ପ୍ରମୂଖ ଖବର
  • ଭାରତ ଉପରେ ଟ୍ରମ୍ପଙ୍କ ଟାରିଫ୍ ବମ୍ : ୨୫% ଶୁଳ୍କ ସହ ଜରିମାନା ଲଗାଇଲା ଆମେରିକା, ୧ ଅଗଷ୍ଟରୁ ହେବ ଲାଗୁ
  • ||
  • ଗଲୱାନର ଚାରବାଗ ଅଞ୍ଚଳରେ ସେନା ଗାଡ଼ି ଉପରେ ଖସିଲା ପଥର; ୨ ଅଧିକାରୀ ସହିଦ, ୩ ଗୁରୁତର
  • ||
  • ଓଟିଇଟି ପ୍ରଶ୍ନପତ୍ର ଲିକ୍ ଘଟଣାରେ ୬ ଜଣ ଗିରଫ
  • ||
  • ଆକାଶ ମାର୍ଗରୁ ବନ୍ୟାଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ, ରାଜସ୍ୱ ମନ୍ତ୍ରୀ, ଉଚ୍ଚଶିକ୍ଷା ମନ୍ତ୍ରୀ ଏବଂ ସ୍ୱତନ୍ତ୍ର ରିଲିଫ୍ କମିଶନର
  • ||
  • ନଦୀରେ ଖସିଲା ଆଇଟିବିପି ଯବାନଙ୍କୁ ନେଇ ଯାଉଥିବା ବସ୍‌, ଉଦ୍ଧାରକାର୍ଯ୍ୟ ଜାରି
  • ||
  • କନ୍ଧମାଳ : ସାପ କାମୁଡ଼ାରେ ଚାଲିଗଲା ୨ ଜଣଙ୍କ ଜୀବନ
  • ||
  • ଇସ୍ରୋ-ନାସାର ମିଶନ୍ 'ନିସାର'; ଅପରାହ୍ନ ୫ଟା ୪୦ରେ ଶ୍ରୀହରିକୋଟ୍ଟାରୁ ଲଞ୍ଚ, ୧୨ ଦିନରେ ପୃଥିବୀକୁ କରିବ ସ୍କାନ
  • ||
  • ଖୋର୍ଦ୍ଧାରେ ବାର୍ଡ ଫ୍ଲୁ ଚିହ୍ନଟ ପରେ ବଢ଼ିଲା ଚିନ୍ତା, ଚିଲିକା ଓ ନନ୍ଦନକାନନକୁ ସତର୍କତା ଜାରି
  • ||
  • ଆହୁରି କଲବଲ କରିବ ବର୍ଷା, ଆଜି ୧୫ ଜିଲ୍ଲାକୁ ଘଡ଼ଘଡ଼ି ସହ ବର୍ଷା ଆଲର୍ଟ
  • ||
  • ଶୁକ୍ରବାର ଭୁବନେଶ୍ୱରରେ ସମ୍ପୂର୍ଣ୍ଣ ବନ୍ଦ ରହିବ ଜଳ ଯୋଗାଣ,ଆଗୁଆ ସଂରକ୍ଷିତ କରି ରଖନ୍ତୁ ପାଣି
  • ||
  • ଜମ୍ମୁ-କାଶ୍ମୀର ପୁଞ୍ଚରେ ଏନ୍‌କାଉଣ୍ଟର, ୨ ଆତଙ୍କୀ ନିହତ, ସର୍ଚ୍ଚ ଅପରେସନ୍ ଜାରି
  • ||
  • 'ନିସାର' କାଉଣ୍ଟଡାଉନ୍‌, ଇସ୍ରୋ-ନାସାର ମିଳିତ ମହାମିଶନ୍, ଅପରାହ୍ନ ୫ଟା୪୦ର ଲଞ୍ଚ ହେବ ମହଙ୍ଗା ସାଟେଲାଇଟ୍‌ ନିସାର
  • ||
  • ଭୂକମ୍ପ ଝଟକାରେ ଥରିଲା ଋଷ, ୮.୭ ତୀବ୍ରତା ରେକର୍ଡ, ଜାପାନରୁ ଆମେରିକା ଯାଏ ପ୍ରଭାବ, ସୁନାମୀ ଆଲର୍ଟ
  • ||
  • ଗାଜାରେ ଇସ୍ରାଏଲ୍ ସେନାର ପ୍ରଚଣ୍ଡ ଆକ୍ରମଣ, ୬୨ ମୃତ,ଶତାଧିକ ଆହତ,
  • ||

ବାରହା ଶିକାର ପାଇଁ ଖଞ୍ଜା ହୋଇଥିବା ବୋମା ଖାଇ ଷଣ୍ଢ ମୃତ

Published By : Rasmita Pradhan | July 29, 2025 1:03 PM

ବ୍ରହ୍ମପୁର, ୨୯/୦୭ : ବାରହା ଶିକାର ପାଇଁ ଖଞ୍ଜା ହୋଇଥିବା ବୋମା ଖାଇ ଷଣ୍ଢ ମୃତ। ବ୍ରହ୍ମପୁର ସଦର ଥାନା ଲାଞ୍ଜିଆ ଗ୍ରାମରେ ଘଟିଛି ଏଭଳି ଘଟଣା। ଗ୍ରାମବାସୀ ଦୁଇ ଜଣଙ୍କୁ ଶିକାରୀ ସନ୍ଦେହରେ କାବୁ କରି ବନ ବିଭାଗକୁ ହସ୍ତାନ୍ତର କରିଛନ୍ତି। ଶିକାରରେ ବ୍ୟବହୃତ ତାର ସମେତ ଅନ୍ୟାନ୍ୟ ସାମଗ୍ରୀ ଜବତ ହୋଇଛି। 

ସୂଚନାନୁଯାୟୀ, ମଙ୍ଗଳବାର ସକାଳେ ଲାଞ୍ଜିଆ ଗ୍ରାମର ଶାଗୁଣା ସାହିକୁ ଲାଗି ରହିଥିବା ପାହାଡ଼ରେ ଜୋର୍‌ରେ ଶବ୍ଦ ହୋଇଥିଲା। ଆଖପାଖ ଲୋକେ ଘଟଣାସ୍ଥଳକୁ ଯାଇ ଦେଖିବା ବେଳକୁ ଏକ ଷଣ୍ଢ ଗୁରୁତର ଅବସ୍ଥାରେ ଛଟପଟ ହେଉଥିବା ଦେଖିଥିଲେ। କିଛି ସମୟ ପରେ ଷଣ୍ଢଟିର ମୃତ୍ୟୁ ହୋଇଥିଲା। ବାରହା ଶିକାର ପାଇଁ ଖଞ୍ଜା ହୋଇଥିବା ବୋମା ଖାଇ ଷଣ୍ଢଟିର ମୃତ୍ୟୁ ହୋଇଥିବା ଜଣାପଡ଼ିଥିଲା। ଶିକାରୀ ସନ୍ଦେହରେ ଗ୍ରାମବାସୀ ୨ ଜଣଙ୍କୁ କାବୁ କରି ବନ ବିଭାଗକୁ ଡାକିଥିଲେ। ଘଟଣାସ୍ଥଳରେ ବନ ବିବାଗ ପହଞ୍ଚି ୨ ଜଣଙ୍କୁ ଜିମା ନେବା ସହ ତଦନ୍ତ ଚଳାଇଛି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.