ପ୍ରମୂଖ ଖବର
  • କେନ୍ଦୁଝର : ଶୋଇଥିବା ବେଳେ କାମୁଡ଼ିଲା ବିଷଧର ସାପ, ଚାଲିଗଲା ନାବାଳକର ଜୀବନ
  • ||
  • ରାଉରକେଲା : ରେଳ ଲାଇନ୍‌କୁ ବିରୋଧ ବେଳେ ଯୁବକଙ୍କ ମୃତ୍ୟୁର ପ୍ରତିବାଦ: ମୃତଦେହ ରଖି କ୍ଷତିପୂରଣ ଦାବି, ୧୮ ଘଣ୍ଟା ହେଲାଣି ଉଠୁନି ଶବ
  • ||
  • ମୟୂରଭଞ୍ଜରୁ ଅପହରଣ ଯାଜପୁରରୁ ୪ ବର୍ଷର ଶିଶୁକନ୍ୟା ଉଦ୍ଧାର, ଠକ କିନ୍ନର ଏବଂ ସହଯୋଗୀ ଗିରଫ
  • ||
  • ସୋମବାର ହେବ ମହାପ୍ରଭୁଙ୍କ ପଇତାଲାଗି ନୀତି, ୫ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ
  • ||
  • ଦେବଗଡ଼ : ଝୁଲନ୍ତା ଅବସ୍ଥାରେ ଅଜଣା ଶବ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ଅର୍ଚ୍ଚନା-ଜଗବନ୍ଧୁ ସମ୍ପର୍କରେ ନୂଆ ମୋଡ଼, ଛାଡପତ୍ର ପାଇଁ ଫ୍ୟାମିଲି କୋର୍ଟରେ ଆବେଦନ
  • ||
  • ୨୧ରେ ମହାପ୍ରଭୁଙ୍କ ପଇତା ଲାଗି ଓ ୨୩ରେ ବନକଲାଗି ନୀତି, ଶ୍ରୀମନ୍ଦିରରେ ଦର୍ଶନ କଟକଣା
  • ||
  • କଟକ : ଦୋକାନକୁ ମାଡ଼ିଗଲା ଟ୍ରାକ୍ଟର, ଅଳ୍ପକେ ବଞ୍ଚିଗଲେ ପାନ ଦୋକାନୀ
  • ||
  • ଭୁବନେଶ୍ୱର : ପୂର୍ବ ଶତ୍ରୁତାକୁ ନେଇ ଫୁଟିଲା ଗୁଳି, ଯୁବକ ଆହତ
  • ||
  • ଆସନ୍ତା ୨୪ ଯାଏ ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ବର୍ଷା ସମ୍ଭାବନା, ଆଜି ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||

ଇଟା ବୋଝେଇ ଟ୍ରକ ସହ ମୁହାଁମୁହିଁ ଧକ୍କା ହେଲା ଯାତ୍ରୀବାହୀ ବସ୍, ୪ ମୃତ

Published By : prameya | April 15, 2025 12:59 PM

ନୂଆଦିଲ୍ଲୀ, ୧୫/ ୦୪ :ମହାରାଷ୍ଟ୍ରରେ ଭୟଙ୍କର ସଡ଼କ ଦୁର୍ଘଟଣା । ଇଟା ବୋଝେଇ ଟ୍ରକ ସହ ମୁହାଁମୁହିଁ ଧକ୍କା ହେଲା ଯାତ୍ରୀବାହୀ ବସ୍ । ଫଳରେ ଘଟଣାସ୍ଥଳରେ ୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ  ୧୦ ରୁ ଉର୍ଦ୍ଧ୍ବ ଲୋକ ଗୁରୁତର ଆହତ ହୋଇଛନ୍ତି। ତେବେ ସମସ୍ତ ଆହତଙ୍କୁ ନିକଟସ୍ଥ ଡ଼ାକ୍ତରଖାନାରେ ଭର୍ତ୍ତି କରାଯାଇଛି । 

ସୂଚନା ମୁତାବକ, ଏହି ଦୁର୍ଘଟଣାଟି ମହାରାଷ୍ଟ୍ର ବୁଲଧାନା ଜିଲ୍ଲାର ନାନ୍ଦୁରା ତହସିଲର ଆମସାରି ଗାଁ ନିକଟରେ ଘଟିଛି। ଏହି ରାସ୍ତା ଦେଇ ଯାଉଥିବା ଏକ  ଇଟା ବୋଝେଇ ଟ୍ରକ ସହ ମଧ୍ୟପ୍ରଦେଶ ପରିବହନର  ଏସ୍ଟି ବସ୍ ମୁହାଁମୁହିଁ ଧକ୍କା ହୋଇଥିଲା। ଏହି ମର୍ମନ୍ତୁଦ ଦୁର୍ଘଟଣାରେ ଟ୍ରକରେ ବସିଥିବା ୩ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା। ସେହିପରି  ବସ୍‌ରେ ଯାତ୍ରା କରୁଥିବା ଜଣେ ବ୍ୟକ୍ତି ପ୍ରାଣ ହରାଇଥିଲେ। 

ଏନେଇ ସୂଚନା ପାଇବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ତୁରନ୍ତ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରିଯାଇଥିଲା। ସେଠାରେ କିଛି ଲୋକଙ୍କ ଅବସ୍ଥା ଗୁରୁତର ଦେଖି ସେମାନଙ୍କୁ ଅଧିକ ଚିକିତ୍ସା ପାଇଁ ଖାମଗାଁଓ ଡାକ୍ତରଖାନାକୁ ପଠାଯାଇଛି।  ଏହି ଦୁର୍ଘଟଣା ଯୋଗୁଁ ରାସ୍ତାରେ ଯାତାୟାତ ମଧ୍ୟ କିଛି ସମୟ ପାଇଁ ବାଧାପ୍ରାପ୍ତ ହୋଇଥିଲା।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.