ପ୍ରମୂଖ ଖବର
  • ୪୮ ବିଧାନସଭା ଓ ୨ ଲୋକସଭା ଆସନରେ ହେବ ଉପନିର୍ବାଚନ
  • ||
  • ନଭେମ୍ବର ୧୩ ଓ ୨୦ରେ ଝାଡ଼ଖଣ୍ଡ ନିର୍ବାଚନ
  • ||
  • ନଭେମ୍ବର ୨୦ରେ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ
  • ||
  • ୨୩ରେ ଓଡିଶା ଆସିବେ ରାଷ୍ଟ୍ରପତି ଦୌପ୍ରଦୀ ମୁର୍ମୁ, ୩ ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ
  • ||
  • ଭୁବନେଶ୍ୱର: ପ୍ରେମ ପାଇଁ ଆପାର୍ଟମେଣ୍ଟରୁ ଡେଇଁ ଜୀବନ ହାରିଲେ ଯୁବକ, ପ୍ରେମିକା ନାଁରେ ମାମଲା
  • ||
  • ଦୁର୍ଗାମୂର୍ତ୍ତି ବିସର୍ଜନ ବେଳେ ବହରାଇଚରେ ହିଂସା, ଇଣ୍ଟରନେଟ ବନ୍ଦ
  • ||
  • ଗୁରୁବାର ଦୁଇଦିନିଆ ମୁମ୍ବାଇ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ନିବେଶ ଟାଣିବାକୁ କରିବେ ରୋଡ ସୋ’
  • ||
  • ବଙ୍ଗୋପସାଗରେ ଘୂର୍ଣ୍ଣିବଳୟ ସକ୍ରିୟ, ଆଜି ନେଇପାରେ ଲଘୁଚାପ ରୂପ: ୧୮ରୁ ୨୦ମଧ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା
  • ||

ମାମୁଁଘରକୁ ବୁଲିବାକୁ ଆସିଥିଲେ, ଖେଳିବା ବେଳେ ପୋଖରୀରେ ବୁଡ଼ିଗଲେ ଭାଇ-ଭଉଣୀ

ବାଲିପାଟଣା, ୧୫/୧୦ : ଦଶହରାରେ ମାମୁଁଘର ବୁଲିବାକୁ ଆସି ପୋଖରୀରେ ବୁଡ଼ିଗଲେ ଭାଇ-ଭଉଣୀ। ବାଲିଅନ୍ତା ଥାନା ସୁବାଳୋ ଗ୍ରାମରେ ଏଭଳି ଏକ ଦୁଃଖଦ ଘଟଣା ଘଟିଛି। ମୃତକ ହେଉଛନ୍ତି କୋରଡକଣ୍ଟା ଗ୍ରାମର ମଣ୍ଡେଇ ଜେନା (୧୪ ବର୍ଷ) ଏବଂ ବାପୁନ ଜେନା (୮ ବର୍ଷ)। 

ସୂଚନାନୁଯାୟୀ, କୋରଡକଣ୍ଟା ଗ୍ରାମର ମଣ୍ଡେଇ ଜେନା ଏବଂ ବାପୁନ ଜେନା ଦଶହରା ଛୁଟିରେ ବାଲିଅନ୍ତା ଥାନା ସୁବାଳୋ ଗ୍ରାମରେ ଥିବା ମାମୁଁଘରକୁ ବୁଲିବାକୁ ଆସିଥିଲେ। ମଙ୍ଗଳବାର ଭାଇ-ଭଉଣୀ ଖେଳୁଥିବା ବେଳେ ବାପୁନ୍ ଜେନା ପୋଖରୀରେ ବୁଡ଼ି ଯାଇଥିଲେ। ଭାଇକୁ ରକ୍ଷା କରିବାକୁ ଯାଇ ଭଉଣୀ ପୋଖରୀକୁ ଡେଇଁ ପଡ଼ିଥିଲେ। ସ୍ଥାନୀୟ ଲୋକେ ଉଭୟଙ୍କୁ ଉଦ୍ଧାର କରି କ୍ୟାପିଟାଲ୍ ହସ୍ପିଟାଲ୍‌ ପଠାଇଥିଲେ। ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ। ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।  


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.