ପ୍ରମୂଖ ଖବର
  • ବାଲେଶ୍ୱର : ଯାତ୍ରା ଦେଖିବାକୁ ଯାଇ ଫେରିଲେନି ଯୁବକ, ଉଦ୍ଧାର ହେଲା ମୃତଦେହ
  • ||
  • ଖସିଲା ସୁନା ଦର, ୨୪ କ୍ୟାରେଟ୍ ୧୦ ଗ୍ରାମ ପିଛା ୮୮, ୪୦୧ ଟଙ୍କାକୁ ହ୍ରାସ , ରୂପା ଦର କିଲେ ପିଛି ୮୮, ୩୭୫ ଟଙ୍କାକୁ ଖସିଲା
  • ||
  • ଦକ୍ଷିଣ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ଉତ୍ତରପଶ୍ଚିମ ଦିଗରେ ଗତି କରିବ
  • ||
  • କଟକ : ବସ୍-ଅଟୋ ମୁହାଁମୁହିଁ ଧକ୍କା, ୩ ଗୁରୁତର
  • ||
  • ପୁରୀ : ସର୍ଟ ସର୍କିଟରୁ ଆମ୍ୱୁଲାନ୍ସରେ ଲାଗିଲା ନିଆଁ, ଅଳ୍ପରେ ବର୍ତ୍ତିଲେ ରୋଗୀ
  • ||
  • ବୌଦ୍ଧ : ୨ କୁଇଣ୍ଟାଲ ଗଞ୍ଜେଇ ସହିତ କାର୍‌ ଏବଂ ବାଇକ୍ ଜବତ, ୩ ଗିରଫ
  • ||
  • ଖୋର୍ଦ୍ଧା : ଷଢେଇଗଡ ଗାଁରେ ବୋମା ବିସ୍ଫୋରଣ: ଜଣେ ମୃତ, ଜଣେ ଗୁରୁତର
  • ||
  • ହାଇଦ୍ରାବାଦର ଚତୁର୍ଥ ପରାଜୟ, ୭ ୱିକେଟ୍‌ରେ ଜିତିଲା ଗୁଜରାଟ, ଆଜି ମୁମ୍ବାଇକୁ ଭେଟିବ ବେଙ୍ଗାଲୁରୁ
  • ||
  • ଓଡ଼ିଆ ନୂଆବର୍ଷ ପୂର୍ବରୁ ବିଜେଡି ସାଙ୍ଗଠନିକ ନିର୍ବାଚନ, ଆଜି ଶଙ୍ଖ ଭବନରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ
  • ||
  • ଗଞ୍ଜାମ : ବିଷ ପିଇ ଗୋଟିଏ ପରିବାରର ୩ ଜଣଙ୍କ ମୃତ୍ୟୁ, ଛାନଭିନ୍‌ କରୁଛି ପୋଲିସ
  • ||

ବସ୍-ଅଟୋ ମୁହାଁମୁହିଁ ଧକ୍କା, ୩ ଗୁରୁତର

Published By : Harapriya Sethi | April 7, 2025 11:17 AM

ଭୁବନେଶ୍ୱର, ୦୭/୦୪: କଟକ ତିଗିରିଆ ଥାନା ଅନ୍ତର୍ଗତ ୬୫ ନମ୍ବର ରାଜ୍ୟ ରାଜପଥର ପାଞ୍ଚଗାଁ ନିକଟରେ ସଡ଼କ ଦୁର୍ଘଟଣା । ଏକ ଘରୋଇ ବସ୍‌ ସହ ଅଟୋ ମୁହାଁମୁହିଁ ଧକ୍କା ହୋଇଛି । ଏହି ଦୁର୍ଘଟଣାରେ ଅଟୋରେ ଥିବା ୩ ଜଣ ଯାତ୍ରୀ ଗୁରୁତର ହୋଇଛନ୍ତି । ଘଟଣା ସ୍ଥଳରେ ତିଗିରିଆ ପୋଲିସ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ସୂଚନା ମୁତାବକ, ମା ଶୁଭଦ୍ରା ନାମକ ଏକ ଘରୋଇ ବସ୍ ନରସିଂହପୁର ରୁ କଟକ ଯାଉଥିଲା । ଏହି ସମୟରେ ଅଟୋଟି କଟକରୁ ନରସିଂହପୁର ଆସୁଥିବା ବେଳେ ପାଞ୍ଚଗାଁ ନିକଟରେ ବସ୍‌ ସହ ମୁହାଁମୁହିଁ ଧକ୍କା ହୋଇଥିଲା । ଏହି ଦୁର୍ଘଟଣାରେ ଅଟୋରେ ଯାତ୍ରା କରୁଥିବା ୩ ଜଣ ଗୁରୁତର ହୋଇଥିଲେ । ଏହ ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ତିଗିରିଆ ପୋଲିସ୍ ପହଞ୍ଚି ଗୁରୁତରଙ୍କୁ ଉଦ୍ଧାର କରି ପ୍ରଥମେ ଆଠଗଡ଼ ମେଡିକାଲରେ ଭର୍ତ୍ତି କରିଥିଲା । ହେଲେ ସେଠାରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.