ପ୍ରମୂଖ ଖବର
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ରାସ୍ତାକଡ଼ରେ ଶୋଇଥିବା ବେଳେ ଷଣ୍ଢ ଉପରେ ଚଢିଗଲା ଆମ୍ବୁଲାନ୍ସ

Published By : Anindita Ratha | July 12, 2025 9:25 AM

ତିଗିରିଆ,୧୨/୭ : କଟକର ତିଗିରିଆ ଥାନା ଅନ୍ତର୍ଗତ ଶେଷ ଗାଁରେ ଆମ୍ବୁଲାନ୍ସ ଧକ୍କାରେ ଷଣ୍ଢ ମୃତ । ଗତ ବିଳମ୍ବିତ ରାତିରେ  ୧୦୮ ଆମ୍ବୁଲାନ୍ସ ରାସ୍ତା କଡରେ ଶୋଇଥିବା ଏକ ଷଣ୍ଢ ଉପରେ ଚଢ଼ି ଯାଇଥିଲା। ଏନେଇ ସ୍ଥାନୀୟ ଲୋକେ  ତିଗିରିଆ ପୁଲିସ ଓ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ଖବରପାଇ ଉଭୟ ଘଟଣାସ୍ଥଳରେ ପହଞ୍ଚି ଷଣ୍ଢକୁ ଉଦ୍ଧାର କରିଥିବା ବେଳେ ସେତେବେଳେକୁ ଷଣ୍ଢଟି ମୃତ୍ୟୁବରଣ କରିଥିବା ଜଣାପଡିଥିଲା। ଆଜି ସକାଳୁ ସମାଜସେବୀ ବୁବୁଲ ବେହେରା ,ଚଗଲି ବେହେରା, ଶ୍ରୀନିବାସ ସାମଲ, ପ୍ରସାନ୍ତ ବେହେରା, କାହ୍ନୁ ସାମଲ ପ୍ରମୁଖ  ଗ୍ରାମବାସୀଙ୍କ ସହଯୋଗରେ ସମସ୍ତ ରୀତିନୀତିରେ ଷଣ୍ଢର ଅନ୍ତେଷ୍ଟି କ୍ରିୟା କରାଯାଇ ସମାଧି ଦିଆଯାଇଥିବା ଜଣାପଡ଼ିଛି। 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.