ପ୍ରମୂଖ ଖବର
  • ଅନ୍‌ଲାଇନ୍‌ ଆବେଦନ କରି ନିରାଶ ହେଲେ ହବିଷ୍ୟାଳୀ: ଶିବିର ସାମ୍ନାରେ ଧାରଣା ଦେଲେ, କାନ୍ଦିକାନ୍ଦି ଘରକୁ ଫେରିଲେ
  • ||
  • ଅଧା ସହରବାସୀ ଭୋଗିବେ ଜଳ କଷ୍ଟ, ଦୁର୍ବଳ ପାଇପ ମରାମତି ପାଇଁ ଅପରାହ୍ନ ୨ଟାରୁ ୨୪ ଘଣ୍ଟା ଜଳ ଯୋଗାଣ ବନ୍ଦ
  • ||
  • ଓଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ: ୧୧୮ ଓଏଏସ୍‌ଙ୍କ ବଦଳି, ୭୦ରୁ ଅଧିକ ତହସିଲଦାର ବଦଳିଲେ
  • ||
  • ଆଜିଠୁ ମୁମ୍ୱାଇରେ ନିବେଶକ ସମ୍ମିଳନୀ, ସାମିଲ ହେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • କଳିଙ୍ଗ ଷ୍ଟାଡିୟମ୍‌ ଟ୍ରାଫିକ୍‌ ପୋଷ୍ଟରେ ଆସହାୟ ପୋଲିସ, ଡିଆଇଜି ଏବଂ ତାଙ୍କ ପତ୍ନୀଙ୍କୁ ଦୁର୍ବ୍ୟବହାର
  • ||
  • ପୁରୀ : ଆଜିଠୁ ମହାକାର୍ତ୍ତିକ ବ୍ରତ: ଶ୍ରୀକ୍ଷେତ୍ରରେ ସଂକଳ୍ପ କରି ଚଉରା ମୂଳେ ରାଇଦାମୋଦର ବ୍ରତ କରିବେ ହବିଷ୍ୟାଳୀ
  • ||

ପାଟହର୍ଦା ଘାଟିରେ ଅଘଟଣ, ୫୦ ଫୁଟ ତଳକୁ ଖସି ଯୁବକ ମୃତ

ନୂଆପଡା,୧୩/୦୭ : ଶନିବାର ବୋଡେନ ଥାନା ପାଟହର୍ଦା ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା। ୫୦ ଫୁଟ ତଳକୁ ଖସିଲା ବାଇକ୍। ବାଇକ୍ ଆରୋହୀ ମୃତ। ମୃତକ ଜଣଙ୍କ ହେଉଛନ୍ତି ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ଥାନା ଖଗସା ଗ୍ରାମର ରଞ୍ଜିତ ବେହେରା। 

ସୂଚନା ଅନୁଯାୟୀ, କଣ୍ଟାବାଞ୍ଜି ଥାନା ଖଗସା ଗ୍ରାମର ରଞ୍ଜିତ ବେହେରା କୌଣସି କାମରେ ପାଟଦର୍ହାରୁ ନାଗପଡା ଫେରୁଥିଲେ। ପାଟହର୍ଦା ଘାଟିରେ ଭାରସାମ୍ୟ ହରାଇ ବାଇକ୍‌ଟି ୫୦ ଫୁଟ ତଳକୁ ଖସି ପଡିଥିଲେ। ସ୍ଥାନୀୟ ଲୋକେ ଏହା ଦେଖି ବୋଡେନ ପୋଲିସ ଓ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଘଟଣାସ୍ଥଳରେ ପୋଲିସ ପହଞ୍ଚି ଅଗ୍ନିଶମ ବାହିନୀ ସହାୟତାରେ ରଞ୍ଜିତଙ୍କୁ ଉଦ୍ଧାର କରି ବୋଡେନ ହସ୍ପିଟାଲରେ ଭର୍ତି କରିଥିଲା। ହେଲେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.