ପ୍ରମୂଖ ଖବର
  • ବାଲେଶ୍ୱର : ଯାତ୍ରା ଦେଖିବାକୁ ଯାଇ ଫେରିଲେନି ଯୁବକ, ଉଦ୍ଧାର ହେଲା ମୃତଦେହ
  • ||
  • ଖସିଲା ସୁନା ଦର, ୨୪ କ୍ୟାରେଟ୍ ୧୦ ଗ୍ରାମ ପିଛା ୮୮, ୪୦୧ ଟଙ୍କାକୁ ହ୍ରାସ , ରୂପା ଦର କିଲେ ପିଛି ୮୮, ୩୭୫ ଟଙ୍କାକୁ ଖସିଲା
  • ||
  • ଦକ୍ଷିଣ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ଉତ୍ତରପଶ୍ଚିମ ଦିଗରେ ଗତି କରିବ
  • ||
  • କଟକ : ବସ୍-ଅଟୋ ମୁହାଁମୁହିଁ ଧକ୍କା, ୩ ଗୁରୁତର
  • ||
  • ପୁରୀ : ସର୍ଟ ସର୍କିଟରୁ ଆମ୍ୱୁଲାନ୍ସରେ ଲାଗିଲା ନିଆଁ, ଅଳ୍ପରେ ବର୍ତ୍ତିଲେ ରୋଗୀ
  • ||
  • ବୌଦ୍ଧ : ୨ କୁଇଣ୍ଟାଲ ଗଞ୍ଜେଇ ସହିତ କାର୍‌ ଏବଂ ବାଇକ୍ ଜବତ, ୩ ଗିରଫ
  • ||
  • ଖୋର୍ଦ୍ଧା : ଷଢେଇଗଡ ଗାଁରେ ବୋମା ବିସ୍ଫୋରଣ: ଜଣେ ମୃତ, ଜଣେ ଗୁରୁତର
  • ||
  • ହାଇଦ୍ରାବାଦର ଚତୁର୍ଥ ପରାଜୟ, ୭ ୱିକେଟ୍‌ରେ ଜିତିଲା ଗୁଜରାଟ, ଆଜି ମୁମ୍ବାଇକୁ ଭେଟିବ ବେଙ୍ଗାଲୁରୁ
  • ||
  • ଓଡ଼ିଆ ନୂଆବର୍ଷ ପୂର୍ବରୁ ବିଜେଡି ସାଙ୍ଗଠନିକ ନିର୍ବାଚନ, ଆଜି ଶଙ୍ଖ ଭବନରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ
  • ||
  • ଗଞ୍ଜାମ : ବିଷ ପିଇ ଗୋଟିଏ ପରିବାରର ୩ ଜଣଙ୍କ ମୃତ୍ୟୁ, ଛାନଭିନ୍‌ କରୁଛି ପୋଲିସ
  • ||

ପିପିଲିରେ ଓଲଟିଲା ପର୍ଯ୍ୟଟକ ବସ୍‌: ଜଣେ ମୃତ, ୨୦ରୁ ଉର୍ଦ୍ଧ୍ୱ ଗୁରୁତର

Published By : Harapriya Sethi | April 6, 2025 7:32 AM

ଭୁବନେଶ୍ୱର, ୦୬/୦୪: ଭାରସାମ୍ୟ ହରାଇ ରାତି ଅଧରେ ଓଲଟିଲା ଟୁରିଷ୍ଟ ବସ୍‌ । ଦୁର୍ଘଟଣାରେ ୨୦ରୁ ଉର୍ଦ୍ଧ୍ୱ ଗୁରୁତର ହୋଇଥିବା ବେଳେ ଜଣେ ଯାତ୍ରୀ ପ୍ରାଣ ହରାଇଛନ୍ତି । ଗୁରୁତରଙ୍କୁ ଚିକିତ୍ସା ପାଇଁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି । ପିପିଲି ସିଫା ନିକଟରେ ଏହି ଦୁର୍ଘଟଣା ଘଟିଛି ।

ସୂଚନା ମୁତାବକ, ବାଂଲାଦେଶରୁ କିଛି ପର୍ଯ୍ୟଟକ ଭ୍ରମଣ କରିବାକୁ ଭାରତ ଆସିଥିଲେ । ୧୪୦ଜଣ ପର୍ଯ୍ୟଟକ ପଶ୍ଚିମବଙ୍ଗରୁ ଦୁଇଟି ବସ୍‌ ଯୋଗେ ପୁରୀ ଅଭିମୁଖେ ଆସିଥିଲେ । ଯାତ୍ରୀମାନେ ଓଡିଶାର ବିଭିନ୍ନ ପର୍ଯ୍ୟଟନ ସ୍ଥାନ ଓ ତୀର୍ଥ କ୍ଷେତ୍ର ଭ୍ରମଣରେ ଆସିଥିଲେ । ଶନିବାର ବାଲେଶ୍ୱର ମନ୍ଦିର ବୁଲିବା ପରେ ପୁରୀ ଅଭିମୁଖେ ଯାତ୍ରା କରିଥିଲେ । ହେଲେ ରାତି ପ୍ରାୟ ୨ଟା ସମୟରେ ପିପିଲି ସିଫା ନିକଟରେ ଘଟିଲା ଦୁର୍ଘଟଣା । ପର୍ଯ୍ୟଟକଙ୍କ ଗୋଟିଏ ବସ୍‌ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା । ଏହି ଦୁର୍ଘଟଣାରେ ୨୦ ରୁ ଉର୍ଦ୍ଧ୍ୱ ଯାତ୍ରୀ ଗୁରୁତର ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି । ଏହା ଦେଖି ସ୍ଥାନୀୟଲୋକ ତୁରନ୍ତ ପୋଲିସ ଏବଂ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ ପିପିଲି ପୋଲିସ ଏବଂ ଅଗ୍ନିଶମ ବାହିନୀ ପହଞ୍ଚି ଯାତ୍ରୀମାନଙ୍କୁ ଉଦ୍ଧାର କରିଛନ୍ତି । ଗୁରୁତର ଯାତ୍ରୀମାନଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.