ଭୁବନେଶ୍ୱର, ୧୨।୨ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ପ୍ରସିଦ୍ଧ ବଲିଉଡ୍ ଫିଲ୍ମ ନିର୍ମାତା ବୋନି କାପୁର ଏବଂ ଅଭିନେତା ଅର୍ଜୁନ କାପୁର ବିଧାନସଭା ପ୍ରକୋଷ୍ଠରେ ସାକ୍ଷାତ କରିଛନ୍ତି । ଓଡିଶାରେ ଆୟୋଜିତ ହେବାକୁ ଥିବା ସେଲିବ୍ରିଟି କ୍ରିକେଟ୍ ଲିଗରେ ମୁଖ୍ୟ ଅତିଥି ଭାବେ ଯୋଗଦେବା ପାଇଁ ଶ୍ରୀ କାପୁର ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରିଥିଲେ ।
ଏହି ଅବସରରେ ଶ୍ରୀ କାପୁର କହିଥିଲେ ଯେ, ଓଡିଶାରେ ପିଲ୍ମ ସୁଟିଂ ପାଇଁ ବ୍ୟାପକ ପ୍ରାକୃତିକ ସୌନ୍ଦର୍ଯ୍ୟ ଓ ପର୍ଯ୍ୟାପ୍ତ ସୁବିଧା ରହିଛି । ଏ ସବୁର ପ୍ରଚାର ପ୍ରସାର ହେଲେ ବହୁ ଫିଲ୍ମ ନିର୍ମାତାଙ୍କ ପାଇଁ ଓଡିଶା ହେବ ପସନ୍ଦ ଯୋଗ୍ୟ ଫିଲ୍ମ ସୁଟିଂ ସ୍ଥାନ । ଏଥି ସହିତ ରାଜ୍ୟ ପର୍ଯ୍ୟଟନର ମଧ୍ୟ ଅଭିବୃଦ୍ଧି ଘଟିବ ।
ଏହି ସାକ୍ଷାତ ସମୟରେ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ମନ୍ତ୍ରୀ ମଣ୍ଡଳର ସଦସ୍ୟ ଓ ବିଧାୟକମାନେ ଉପସ୍ଥିତ ଥିଲେ ।