ପ୍ରମୂଖ ଖବର
  • ଭୁବନେଶ୍ୱର : ଦାନା ବାନ୍ଧୁଛି ଲଘୁଚାପ; ଆସନ୍ତା ୪ ଦିନ ବର୍ଷାରେ ଭିଜିବ, ଶନିବାର ୮ ଜିଲ୍ଲାକୁ ୟେଲୋ ଆଲର୍ଟ
  • ||
  • ମୟୂରଭଞ୍ଜ : ଶିମିଳିପାଳ ବାଙ୍ଗିରିପୋଷି ରେଞ୍ଜରେ ଅଘଟଣ, ମାଈ ହାତୀର ମୃତଦେହ ଠାବ
  • ||
  • ଆନନ୍ଦପୁର : ପ୍ରଧାନ ଶିକ୍ଷୟିତ୍ରୀଙ୍କ ମନମାନିକୁ ବିରୋଧ, ସ୍କୁଲରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରଛାତ୍ରୀ ଓ ଗ୍ରାମବାସୀ
  • ||
  • ଯାଜପୁର : ଖରସ୍ରୋତା ବ୍ରିଜ୍‌ ଉପରୁ ନଦୀକୁ ଡେଇଁଥିଲେ ଯୁବତୀ,୨୪ ଘଣ୍ଟା ପରେ ମିଳିଲା ମୃତଦେହ
  • ||
  • ସୁନ୍ଦରଗଡ଼ : ରେଳ ଧାରଣା ଉପରେ ପୁଣି ଲାଗିଲା ମାଓ ପୋଷ୍ଟର, ଜାରି ହେଲା ହାଇ ଆଲର୍ଟ
  • ||
  • ଚାନ୍ଦବାଲି : ଚିଙ୍ଗୁଡ଼ି ମାଫିଆଙ୍କ କବ୍ଜାରେ ଚାଷୀଙ୍କ ସ୍ଲୁଇସଗେଟ, ମତ୍ସ୍ୟ ଅଧିକାରୀଙ୍କୁ ଅଭିଯୋଗ କରିଲେ ଚାଷୀ
  • ||
  • ଜଳେଶ୍ବର : ସୁବର୍ଣ୍ଣରେଖା ନଦୀରେ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଧର୍ମଗଡ଼ : ସ୍କୁଲ ଜାଗାକୁ ନିଜର କହି ବିଦ୍ୟାଳୟରେ ତାଲା ପକାଇଲେ ବ୍ୟକ୍ତି, ଗଛ ମୂଳେ ପାଠ ପଢୁଛନ୍ତି ପିଲା
  • ||
  • ସୋମବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି, ଜନଶୁଣାଣି ପୋର୍ଟାଲ କରିପାରିବେ ପଞ୍ଜୀକରଣ
  • ||
  • ବାଲେଶ୍ଵର : ଭିଜିଲାନ୍ସ ଜାଲରେ ଅତିରିକ୍ତ ମୁଖ୍ୟ ନିର୍ମାଣ ଯନ୍ତ୍ରୀ, କୁକୁଡ଼ା ପଦା ଅଫିସରେ ରେଡ୍‌
  • ||
  • ଜଳେଶ୍ବର : କମିଲା ସୁବର୍ଣ୍ଣରେଖା ନଦୀର ଜଳସ୍ତର, ପାଣି ଘେରରେ ତଳିଆ ଅଞ୍ଚଳ
  • ||
  • ଆଜିଠୁ ୩ ଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବିଧାୟକ ଓ ସାଂସଦଙ୍କ ବୈଠକରେ ଦେବେ ଯୋଗ
  • ||
  • ଆସୁଛି ଲଘୁଚାପ: ଆସନ୍ତା ୨୩ରୁ ଓଡ଼ିଶାରେ ବଢ଼ିବ ବର୍ଷା, ଅତି କମ୍‌ରେ ୪୮ ଘଣ୍ଟା ବର୍ଷିବ
  • ||
  • ଆନନ୍ଦପୁର : ଏସବିଆଇ ଶାଖାରେ ଲାଗିଲା ନିଆଁ, ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ ହୋଇଥିବା ଅନୁମାନ
  • ||

ଖାଇକୁ ଖସିଲା ବିଏସଏଫ୍‌ ଯବାନଙ୍କ ବସ୍‌; ୪ ମୃତ, ୨୮ରୁ ଅଧିକ ଆହତ

ନୂଆଦିଲ୍ଲୀ: ଜମ୍ମୁକାଶ୍ମୀରର ବଡଗାମରେ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ବିଏସଏଫ ଯବାନଙ୍କୁ ନେଇ ଯାଉଥିବା ବସ୍‌ ବଡଗାମ ଜିଲ୍ଲାରେ ଦୁର୍ଘଟଣାର ଶିକାର ହୋଇଛି । ଖାଇରେ ବସ୍‌ ଓଲଟି ପଡ଼ିବାରୁ  ୪ ଜଣ ଯବାନ ଜୀବନ ଯାଇଛି । ଏହା ସହ ୨୮ ଯବାନ ଆହତ ହୋଇଥିବା ଜଣାପଡ଼ିଛି । ସେମାନଙ୍କ ମଧ୍ୟରୁ ୬ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି । ଆହତଙ୍କୁ ଏସଡିଏଚ୍‌ ଖାନ ସାହିବ ଏବଂ ବଡଗାମ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । 

ମିଳିଥିବା ସୂଚନା ଅନୁସାରେ, ହଠାତ ବସ୍‌ଟି ଖାଇକୁ ଖସିପଡ଼ିଥିଲା । ଏହି ଦୁର୍ଘଟଣାରେ ୪ ଜଣ ସୀମା ସୁରକ୍ଷା ବଳ (ବିଏସଏଫ)ର ଯବାନ ପ୍ରାଣ ହରାଇଛନ୍ତି । ଆହତ ଯବାନମାନେ ଚିକିତ୍ସାଧୀନ ଅଛନ୍ତି । ବସ୍‌ରେ ୩୫ ଜଣ ଯବାନ ଥିଲେ ବୋଲି କୁହାଯାଉଛି । ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ସେଠାରେ ପହଞ୍ଚିଥିଲେ । ସୂଚନା ମିଳିବା ପରେ ପୋଲିସ ମଧ୍ୟ ଘଟଣାସ୍ଥଳରେ ପହଞ୍ଚିଥିଲା ଏବଂ ବସ୍‌ରୁ ଯବାନମାନଙ୍କୁ ଉଦ୍ଧାର କରିଥିଲା । ଏବେ ସୁଦ୍ଧା ଦୁର୍ଘଟଣାର ପ୍ରକୃତ କାରଣ ସଂପର୍କରେ ଜଣାପଡ଼ିନାହିଁ ।  

ଦୁର୍ଘଟଣା ସଂପର୍କରେ ତଦନ୍ତ ଲାଗି ବିଏସଏଫ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ନିକଟରେ ଜମ୍ମୁ ରିଜିୟନର ରାଜୌରୀରେ ସେନା ଯବାନଙ୍କ ଗାଡ଼ି ଦୁର୍ଘଟଣାର ଶିକାର ହୋଇଥିଲା । ବୁଧବାର ମାଞ୍ଜାକୋଟ ଅଞ୍ଚଳରେ ଏହି ଦୁର୍ଘଟଣା ଘଟିଥିଲା । ବସ୍‌ ଚଳାଉଥିବା ଯବାନ ଗାଡ଼ି ଉପରୁ ନିୟନ୍ତ୍ରଣ ହରାଇଥିଲେ । ଫଳରେ ବସଟି ୪୦୦ ଫୁଟ ଗଭୀର ଖାଇକୁ ଖସିପଡ଼ିଥିଲା । ଏଥିରେ ଥିବା ୬ କମାଣ୍ଡୋଙ୍କ ଜୀବନ ଆହତ ହୋଇଥିଲେ । ପରେ ଜଣେ ଲାନ୍ସନାୟକ ସହିଦ ହୋଇଯାଇଥିଲେ । 

  • Jammu Kashmir
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.