ପ୍ରମୂଖ ଖବର
  • ଚମକିଲା ଭାଗ୍ୟ; ରାତାରାତି ଶ୍ରମିକରୁ କୋଟିପତି ହେଲେ ହୀରାକୁଦର ଶିବ ସୁନ୍ଦର
  • ||
  • ଅପରେସନ୍ 'ସିନ୍ଦୂର' ; ୬ ନୁହେଁ ପାକିସ୍ତାନର ୯ବିମାନକୁ ମାଟିରେ ମିଶାଇଛି ଭାରତ
  • ||
  • ସଂସଦ ମୌସୁମୀ ଅଧିବେଶନ; ୨୧ ଜୁଲାଇରୁ ୧୨ ଅଗଷ୍ଟ ଯାଏ ଚାଲିବ
  • ||
  • ଜଗତସିଂହପୁର : ପାରାଦୀପ ଆଇସ୍ ଫ୍ୟାକ୍ଟ୍ରିରୁ ଲିକ୍‌ ହେଲା ଆମୋନିଆ ଗ୍ୟାସ୍, ୪ ଅସୁସ୍ଥ
  • ||
  • ବାଲେଶ୍ୱର : ମିନତୀ ହୋଟେଲ ଆଣ୍ଡ ରେଷ୍ଟୁରାଣ୍ଟରେ ପୁଲିସର ଚଢାଉ,୧୦ ଯୁବତୀ ଅଟକ
  • ||
  • ବାଲେଶ୍ୱର : ପୋଖରୀରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ତଦନ୍ତ କରୁଛି ପୁଲିସ
  • ||
  • ବଢିଲା କରୋନା ଭୟ; ୨୪ ଘଣ୍ଟାରେ ୨୭୬ ଆକ୍ଟିଭ କେସ୍‌, ୭ମୃତ
  • ||
  • ବ୍ରହ୍ମପୁର : ଲାଞ୍ଚ ନେଇ ଧରାପଡ଼ିଲେ ମହିଳା ଏଏସ୍‌ଆଇ,୧୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରିଲା ଭିଜିଲାନ୍ସ
  • ||
  • ମୟୂରଭଞ୍ଜ : ୪ଟି ଥାନାର ଅଧିକାରୀଙ୍କୁ ନେଇ ଗୋବିନ୍ଦରାୟପୁର ଓ ତାଳପଦାରେ ମିଳିତ ଚଢ଼ାଉ,ପାଖାପାଖି ୪ଶହ ଗାଈଗୋରୁ ଉଦ୍ଧାର
  • ||
  • ସରଣ୍ଡା ଜଙ୍ଗଲରୁ ଆଉ ୭୦୦ କିଲୋ ବିସ୍ଫୋରକ ଜବତ, ମାଟି ତଳେ ଲୁଚାଇ ରଖିଥିଲେ ମାଓବାଦୀ
  • ||
  • କାର୍ ଉପରେ ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍, ୯ ମୃତ
  • ||
  • ଆମେରିକାରେ କୃଷି ଆତଙ୍କବାଦ ଖେଳାଉଛି ଡ୍ରାଗନ୍ ! ସାଙ୍ଘାତିକ 'ବାୟୋ ଅସ୍ତ୍ର' ସହ ଧରାପଡ଼ିଲେ ଚୀନ୍ ନାଗରିକ
  • ||
  • କଟକ : ନକଲି ମୋବିଲ ତିଆରି କାରଖାନାରେ ଚଢାଉ, ୨ ଅଟକ
  • ||
  • ଆନନ୍ଦପୁର ପୌର ଉପାଧ୍ୟକ୍ଷ ଦୁର୍ଗା ଚରଣ ଦଳେଇଙ୍କ ଦେହାନ୍ତ
  • ||
  • ମାଲକାନଗିରି : ଟିପର ଧକ୍କାରେ ବାଇକ ଆରୋହୀ ମୃତ, ଘଟଣାସ୍ଥଳରେ ଚାପା ଉତ୍ତେଜନା
  • ||
  • କଟକ : ଭାରସାମ୍ୟ ହରାଇ ଓଲଟିଲା ଲୁହା ପ୍ଲେଟ୍ ବୋଝେଇ ଟ୍ରେଲର୍‌, ଡ୍ରାଇଭର ଗୁରୁତର
  • ||
  • ଜଗତସିଂହପୁର : ଶଙ୍ଖ ନଦୀ କୂଳରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • ମାଲକାନଗିରି : ଦୋକାନ ବନ୍ଦ କରି ଘରକୁ ଫେରୁଥିଲେ, ଘର ସାମ୍ନାରୁ ସୁନା ଭର୍ତ୍ତି ବ୍ୟାଗ୍‌ ଝାମ୍ପିନେଲେ ଦୁର୍ବୃତ୍ତ
  • ||
  • କୋରାପୁଟ ମେଡିକାଲରେ ଅଭାବନୀୟ ଘଟଣା, ଭୁଲ୍ ଇଞ୍ଜେକ୍ସନ୍‌ ନେଲା ୬ ରୋଗୀଙ୍କ ଜୀବନ!
  • ||
  • ଭୁବନେଶ୍ଵର : ଆସନ୍ତା ତିନି ଦିନ ଯାଏ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ତାତିରୁ ମିଳିବନି ନିସ୍ତାର
  • ||
  • ମୟୂରଭଞ୍ଜ : ବେଆଇନ ବନ୍ଧୁକ ଗୁଳି କାରବାରର ମାଷ୍ଟର ମାଇଣ୍ଡ ଗିରଫ, ଲାଇସେନ୍ସ ବନ୍ଧୁକ ପାଇଁ କିଣି ଶିକାରୀଙ୍କୁ ବିକୁଥିଲା ଗୁଳି
  • ||

ଧୋବଶିଳା ପଞ୍ଚାୟତରେ ଜୀବିକା ମିଶନ ଦୁର୍ନୀତି ଘଟଣା : ବିପିଏମ ଗିରଫ

Published By : Suraj Kumar | June 2, 2025 11:02 PM

ନୀଳଗିରି,୨/୬(ଆ.ପ୍ର):ବାଲେଶ୍ୱର ଜିଲ୍ଲା ନୀଳଗିରି ବ୍ଲକର ବିଭିନ୍ନ ପଞ୍ଚାୟତର ମହିଳାମାନଙ୍କୁ ସ୍ୱାବଲମ୍ବୀ କରିବା ପାଇଁ ଜୀବିକା ମିଶନ ଯୋଜନାରେ ଆସିଥିବା ଅର୍ଥ ହେରଫେର ହୋଇଥିବା ଅଭିଯୋଗ ହୋଇ ଆସୁଥିଲା। ଛେଳିଚାଷ ପାଇଁ ୨୦୨୩ମସିହାରେ ଅର୍ଥ ଧୋବଶିଳା ପଂଚାୟତରେ ବାଟମାରଣା ପ୍ରମାଣ ମିଳିବା ପରେ ନୀଳଗିରି ବିଡ଼ିଓ ଥାନାରେ ଅଭିଯୋଗ କରିଥିଲେ।  ଧୋବଶିଳା ଜିପିଏଲଏଫର ସଭାପତି ପ୍ରଭାତୀ ସ୍ବାଇଁ ଗିରଫ ହୋଇଥିଲେ।ସୋମବାର ଜୀବିକା ମିଶନର ବିପିଏମ ଅର୍ଜୁନ ପାଲ ଗିରଫ ହୋଇଥିବା ଜଣାପଡିଛି।

ଜୀବିକା ମିଶନ ଯୋଜନାରେ ଆସିଥିବା ଅର୍ଥ ହେରଫେର ହୋଇଥିବା ଅଭିଯୋଗ ପରେ ଗତ ଏପ୍ରିଲ ୧୯ ତାରିଖରେ ଉପଜିଲ୍ଲାପାଳ ଶୁଭଶ୍ରୀ ରଥ,ନୀଳଗିରି ବିଡ଼ିଓ ବିକ୍ରମ କିଶୋର ପରିଡା ଏବଂ ଅନ୍ୟ ଅଧିକାରୀ ଧୋବଶିଳା ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ପହଞ୍ଚି ସାଂସଦଙ୍କ ସହ ଅନିୟମିତତାର ଯାଞ୍ଚ କରିଥିଲେ।ଏଥିରେ ସମସ୍ତ ଜିପିଏଲ୍ଏଫ୍ ସଦସ୍ୟା , ସଭାପତି, ସମ୍ପାଦକ, ଏମବିକେ ଏବଂ ବିଭାଗୀୟ ଅଧିକାରୀ ଅର୍ଜୁନ ପାଲ ମଧ୍ୟ ଉପସ୍ଥିତ ରହିଥିଲେ। ଯାଞ୍ଚ  ବେଳେ ଅନିୟମିତା ହୋଇଥିବା ଜଣାପଡିଥିଲା। ଏ ନେଇ  ବିଡ଼ିଓ ନୀଳଗିରି ଥାନାରେ ଏତଲା ଦେଇଥିଲେ। ପୋଲିସ ଖୋଳତାଡ଼ ଆରମ୍ଭ କରିଥିଲା।ଏପରିକି ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଯାଞ୍ଚ କରିବା ପରେ  ସରକାରୀ ଅର୍ଥ ଆତ୍ମସାତ କରିବା ସହ ପ୍ରମାଣ ନଷ୍ଟ କରିବା ଭଳି ଅଭଯୋଗରେ ଜିପିଏଲଏଫର ସଭାପତି ପ୍ରଭାତୀ ସ୍ବାଇଁଙ୍କୁ ନୀଳଗିରି ପୋଲିସ  ଗିରଫ କରିଥିଲା।  ସୋମବାର ନୀଳଗିରି ପୋଲିସ  ବିପିଏମ ଅର୍ଜୁନ ପାଲଙ୍କୁ ଗିରଫ କରିଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.