ପ୍ରମୂଖ ଖବର
  • ବାଲେଶ୍ବର : OSSC ପରିଚାଳିତ ପରୀକ୍ଷାର ପ୍ରଶ୍ନପତ୍ର ସିଲ୍‌ ଖୋଲାଥିବା ଛାତ୍ରଛାତ୍ରୀଙ୍କ ଅଭିଯୋଗ, ଖଣ୍ଡନ କଲେ କର୍ତ୍ତୃପକ୍ଷ
  • ||
  • ଧର୍ମଗଡ଼ : କେନାଲ ପାଣି ଦାବିରେ ତାତିଲେ ଚାଷୀ, ଧର୍ମଗଡ ତମ୍ବାଛଡା ମୁଖ୍ୟ ରାସ୍ତା ଅବରୋଧ
  • ||
  • ଭୁବନେଶ୍ବର : ମିଠା ଦୋକାନୀଙ୍କୁ ଦାଦାବଟି ମାଗିଲା ଜେଲ ଫେରନ୍ତା, ଅଭିଯୁକ୍ତ ଗିରଫ
  • ||
  • ଖୋର୍ଦ୍ଧା : ପାଣିରେ ଭାସୁଛି ବ୍ୟକ୍ତିଙ୍କ ଗଳିତ ମୃତଦେହ, ପରିଚୟ ଅସ୍ପଷ୍ଟ
  • ||
  • ଆଜିଠୁ ଅନଲାଇନରେ ପଞ୍ଜୀକରଣ କରିପାରିବେ ହବିଷ୍ୟାଳି, ଶାରୀରିକ ଓ ମାନସିକ ଭାବେ ଅସୁସ୍ଥ ଥିଲେ ମିଳିବନି ଅନୁମତି
  • ||
  • ଧର୍ମଗଡ : ଅଜଣା ଗାଡ଼ି ଧକ୍କାରେ ବ୍ୟକ୍ତିଙ୍କ ମୃତ୍ୟୁ, ପରିଚୟ ଅସ୍ପଷ୍ଟ
  • ||
  • ଆନନ୍ଦପୁର : ଗଣେଶ ପୂଜା ବିସର୍ଜନ ବେଳେ ଢେଲା ମାଡକୁ ନେଇ ଉତ୍ତେଜନା ଘଟଣା, ୨ ଗିରଫ
  • ||
  • ବାସୁଦେବପୁରର ବିଭିନ୍ନ ସ୍ଥାନରେ ଅବକାରୀ ବିଭାଗର ଚଢ଼ାଉ; ବିପୁଳ ପରିମାଣର ମଦ ଜବତ, ୫ ଗିରଫ
  • ||
  • ଛତ୍ରପୁର : ରୁଟି ବ୍ୟବସାୟୀଙ୍କୁ ପଛପଟୁ ଧକ୍କା ଦେଲା ଅଜଣା ଗାଡି, ଜଣେ ଗୁରୁତର
  • ||
  • ରବିବାର ତିନିଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ମାଓ ମୁକାବିଲା ସମୀକ୍ଷା ବୈଠକରେ ହେବେ ସାମିଲ
  • ||
  • ଜଗତସିଂହପୁରରେ ମୂର୍ତ୍ତି ଚୋରୀ ରାକେଟ ସକ୍ରିୟ, ଜଣେ ଅଭିଯୁକ୍ତ ଏବଂ ତାଙ୍କ ମା ଅଟକ
  • ||
  • କୋଣାର୍କ : ମୃତଦେହକୁ ଘରକୁ ନେବାକୁ ମିଳିଲାନି ଆମ୍ୱୁଲାନ୍ସ, ଟ୍ରଲିରେ ବୁହା ହେଲା ଶବ
  • ||
  • ସୋମବାର ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କ ନକ୍ସଲ ମୁକାବିଲା ବୈଠକ, ଯୋଗଦେବେ ୮ ରାଜ୍ୟର ମୁଖ୍ୟମନ୍ତ୍ରୀ
  • ||
  • କଣ୍ଟାବାଞ୍ଜି : ବେଆଇନ କ୍ଲିନିକ ଖୋଲି ଚିକିତ୍ସା କରୁଥିଲେ ନକଲି ଡାକ୍ତର, ଅଭିଯୁକ୍ତ ଗିରଫ
  • ||
  • ଅକ୍ଟୋବର ହେଲାଣି ଖରା ଦିନ ଯାଉନି, ଅସ୍ୱାଭାବିକ ପାଣିପାଗରେ ସମସ୍ତେ ନାକେଦମ୍‌: ୧୪ ଯାଏଁ ବିଶେଷ ବର୍ଷା ନାହିଁ
  • ||

ସାର ବୋଝେଇ ଟ୍ରକକୁ ପିଟିଲା ବସ୍; ହେଲପର ମୃତ, ୨୩ ଆହତ

ଧର୍ମଶାଳା, ୩୦।୯(ସ୍ୱପ୍ର): ଧର୍ମଶାଳା ଥାନା ଜାରକା ସ୍ଥିତ ପଣ୍ଡା ଢ଼ାବା ସନ୍ନିକଟ ୧୬ ନମ୍ୱର ଜାତୀୟ ରାଜପଥ ଉପରେ ଯାତ୍ରୀବାହୀ ବସ ଓ ସାର ବୋଝେଇ ଟ୍ରକ ମଧ୍ୟରେ ଦୁର୍ଘଟଣା ଘଟିଛି। ଏଥିରେ  ବସ ହେଲପରଙ୍କ ମୃତ୍ୟୁ ଘଟିଥିବା ବେଳେ ୨୩ ଜଣ ଯାତ୍ରୀ   ଆହତ ହୋଇଛନ୍ତି। ରବିବାର  ରାତି ପ୍ରାୟ ୩ଟା ସମୟରେ ଏହି ଦୁର୍ଘଟଣା ଘଟିଛି। 

ଉଦଳାରୁ ଭୁବନେଶ୍ୱର ଅଭିମୁଖେ ଯାତ୍ରୀ ନେଇ ଯାଉଥିବା ରାଜା ବସ(ଓଡ଼ି ୧୧ ପି ୬୩୯୯) ଜାରକା ଠାରେ ପୂର୍ବରୁ ଖରାପ ହୋଇ ରାସ୍ତା ପାର୍ଶ୍ବରେ ଛିଡ଼ା ହୋଇଥିବା ଏକ ସାର ବୋଝେଇ ଟ୍ରକ(ଓଡ଼ି ୨୯ ଜେ ୨୫୭୯) ପଛକୁ ଦ୍ରୁତ ଗତିରେ ଆସି ଧକ୍କା ଦେଇଥିଲା। ସମ୍ଭବତଃ ଡ୍ରାଇଭର ଆଖିରେ ନିଦ ଲଗାଯାଇଥିବାରୁ ଭାରସାମ୍ୟ ହରାଇ ଏହି ଦୁର୍ଘଟଣା ଘଟିଥିବା ଅନୁମାନ କରାଯାଉଛି। ଘଟଣା ସ୍ଥଳେ ଧର୍ମଶାଳା ପୁଲିସ ପହଞ୍ଚି ଦମକଳ ବାହିନୀ କର୍ମଚାରୀଙ୍କ ଦ୍ଵାରା କଟର ସହାୟତାରେ ଟ୍ରକ ପଛରୁ ବସ ସମ୍ମୁଖ ଭାଗକୁ ଅଲଗା କରିଥିଲା। ଏହା ପରେ ଯାତ୍ରୀମାନେ ଭିତରୁ ବାହାରିଥିଲେ। କେତେକ ଯାତ୍ରୀ ବସ କାଚ ଓ ପଛ ଝରକା ବାଟେ ବାହାରିଯାଇଥିଲେ। ଘଟଣା ସ୍ଥଳରେ ହେଲପର ଉଦଳା ଥାନା ଲୁଣିଆବଣୀ ଗ୍ରାମର ସର୍ଦ୍ଦାର ସତୀଶ ହାଁସଦାଙ୍କର ମୃତ୍ୟୁ ଘଟିଥିବା ବେଳେ ୨୩ ଜଣ ଆହତ ହୋଇଥିଲେ। ସେମାନଙ୍କୁ ପୁଲିସ ଗାଡ଼ି ଓ ଆମ୍ବୁଲାନ୍ସ ଯୋଗେ ସ୍ଥାନୀୟ ଲୋକମାନଙ୍କ ସହାୟତାରେ ଧର୍ମଶାଳା ମେଡ଼ିକାଲରେ ଭର୍ତ୍ତି କରିଥିଲା। ସେମାନଙ୍କ ମଧ୍ୟରୁ ୩ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ପ୍ରାଥମିକ ଚିକିତ୍ସା ପରେ କଟକ ସ୍ଥାନାନ୍ତର କରାଯାଇଥିଲା। ପୁଲିସ ବସ ଓ ଟ୍ରକକୁ ଜବତ କରି ଏକ ମାମଲା ରୁଜୁ କରିଛି । ଟ୍ରକଟି ସାର ନେଇ ବିହାର ପାଟନାରୁ ଭୁବନେଶ୍ୱର ଯାଉଥିଲା।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.