ପ୍ରମୂଖ ଖବର
  • ବାଙ୍ଗିରିପୋଷି : ବାତ୍ୟା ପ୍ରଭାବରେ ଫୁଲୁଛି ନଈ ଏବଂ ନାଳ, ଆକର୍ଷଣର କେନ୍ଦ୍ର ବିନ୍ଦୁ ପାଲଟିଛି ପର୍ଯ୍ୟଟନସ୍ଥଳୀ 'ବ୍ରାହ୍ମଣକୁଣ୍ଡ'
  • ||
  • ମାଲକାନଗିରି : ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ସ୍ୱାଭିମାନ ଅଞ୍ଚଳରେ ଚଢାଉ, ଜଙ୍ଗଲରୁ ଏକ କୁଇଣ୍ଟାଲ ୬୦କେଜି ଗଞ୍ଜେଇ ଜବତ
  • ||
  • ବଢୁଛି ବୁଢାବଳଙ୍ଗ ନଦୀ; ସୃଷ୍ଟି ହେଲା ବନ୍ୟା ସ୍ଥିତି, ଲୋକଙ୍କ ଘରେ ପଶିଲା ବନ୍ୟାଜଳ
  • ||
  • ରାଉରକେଲା : ଜେଲ୍‌ରେ ବିଚାରଧୀନ କଏଦୀଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ କଲେ ପରିବାର ଲୋକେ
  • ||
  • ଭୁବନେଶ୍ୱର ବିମାନବନ୍ଦର ନିକଟରେ ବୁଲୁଛି କଳରାପତରିଆ, ବାଘକୁ ଧରିବାକୁ ପହଞ୍ଚିଲେ ବନବିଭାଗ ଟିମ୍
  • ||
  • ପାଟଣାରେ ବଢୁଛି ବୈତରଣୀ ନଦୀର ଜଳସ୍ତର, ଘଣ୍ଟାପ୍ରତି ବଢୁଛି ୫ ସେଣ୍ଟିମିଟର
  • ||
  • ନୟାଗଡ଼ : ବାଣ ତିଆରି ବେଳେ ଅଘଟଣ, ବିସ୍ଫୋରଣରେ ଜଣେ ଗୁରୁତର
  • ||
  • ସମ୍ୱଲପୁର : ପୋଲିସକୁ ଖୋଲା ଚ୍ୟାଲେଞ୍ଜ୍... ଚୋରି ପୂର୍ବରୁ ରିଲ୍ସ କରି ଛାଡ଼ିଲେ ଚୋର, ପୋଲିସ କହୁଛି ଚୋରି ହୋଇନି
  • ||
  • ତେହରାନ୍‌ର ସୈନ୍ୟ ଶିବିର ଉପରେ ରାତିଅଧିଆ ଆକ୍ରମଣ କଲା ଆଇଡିଏଫ୍‌; ଇସ୍ରାଏଲ କହିଲା 'ଆମେ ଜବାବ ଦେଲୁ'
  • ||
  • ଆଜି ବାତ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ପ୍ରଭାବିତ ଜିଲ୍ଲାରେ ଆକାଶ ମାର୍ଗରୁ ପରିଦର୍ଶନ କରିବେ
  • ||
  • ଭୁବନେଶ୍ୱର: ଅବପାତର ରୂପ ନେଲା 'ଦାନା', ପ୍ରବଳ ବର୍ଷା ପାଇଁ ଏହି ସବୁ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ
  • ||
  • ବାରିପଦାରୁ ୧୫ କେଜି ସୁନା ଜବତ ,ସୁନା ଅଳଙ୍କାର ଜବତ କଲା ଜିଏସ୍‌ଟି ଟିମ୍, ସିଟି ଜିଏସ୍‌ଟି କମିଶନରଙ୍କ ସୂଚନା
  • ||
  • ଭଦ୍ରକ : ବାତ୍ୟା ପରେ ଦୁଃଖ ବଢାଇଲା ବନ୍ୟା, ଘରେ ଘରେ ପଶିଲା ଡ୍ରେନ୍‌ ପାଣି
  • ||
  • ବାଲେଶ୍ଵର : ସୋନନଦୀରେ ଆସିଲା ବନ୍ୟାପାଣି, ଉପକୂଳ ଅଞ୍ଚଳବାସୀ ପ୍ରଭାବିତ
  • ||

ବଢୁଛି ବୁଢାବଳଙ୍ଗ ନଦୀ; ସୃଷ୍ଟି ହେଲା ବନ୍ୟା ସ୍ଥିତି, ଲୋକଙ୍କ ଘରେ ପଶିଲା ବନ୍ୟାଜଳ

ମୟୂରଭଞ୍ଜ,୨୬/୧୦: ବାତ୍ୟା 'ଦାନା' ପ୍ରଭାବରେ ବର୍ଷା ଲାଗି ରହିଛି । ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦ୍ରାପଡ଼ାରେ ଲାଗି ରହିଛି ବର୍ଷା । ଫଳରେ ବୁଢ଼ାବଳଙ୍ଗ ନଦୀର ଜଳସ୍ତର ବୃଦ୍ଧି ପାଉଛି । ଉପର ମୁଣ୍ଡରେ ଅତ୍ୟଧିକ ବର୍ଷା ପାଇଁ ଏଭଳି ସ୍ଥିତି ଉପୁଜିଛି । 

ବୁଢ଼ାବଳଙ୍ଗରେ ବଢୁଛି ପାଣି । ଉପର ମୁଣ୍ଡରେ ଅତ୍ୟଧିକ ବର୍ଷା ପାଇଁ ବଢି ବଢି ଚାଲିଛି ବୁଢାବଳଙ୍ଗର ଜଳସ୍ତର । ଯେକୌଣସି ମୁହୂର୍ତ୍ତରେ ବିପଦ ସଙ୍କେତ ଲଙ୍ଘିପରେ ବୁଢ଼ାବଳଙ୍ଗ । ଶିମିଳିପାଳର ଆଭ୍ୟନ୍ତରିଣ ଅଞ୍ଚଳରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି । ବରେହିପାଣିରେ ସର୍ବାଧିକ ୧୭୪.୪୮୯ ମିଲିମିଟର ବର୍ଷା ରେକର୍ଡ ହୋଇଛି । ଫଳରେ ବୁଢାବଳଙ୍ଗ ନଦୀର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି ।

ଏହି କାରଣରୁ ବର୍ତ୍ତମାନ ବାରିପଦା ସହରର ମଧୁବନ ଅଞ୍ଚଳରେ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି । ବୁଢ଼ାବଳଙ୍ଗର ଜଳସ୍ତର ବିପଦ ସଙ୍କେତ ତଳେ ପ୍ରବାହିତ ହେଉଥିବାବେଳେ ନଦୀ କୂଳିଆ ଅଞ୍ଚଳରେ ବସବାସ କରୁଥିବା ଲୋକେ ଆତଙ୍କିତ ଅବସ୍ଥାରେ ରହିଛନ୍ତି । ବାରିପଦା ମ୍ୟୁନିସିପାଲିଟିର ୭,୮ ଓ ୯ ନମ୍ବର ୱାର୍ଡରେ ବସବାସ କରୁଥିବା କିଛି ଲୋକଙ୍କ ଘରେ ବନ୍ୟାଜଳ ପଶିଛି । ଫଳରେ ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.