରାଯିବ ବୋଲି ଆଠଗଡ଼ ଥାନା ଅଧିକାରୀ ସୂଚନା ଦେଇଛନ୍ତି।

  • prameyanews
  • PrameyaOdia
  • prameya
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.