ପ୍ରମୂଖ ଖବର
  • ଇସ୍କନ ଅଦିନିଆ ରଥଯାତ୍ରାକୁ ନେଇ ଇସ୍କନ ଗଭର୍ଣ୍ଣିଂ ବଡି ଅଧ୍ୟକ୍ଷଙ୍କୁ ଚିଠି ଲେଖିଲେ ଗଜପତି ମହାରାଜା
  • ||
  • କୋରାପୁଟ : ଜଲାପୁଟ ଜଳଭଣ୍ଡାରକୁ ଡେଇଁ ପ୍ରେମୀ ଯୁଗଳଙ୍କ ଆତ୍ମହତ୍ୟା
  • ||
  • ଅଣାୟତ୍ତ ଡାଇରିଆ ସ୍ଥିତି; ବଢୁଛି ଆକ୍ରାନ୍ତଙ୍କ ସଂଖ୍ୟା, ଗୃହ ଏବଂ ନଗର ଉନ୍ନୟନ ବିଭାଗର ଆଲର୍ଟ
  • ||
  • ରଥଯାତ୍ରାକୁ ନେଇ କଠୋର ହେଲେ ସରକାର, ରଥ ଉପରକୁ ଅଣସେବାୟତ ଚଢିଲେ ହେବେ ଗିରଫ
  • ||
  • ସୁନ୍ଦରଗଡ଼ରେ ଲୁଟେରାଙ୍କ ଆତଙ୍କରାଜ, ବନ୍ଧୁକ ଦେଖାଇ ନେଇଗଲେ ଅଳଙ୍କାର ଓ ନଗଦ ଟଙ୍କା
  • ||
  • ଅଣସର ଦର୍ଶନର ଚତୁର୍ଥ ଦିନ, ରଜ ସଂକ୍ରାନ୍ତି ପାଇଁ ଅଲାରନାଥ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
  • ||
  • ଇସ୍ରାଏଲ-ଇରାନ ମଧ୍ୟରେ ଭୟଙ୍କର ଯୁଦ୍ଧ ଜାରି, ତେହେରାନରେ ପ୍ରତିରକ୍ଷା ମନ୍ତ୍ରଣାଳୟ କୋଠା ଓ ପରମାଣୁ ମୁଖ୍ୟାଳୟ ଧ୍ୱଂସ
  • ||
  • କେଦାରନାଥ ନିକଟରେ ହେଲିକପ୍ଟର୍ ଦୁର୍ଘଟଣା, ୬ ମୃତ
  • ||
  • ନାଇଜେରିଆରେ ଗୁଳିମାଡ କଲେ ବନ୍ଧୁକଧାରୀ, ୧୦୦ ଜଣଙ୍କର ମୃତ୍ୟୁ
  • ||
  • ଆଗେଇବ ମୌସୁମୀ ବାୟୁ, ୨୦ ଲଘୁଚାପରେ ଆଗକୁ ହେବ ଅଗ୍ରସର: ଆଜି ଦକ୍ଷିଣ ଓଡ଼ିଶାର ୪ ଜିଲ୍ଲାକୁ ଆଲର୍ଟ
  • ||

ମଝି ରାସ୍ତାରେ ଭାରସାମ୍ୟ ହରାଇ ଓଲଟିଲା ବସ୍, ୨୫ରୁ ଅଧିକ ଯାତ୍ରୀ ଆହତ

Published By : Prameya | June 15, 2025 2:47 PM

ଖୋର୍ଦ୍ଧା ୧୫/୦୬: ଖୋର୍ଦ୍ଧା ପିତାପଲ୍ଲୀ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଭାରସାମ୍ୟ ହରାଇ ମଝି ରାସ୍ତାରେ ଓଲଟିଲା ଯାତ୍ରୀବାହୀ ଘରୋଇ ବସ ନୀଳକଣ୍ଠ।  ଭୁବନେଶ୍ବରରୁ ଖୋର୍ଦ୍ଧା ଅଭିମୁଖେ ୫୦ରୁ ଅଧିକ ଯାତ୍ରୀ ନେଇ ଯାଉଥିବା ବେଳେ ଘଟିଲା ଦୁର୍ଘଟଣା। ସେମାନଙ୍କ ମଧ୍ୟରୁ ୨୫ ଯାତ୍ରୀ ଆହତ ହୋଇଛନ୍ତି। ସ୍ଥାନୀୟଲୋକ ଆହତ ଯାତ୍ରୀଙ୍କୁ ଉଦ୍ଧାର କରି ଖୋର୍ଦ୍ଧା ମେଡିକାଲରେ ଭର୍ତ୍ତି କରିଛନ୍ତି। ଘଟଣାସ୍ଥଳରେ ଖୋର୍ଦ୍ଧା ଶିଳ୍ପାଞ୍ଚଳ ଥାନା ପୁଲିସ ପହଞ୍ଚି ବସ୍‌କୁ ଜବତ କରିଥିବା ତଦନ୍ତ ଆରମ୍ଭ କରିଛି। 

ସୂଚନା ଅନୁଯାୟୀ, ଆଜି ନୀଳକଣ୍ଠ ନାମକ ଏକ ଘରୋଇ ବସ ଭୁବନେଶ୍ବରରୁ ଖୋର୍ଦ୍ଧା ଅଭିମୁଖେ ଯାଉଥିବା ପିତାପଲ୍ଳୀ ନିକଟରେ ଭାରସାମ୍ୟ ହରାଇ ଓଲଟିପଡିଛି। ଦୁର୍ଘଟଣାରେ ୨୫ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି। ଦୁର୍ଘଟଣା ପରେ ସ୍ଥାନୀୟଲୋକ ସମସ୍ତ ଯାତ୍ରୀଙ୍କୁ ଉଦ୍ଧାର କରି ଖୋର୍ଦ୍ଧ‌ ମେଡିକାଲରେ ଭର୍ତ୍ତି କରିଛନ୍ତି। ସମସ୍ତଙ୍କ ସେଠାରେ ଚିକିତ୍ସା ଜାରି ରହିଛି। ତେବେ ଦୁର୍ଘଟଣା ପରେ ପିତାପଲ୍ଲୀ ରାସ୍ତା‌ରେ ଟ୍ରାଫିକ୍ ଜାମ୍ ସମସ୍ୟା ସୃଷ୍ଟି ହୋଇଥିଲା। ଘଟଣାସ୍ଥଳରେ ସ୍ଥାନୀୟ ଶିଳ୍ପାଞ୍ଚଳ ଥାନା ପୁଲିସ ପହଞ୍ଚ ଟ୍ରାଫିକ୍ ନିୟନ୍ତ୍ରଣ କରିବା ସହ ଦୁର୍ଘଟଣା ଗ୍ରସ୍ତ ବସ୍‌ଟିକୁ ଜବତ କରିଛି। 

ସୂଚନା ଅନୁଯାଇ, ଆଜି ନୀଳକଣ୍ଠ ନାମକ ଏକ ଘରୋଇ ବସ ଭୁବନେଶ୍ବରରୁ ଖୋର୍ଦ୍ଧା ଅଭିମୁଖେ ଯାଉଥିବା ପିତାପଲ୍ଳୀ ନିକଟରେ ଭାରସାମ୍ୟ ହରାଇ ଓଲଟିପଡିଛି। ଦୁର୍ଘଟଣାରେ ୨୫ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି। ଦୁର୍ଘଟଣା ପରେ ସ୍ଥାନୀୟଲୋକ ସମସ୍ତ ଯାତ୍ରୀଙ୍କୁ ଉଦ୍ଧାର କରି ଖୋର୍ଦ୍ଧ‌ ମେଡିକାଲରେ ଭର୍ତ୍ତି କରିଛନ୍ତି। ସମସ୍ତଙ୍କ ସେଠାରେ ଚିକିତ୍ସା ଜାରି ରହିଛି। ତେବେ ଦୁର୍ଘଟଣା ପରେ ପିତାପଲ୍ଲୀ ରାସ୍ତା‌ରେ ଟ୍ରାଫିକ୍ ଜାମ୍ ସମସ୍ୟା ସୃଷ୍ଟି ହୋଇଥିଲା। ଘଟଣାସ୍ଥଳରେ ସ୍ଥାନୀୟ ଶିଳ୍ପାଞ୍ଚଳ ଥାନା ପୁଲିସ ପହଞ୍ଚ ଟ୍ରାଫିକ୍ ନିୟନ୍ତ୍ରଣ କରିବା ସହ ଦୁର୍ଘଟଣା ଗ୍ରସ୍ତ ବସ୍‌ଟିକୁ ଜବତ କରିଛି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.