ପ୍ରମୂଖ ଖବର
  • ଭୋଗରାଇ : ଛାତ୍ରୀଙ୍କୁ କମେଣ୍ଟ କରି ଫୋଟ ଉଠାଇବା ପଡିଲା ମାହାଙ୍ଗା, ୩ ଅଟକ
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ଓଡ଼ିଶାର କିଛି ସ୍ଥାନରେ କାଁ ଭାଁ ବର୍ଷା ସମ୍ଭାବନା, ୭ ଜିଲ୍ଲାକୁ ଆଲର୍ଟ
  • ||
  • କଟକ : ବିରୂପା ନଦୀ ପୋଲ ତଳୁ ଯୁବକଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ଭୁବନେଶ୍ୱର : ଟ୍ରାନ୍ସପୋର୍ଟ ଟ୍ରକ୍ ଡ୍ରାଇଭରଙ୍କୁ ଆକ୍ରମଣ କରିଲେ ୩ ଦୁର୍ବୃତ୍ତ, ଖଣ୍ଡା ଚୋଟରେ ଟ୍ରକ୍ ଚାଳକଙ୍କ କଟିଲା ହାତ
  • ||
  • ଶନିବାର ପିଏମ୍‌ କିଷାନ ଟଙ୍କା ବଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଚାଷୀଙ୍କୁ ଖାତାକୁ ଯିବ ୧୮ ତମ କିସ୍ତି
  • ||
  • ସୋଆରେ ପ୍ରତିରକ୍ଷା ସରଞ୍ଜାମ ଉତ୍ପାଦନ ସମ୍ମିଳନୀ: ଯୋଗ ଦେଉଛନ୍ତି ନିବେଶକ, ପ୍ରତିରକ୍ଷା ବିଶେଷଜ୍ଞ
  • ||
  • ବାଲିପାଟଣା : ମନ୍ଦିରରୁ ଚୋରି କରିବା ବେଳ ଧରାପଡିଲା ଚୋର, ଜଣେ ଅଟକ
  • ||
  • ଭୁବନେଶ୍ୱର : ମାଟି ବୋଝେଇ ହାଇୱା ସହ କାର୍ ମୁହାଁମୁହିଁ ଧକ୍କା; କାର୍ ଡ୍ରାଇଭର ଗୁରୁତର, ହାଇୱା ଡ୍ରାଇଭର ଆହତ
  • ||
  • ହରିଆଣା ବିଧାନସଭା ନିର୍ବାଚନ: ୯୦ ଆସନରେ ଭୋଟିଂ ଆରମ୍ଭ, ୧,୦୩୧ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ମତଦାତା
  • ||

କମୁନି ଦାଦନ ଦୁଃଖ, ସୁରଟରେ ଦାଦନ ଖଟିବାକୁ ଯାଇ ଆଖି ବୁଜିଲେ ବୌଦ୍ଧ ଯୁବକ

ବୌଦ୍ଧ,୨୭/୦୯: ଦାଦନ ଖଟିବାକୁ ଯାଇ ସୁରଟରେ ପ୍ରାଣ ହରାଇଲେ ବୌଦ୍ଧର ଯୁବକ । ସେ ସୁରଟର ଏକ କପଡା ମିଲରେ କାର୍ଯ୍ୟରତ ଥିଲେ । ମୃତକ ବଢ଼ିଗାଁ ଗ୍ରାମର ୨୭ ବର୍ଷୀୟ ବାବୁଲି ଜେନା ବୋଲି ଜଣାପଡ଼ିଛି । ଗୁଜୁରାଟର ସୁରଟରେ ଏଭଳି ଘଟଣା ଘଟିଛି ।

ସୂଚନା ମୁତାବକ, ବାବୁଲି ଜେନା ଗତ ଦୁଇ ବର୍ଷ ହେବ ଗୁଜୁରାଟର ସୁରଟଠାରେ ଥିବା କପଡା ମିଲରେ କାମ କରୁଥିଲେ । ସେ ବୌଦ୍ଧ ଜିଲ୍ଲା ବଢ଼ିଗାଁ ଗ୍ରାମର ମୂଳ ବାସିନ୍ଦା । ତେବେ ସୁରଟରେ କାର୍ଯ୍ୟରତ ଥିବାବେଳେ ତାଙ୍କର ସ୍ବାସ୍ଥ୍ୟାବସ୍ଥା ଭଲ ନଥିବା ହେତୁ, ସୁରଟ ମେଡିକାଲରେ ତାଙ୍କର ଚିକିତ୍ସା କରାଯାଉଥିଲା । ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଯୁବକ ଜଣକ ପ୍ରାଣ ହରାଇଥିଲେ । ଏନେଇ ବାବୁଲିଙ୍କ ସହକର୍ମୀ ତାଙ୍କ ପରିବାର ଲୋକଙ୍କୁ ଖବର ଦେଇଥିଲେ । ଖବର ପାଇ ସୁରଟରୁ ମୃତଦେହ ଆଣିବାକୁ ପ୍ରଶାସନର ସାହାଯ୍ୟ ଲୋଡିଲେ ପରିବାର ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.