ପ୍ରମୂଖ ଖବର
  • ୨୩ରେ ଓଡିଶା ଆସିବେ ରାଷ୍ଟ୍ରପତି ଦୌପ୍ରଦୀ ମୁର୍ମୁ, ୩ ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ
  • ||
  • ଭୁବନେଶ୍ୱର: ପ୍ରେମ ପାଇଁ ଆପାର୍ଟମେଣ୍ଟରୁ ଡେଇଁ ଜୀବନ ହାରିଲେ ଯୁବକ, ପ୍ରେମିକା ନାଁରେ ମାମଲା
  • ||
  • ଦୁର୍ଗାମୂର୍ତ୍ତି ବିସର୍ଜନ ବେଳେ ବହରାଇଚରେ ହିଂସା, ଇଣ୍ଟରନେଟ ବନ୍ଦ
  • ||
  • ଗୁରୁବାର ଦୁଇଦିନିଆ ମୁମ୍ବାଇ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ନିବେଶ ଟାଣିବାକୁ କରିବେ ରୋଡ ସୋ’
  • ||
  • ବଙ୍ଗୋପସାଗରେ ଘୂର୍ଣ୍ଣିବଳୟ ସକ୍ରିୟ, ଆଜି ନେଇପାରେ ଲଘୁଚାପ ରୂପ: ୧୮ରୁ ୨୦ମଧ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା
  • ||

ଦୁର୍ଘଟଣାଗ୍ରସ୍ତ ବିିଶ୍ବ ବିଶ୍ୱବିଦ୍ୟାଳୟ ବସ୍ ୧୨ ମୃତ,୩୩ ଗୁରୁତର

ନୂଆଦିଲ୍ଲୀ,୧୫/୧୦: ବିଶ୍ୱ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ନେଇ ଯାଉଥିବା ଏକ ବସ୍ ଦୁର୍ଘଟଣାଗ୍ରସ୍ତ । ମିଶରର ଉତ୍ତର-ପୂର୍ବ ଅଞ୍ଚଳରେ ବସଟି ଦୁର୍ଘଟଣାର ସମ୍ମୁଖୀନ ହୋଇଥିବା ସୂଚନା ମିଳିଛି। ତେବ ଏହି ଦୁର୍ଘଟଣାରେ ୧୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩୩ ଜଣ ଗୁରୁତର ଆହତ ହୋଇଛନ୍ତି। ଏନେଇ ଇଜିପ୍ଟ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ କହିଛି ଯେ ଏହି ଘଟଣା ଏନ୍ ସୋଖନା ରାଜପଥରେ ଘଟିଥିବା ସୂଚନା ମିଳିଛି । 

ସୂଚନା ମୁତାବକ,ବସ୍‌ଟି ଗାଲାଲା ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ଏନ ସୋଖନା ରାଜପଥ ଦେଇ ଘରକୁ ଫେରୁଥିଲା । ସେହି ସମୟରେ ବସ୍ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା। ଫଳରେ ୧୨ ଜଣଙ୍କ ମୃତ୍ୟୁ ହୋଇଛି। ସେପଟେ ଦୁର୍ଘଟଣାର କାରଣ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦୁର୍ଘଟଣାର କାରଣ ପ୍ରକାଶ କରିନାହିଁ। ଦୁର୍ଘଟଣା ପରେ ଘଟଣାସ୍ଥଳରେ ଚିତ୍କାର ଶୁଣିବାକୁ ମିଳିଥିଲା। ଦୁର୍ଘଟଣା ସମ୍ପର୍କରେ ତୁରନ୍ତ ପୋଲିସ ବିଭାଗକୁ ସୂଚନା ଦିଆଯାଇଥିଲା। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ସମସ୍ତ ଆହତଙ୍କୁ ସ୍ଥାନୀୟ ମେଡିକାଲକୁ ନିଆଯାଇଥିବା ବେଳେ ସମସ୍ତେ ଚିକିତ୍ସିତ  ହେଉଛନ୍ତି। ତେବେ ଏକ ସରକାରୀ ବିବୃତ୍ତିରେ କୁହାଯାଇଛି ଯେ, ଘଟଣାସ୍ଥଳରେ ୨୮ ଟି ଆମ୍ବୁଲାନ୍ସ ପହଞ୍ଚିଛି। ଆହତମାନଙ୍କୁ ସ୍ଥାନୀୟ ମେଡିକାଲକୁ ନିଆଯାଇଥିଲା। ଯେଉଁଠାରେ ସେ ଚିକିତ୍ସିତ ହେଉଛନ୍ତି। ହେଲେ ଆହତଙ୍କ ଅବସ୍ଥା କିପରି ରହିଛି ତାହା ଏପର୍ଯ୍ୟନ୍ତ  ଜଣାପଡିନି । 

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.