ପ୍ରମୂଖ ଖବର
  • ବାଙ୍ଗିରିପୋଷି : ବାତ୍ୟା ପ୍ରଭାବରେ ଫୁଲୁଛି ନଈ ଏବଂ ନାଳ, ଆକର୍ଷଣର କେନ୍ଦ୍ର ବିନ୍ଦୁ ପାଲଟିଛି ପର୍ଯ୍ୟଟନସ୍ଥଳୀ 'ବ୍ରାହ୍ମଣକୁଣ୍ଡ'
  • ||
  • ମାଲକାନଗିରି : ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ସ୍ୱାଭିମାନ ଅଞ୍ଚଳରେ ଚଢାଉ, ଜଙ୍ଗଲରୁ ଏକ କୁଇଣ୍ଟାଲ ୬୦କେଜି ଗଞ୍ଜେଇ ଜବତ
  • ||
  • ବଢୁଛି ବୁଢାବଳଙ୍ଗ ନଦୀ; ସୃଷ୍ଟି ହେଲା ବନ୍ୟା ସ୍ଥିତି, ଲୋକଙ୍କ ଘରେ ପଶିଲା ବନ୍ୟାଜଳ
  • ||
  • ରାଉରକେଲା : ଜେଲ୍‌ରେ ବିଚାରଧୀନ କଏଦୀଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ କଲେ ପରିବାର ଲୋକେ
  • ||
  • ଭୁବନେଶ୍ୱର ବିମାନବନ୍ଦର ନିକଟରେ ବୁଲୁଛି କଳରାପତରିଆ, ବାଘକୁ ଧରିବାକୁ ପହଞ୍ଚିଲେ ବନବିଭାଗ ଟିମ୍
  • ||
  • ପାଟଣାରେ ବଢୁଛି ବୈତରଣୀ ନଦୀର ଜଳସ୍ତର, ଘଣ୍ଟାପ୍ରତି ବଢୁଛି ୫ ସେଣ୍ଟିମିଟର
  • ||
  • ନୟାଗଡ଼ : ବାଣ ତିଆରି ବେଳେ ଅଘଟଣ, ବିସ୍ଫୋରଣରେ ଜଣେ ଗୁରୁତର
  • ||
  • ସମ୍ୱଲପୁର : ପୋଲିସକୁ ଖୋଲା ଚ୍ୟାଲେଞ୍ଜ୍... ଚୋରି ପୂର୍ବରୁ ରିଲ୍ସ କରି ଛାଡ଼ିଲେ ଚୋର, ପୋଲିସ କହୁଛି ଚୋରି ହୋଇନି
  • ||
  • ତେହରାନ୍‌ର ସୈନ୍ୟ ଶିବିର ଉପରେ ରାତିଅଧିଆ ଆକ୍ରମଣ କଲା ଆଇଡିଏଫ୍‌; ଇସ୍ରାଏଲ କହିଲା 'ଆମେ ଜବାବ ଦେଲୁ'
  • ||
  • ଆଜି ବାତ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ପ୍ରଭାବିତ ଜିଲ୍ଲାରେ ଆକାଶ ମାର୍ଗରୁ ପରିଦର୍ଶନ କରିବେ
  • ||
  • ଭୁବନେଶ୍ୱର: ଅବପାତର ରୂପ ନେଲା 'ଦାନା', ପ୍ରବଳ ବର୍ଷା ପାଇଁ ଏହି ସବୁ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ
  • ||
  • ବାରିପଦାରୁ ୧୫ କେଜି ସୁନା ଜବତ ,ସୁନା ଅଳଙ୍କାର ଜବତ କଲା ଜିଏସ୍‌ଟି ଟିମ୍, ସିଟି ଜିଏସ୍‌ଟି କମିଶନରଙ୍କ ସୂଚନା
  • ||
  • ଭଦ୍ରକ : ବାତ୍ୟା ପରେ ଦୁଃଖ ବଢାଇଲା ବନ୍ୟା, ଘରେ ଘରେ ପଶିଲା ଡ୍ରେନ୍‌ ପାଣି
  • ||
  • ବାଲେଶ୍ଵର : ସୋନନଦୀରେ ଆସିଲା ବନ୍ୟାପାଣି, ଉପକୂଳ ଅଞ୍ଚଳବାସୀ ପ୍ରଭାବିତ
  • ||

ସାହସୀ ଆଶା ଦିଦିଙ୍କୁ ମିଳିଲା ପିଏମ୍ ଆବାସ ଘର, ବାତ୍ୟା ସମୟରେ କରିଥିଲେ ପ୍ରଂଶସନୀୟ କାର୍ଯ୍ୟ

କେନ୍ଦ୍ରପଡା,୨୬/୧୦ : ବାତ୍ୟା ସମୟରେ ସାହାସିକତା ଓ ମାନବିକତା ଦେଖାଇଥିବା ଆଶା ଦିଦି ଶିବାନୀ ମଣ୍ଡଳଙ୍କୁ ମିଳିଲା ପିଏମ୍ ଆବାସ ଘର । ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ଶିବାନୀଙ୍କୁ ପିଏମ୍ ଆବାସ ଘର କାର୍ଯ୍ୟାଦେଶ ଦେଇଛି ଜିଲ୍ଲା ପ୍ରଶାସନ  ।

କେନ୍ଦ୍ରାପଡା ଜିଲ୍ଲା ରାଜନଗର ବ୍ଲକ ଅନ୍ତର୍ଗତ ଆଶା ଦିଦି ଶିବାନୀ ମଣ୍ଡଳ ବାତ୍ୟା ସମୟରେ ମାନବିକତା ଓ ନିସ୍ବାର୍ଥପରତାର ଉତ୍କୃଷ୍ଟ ପ୍ରଦର୍ଶନ କରିଥିଲେ । ବାତ୍ୟା ଦାନା ସମୟରେ ପ୍ରଂଶସନୀୟ କାର୍ଯ୍ୟ କରିଥିଲେ । ଏ ନେଇ  ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଜିଲ୍ଲା ପ୍ରଶାସନ ତରଫରୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗୃହ ମଞ୍ଜୁର କରାଯାଇଛି । ଆଶା ଦିଦି ଶିବାନୀ ମଣ୍ଡଳଙ୍କ ସହ ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଟେଲିଫୋନ୍ ଯୋଗେ କଥା ହୋଇ ବାତ୍ୟା ସମୟରେ ମାନବିକତାର ପ୍ରକୃତ ନିଦର୍ଶନ ଦେଖାଇଥିବାରୁ ତାଙ୍କୁ ଧନ୍ୟବାଦ ଦେଇଥିଲେ। 

ସୂଚନା ଯୋଗ୍ୟ ଯେ, କେନ୍ଦ୍ରାପଡା ଜିଲ୍ଲା ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଆଶା ଦିଦି ଶିବାନୀ ମଣ୍ଡଳ ବାତ୍ୟା ପୂର୍ବରୁ ଖସାମୁଣ୍ଡା ଗାଁର ଲୋକମାନଙ୍କୁ ଆଶ୍ରୟସ୍ଥଳୀକୁ ସୁରକ୍ଷିତ ଭାବେ ସ୍ଥାନାନ୍ତରିତ କରିବାର ଦାୟିତ୍ବ ନେଇଥିଲେ। ଏହି ଦାୟିତ୍ବ ସେ ସୁନ୍ଦର ଭାବେ ନିର୍ବାହ କରିଛନ୍ତି। ଗାଁର ଜନୈକ ବୟସ୍କା ମହିଳା ପାରାଲିସିସ ଆକ୍ରାନ୍ତ ଏବଂ ପ୍ରବଳ ବର୍ଷା  ଯୋଗୁଁ  ଆଶ୍ରୟସ୍ଥଳକୁ ଯାଇ ପାରୁନଥିଲେ। ଶିବାନୀ ଦିଦି ତାଙ୍କୁ ନିଜ ପିଠିରେ ପକାଇ ଦେଢ କିଲୋମିଟର ଦୂରରେ ଥିବା ଆଶ୍ରୟସ୍ଥଳକୁ ବୋହି ନେଇ କର୍ତ୍ତବ୍ୟ ପାଳନ କ୍ଷେତ୍ରରେ ସମସ୍ତଙ୍କ ପାଇଁ ପ୍ରେରଣା ସାଜିଛନ୍ତି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.