ପ୍ରମୂଖ ଖବର
  • ବଲାଙ୍ଗୀର : ଗ୍ୟାସ ସିଲିଣ୍ଡର ଚୋରି ଗ୍ୟାଙ୍ଗକୁ ଧରିଲା ପୋଲିସ; ୫ ଗିରଫ,୧୩୩ରୁ ଉର୍ଦ୍ଧ୍ୱ ଗ୍ୟାସ୍‌ ସିଲିଣ୍ଡର ଜବତ
  • ||
  • ଗୁଣପୁର : ବାଇକ୍‌ ଚୋରଙ୍କୁ ଧରିଲା ପୋଲିସ; ୫ ଗିରଫ, ୮ ବାଇକ୍‌ ଜବତ
  • ||
  • ଖଲ୍ଲିକୋଟ : ପୋଖରୀରେ ବୁଡ଼ି ବ୍ୟକ୍ତି ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଚନ୍ଦାହାଣ୍ଡି : ସାପ କାମୁଡାରେ ୯ ବର୍ଷର ଝିଅ ମୃତ, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ବ୍ରହ୍ମପୁର : ଗାଡ଼ି ବ୍ୟାଟେରୀ ଚୋରଙ୍କ ପାର୍ଦ୍ଦାଫାଶ; ୫ଲୁଟେରା ଗିରଫ, ୭ ବ୍ୟାଟେରୀ ଜବତ
  • ||
  • ନବରଙ୍ଗପୁର : ସ୍କୁଲ ପଛ ବୁଦା ମୂଳରୁ ଛାତ୍ରୀଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର, ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ
  • ||
  • ଭରତପୁର ଥାନାରେ ମେଜରଙ୍କୁ ମାଡ଼ ଘଟଣା : ୫ ପୋଲିସ ଅଫିସର ନିଲମ୍ଵିତ
  • ||
  • ଅସ୍ତରଙ୍ଗରେ ପାଗଳ ବିଲୁଆର ଆତଙ୍କ, ୧୦ରୁ ଉର୍ଦ୍ଧ୍ୱ ଆହତ
  • ||
  • ବଣାଇ : ଉତ୍ପାତ ହେଉଥିଲା ଦନ୍ତା, ତୋଡ଼ା ଫରେଷ୍ଟରେ ଚାଲିଛି ଟ୍ରାଙ୍କୁଲାଇଜ୍
  • ||
  • ନବରଙ୍ଗପୁରରେ ବେଆଇନ ଗୋରୁ ଚାଲାଣ, ୫୦ରୁ ଉର୍ଦ୍ଧ୍ୱ ଗୋରୁ ଉଦ୍ଧାର
  • ||
  • ଭୋଗରାଇ : ଫୁଲୁଛି ସୁବର୍ଣ୍ଣରେଖା ନଦୀ, ବିପଦ ସଙ୍କେତ ଟପି ବନ୍ୟାଜଳ ପ୍ରବାହିତ
  • ||

ବାଇକ୍‌କୁ ଧକ୍କା ଦେଇ ଫେରାର ହେଲା ବସ୍, ଜଣେ ମୃତ ବାଇକ୍ ଚାଳକ ଗୁରୁତର

ବୌଦ୍ଧ,୧୮/୦୮:  ଡୁଙ୍ଗୁରିପାଲି ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବାଇକ୍‌କୁ ଧକ୍କା ଦେଇ ଫେରାର ହେଲା ନାଇଟ କୋଚ ବସ । ଘଟଣା ସ୍ଥଳରେ ମହିଳା ମୃତ ଏବଂ ବାଇକ୍ ଚାଳକ ଗୁରୁତର । ବୌଦ୍ଧ ଜିଲ୍ଲା ବାଉଁସୁଣି ଥାନା ଡୁଙ୍ଗୁରିପାଲି ଛକରେ ଏଭଳି ଘଟଣା ଘଟିଛି । ମୃତ ମହିଳା ଜଣକ ମୁଣ୍ଡିପଦର ଗ୍ରାମର ବିଶାଖା ଭୋଇ ବୋଲି ଜଣା ପଡିଛି । 

ସୂଚନା ଅନୁଯାୟୀ, ବିଶାଖାଙ୍କ ସ୍ୱାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କର ଜଣେ ସମ୍ପର୍କୀୟ ତାଙ୍କୁ ନେଇ ବାଉଁଶୁଣି ମେଡିକାଲ ଆସିଥିଲେ । ସେଠାରେ ମହିଳା ଜଣକ ନିଜର ଚିକିତ୍ସା କରାଇଥିଲେ । ତେବେ ଶନିବାର ବିଳମ୍ବିତ ରାତିରେ ସେ ମେଡିକାଲରୁ ଚିକିତ୍ସା କରାଇ ତାଙ୍କ ସମ୍ପର୍କୀୟଙ୍କ ସହିତ ବାଇକ୍ ଯୋଗେ ଘରକୁ ଫେରୁଇବା ବେଳେ ଏହି ଦୁର୍ଘଟଣା ହୋଇଥିଲା । ଭୁବନେଶ୍ୱରରୁ ବଲାଙ୍ଗୀରକୁ ଯାଉଥିବା ଏକ ନାଇଟ କୋଚ ବସ୍ ବାଇକ୍‌କୁ ପଛପଟୁ ଧକ୍କା ଦେଇ ଘଟଣା ସ୍ଥଳରୁ ଛୁ ମାରିଥିଲା । ଫଳରେ ଘଟଣା ସ୍ଥଳରେ ହିଁ ପ୍ରାଣ ହରାଇଥିଲେ ବିଶାଖା । ଏଥି ସହିତ ତାଙ୍କ ସମ୍ପର୍କୀୟ ଗୁରୁତର ଆହତ ହୋଇଥିଲେ ।

ଅନ୍ୟପଟେ ସ୍ଥାନୀୟ ଅଞ୍ଚଳର ଉତ୍ୟକ୍ତ ଲୋକେ ରାସ୍ତାରେ ଶବ ରଖି ୫୭ ନମ୍ୱର ଜାତୀୟ ରାଜପଥ ଅବରୋଧ କରିଛନ୍ତି । ଫଳରେ ରାସ୍ତାର ଉଭୟ ପାର୍ଶ୍ୱରେ ଯାନବାହାନ ଅଟକି ରହିଛି । ପରେ ଘଟଣା ସ୍ଥଳରେ ଉତ୍ତେଜନା ପରିସ୍ଥିତି ମଧ୍ୟ ଦେଖିବାକୁ ମିଳିଛି । ଏନେଇ ଖବର ପାଇବା ପରେ ପୋଲିସ ପହଞ୍ଚି ଗ୍ରାମବାସୀଙ୍କୁ ବୁଝାସୁଝା କରିବା ସହ ତଦନ୍ତ ଜାରି ରଖିଛି ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.