ପ୍ରମୂଖ ଖବର
  • ଗଞ୍ଜାମ : ନିମପଦର ଗାଁରେ ଯୁବକଙ୍କୁ ସଙ୍ଘବଦ୍ଧ ଆକ୍ରମଣ, ପୂର୍ବ ଶତ୍ରୁତାରୁ ହୋଇଥିବା ସନ୍ଦେହ
  • ||
  • ଯାଜପୁର : ମୀନାବଜାର ପେଟ୍ରୋଲ ପମ୍ପ ନିକଟରେ ସଡ଼କ ଦୁର୍ଘଟଣା, ଟ୍ରକ୍‌ ଧକ୍କାରେ ମହିଳାଙ୍କ ମୃତ୍ୟୁ
  • ||
  • ଖଲ୍ଲିକୋଟ : ମାଳଦ୍ୱୀପରେ ଫସି ରହିଛନ୍ତି ଓଡିଆ ଶ୍ରମିକ, ଉଦ୍ଧାର ପାଇଁ ଭିଡିଓ କରି ସରକାରଙ୍କୁ ଅନୁରୋଧ
  • ||
  • ବଲାଙ୍ଗୀର : ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା: କୋର୍ଟରେ ହାଜର ହେଲେ ଅରୁଣ ବୋଥ୍ରା
  • ||
  • କାମାକ୍ଷାନଗର : ଟ୍ରେନ୍‌ ଲାଇନରୁ ଯୁବକଙ୍କ ଖଣ୍ଡ ବିଖଣ୍ଡିତ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ଭୁବନେଶ୍ୱର : ଦୁଇ ମହଲା ଛାତ ଉପର ଚଢି ଲୁଟ୍‌ ଉଦ୍ୟମ, ସିସିଟିଭିରେ କଏଦ ହେଲା ଦୃଶ୍ୟ
  • ||
  • ଭୋଗରାଇ : ଚଢାଉ ବେଳେ ଅବକାରୀ ଟିମ୍‌ ହଟହଟା, ମହିଳାଙ୍କୁ ଗିରଫ କରି ନେବା ବେଳେ ଗାଡି ଅଟକାଇଲେ ପରିବାର ଲୋକେ
  • ||
  • ଆଜି ଦେଶର ୪୫ଟି ସ୍ଥାନରେ ରୋଜଗାର ମେଳା, ୭୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ମୋଦି
  • ||
  • ଖଲ୍ଲିକୋଟ : କାଳୀ ମନ୍ଦିରର ହୁଣ୍ଡି ଭାଙ୍ଗି ଚୋରି, ଲକ୍ଷାଧିକ ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ
  • ||
  • ଲମତାପୁଟ : ଲଗାଣ ବର୍ଷା ପରେ ଫେରିଲା ଶୀତ, ଚାଷ କାମରେ ବାଧକ ସାଜୁଛି ପାଗ ପରିବର୍ତ୍ତନ
  • ||
  • ଆଠମଲ୍ଲିକ : ଘାଟିରେ ଓଲଟିଲା ମିନିଟ୍ରକ୍‌, ଅଳ୍ପକେ ବର୍ତ୍ତିଲେ ହେଲ୍ପର ଏବଂ ଡ୍ରାଇଭର
  • ||
  • ବ୍ରାଜିଲରେ ବିମାନ ଦୁର୍ଘଟଣା: ୧୦ ମୃତ, ୧୫ ଗୁରୁତର
  • ||
  • ମଙ୍ଗଳବାରଠୁ ପୁଣି ବର୍ଷା,୨୫ରେ ୫ ଜିଲ୍ଲାରେ ଭାରୀ ବର୍ଷା ସମ୍ଭାବନା: ନୂଆବର୍ଷରୁ ଶୀତ ବଢ଼ିବ
  • ||
  • ଭୁବନେଶ୍ୱର : ଯୁବକଙ୍କୁ ଆକ୍ରମଣ କଲେ ୪ ଦୁର୍ବୃତ୍ତ, ବାନ୍ଧବୀଙ୍କୁ କରିନେଲେ ଅପହରଣ
  • ||

ଓଲଟିଲା ଯାତ୍ରୀବାହୀ ବସ୍, ୫ ଗୁରୁତର ୬ ଆହତ

Published By : Prameya | December 17, 2024 8:22 AM

ଆଠମଲ୍ଲିକ, ୧୭/୧୨ : ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ୍। ୫ ଗୁରୁତର, ୬ ଆହତ। ଅଳ୍ପକେ ବର୍ତ୍ତିଲେ ୪୦ ଯାତ୍ରୀ। ସୋମବାର ରାତି ପ୍ରାୟ ସାଢେ ୧ଟା ବେଳେ ଅନୁଗୁଳ ସମ୍ବଲପୁର ୫୫ନଂ ଜାତୀୟ ରାଜପଥ କିଶୋରନଗର ଥାନା ବାମୁରା ନିକଟରେ ଏଭଳି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ସମସ୍ତ ଗୁରୁତର ଆହତଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। 

ସୂଚନାନୁଯାୟୀ, ଷଢ଼ଙ୍ଗୀ ନାମକ ଏକ ଯାତ୍ରୀବାହୀ ବସ୍ ଭୁବନେଶ୍ୱରରୁ ସୁନ୍ଦରଗଡ଼ ଯାଉଥିଲା। ରାତି ପ୍ରାୟ ସାଢେ ୧ଟା ବେଳେ କିଶୋରନଗର ଥାନା ବାମୁର ନିକଟରେ ଥିବା ଶୁଶବ ଢାବା ନିକଟରେ ଭାରସମ୍ୟ ହରାଇ ରାସ୍ତା ଉପରେ ଓଲଟି ପଡିଥିଲା। ଦୁର୍ଘଟଣା ଖବର ପାଇ ବାମୁର ଦମକଳ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ଥିଲେ। ବସ୍ ଭିତରୁ ସମସ୍ତ ଯାତ୍ରୀଙ୍କୁ ବାହାର କରିଥିଲେ। ବସ୍‌ରେ ଥିବା ଯାତ୍ରୀଙ୍କ ମଧ୍ୟରୁ ୫ ଜଣ ଗୁରୁତର ଏବଂ ୬ ଜଣ ଆହତ ହୋଇଛନ୍ତି। ସମସ୍ତଙ୍କୁ ଉଦ୍ଧାର କରାଯାଇ କିଶୋରନଗର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଅନ୍ୟ ଯାତ୍ରୀମାନଙ୍କୁ ବିଭିନ୍ନ ବସ୍‌ରେ ସେମାନଙ୍କ ଗନ୍ତବ୍ୟ ସ୍ଥଳକୁ ପଠାଇ ଦିଆଯାଇଛି। 

ବସ୍‌ରେ ୪୦ ଜଣ ଯାତ୍ରୀ ଥିବା ଜଣାପଡ଼ିଛି। କାହାର ପ୍ରାଣ ହାନୀ ଘଟି ନାହିଁ। ଡ୍ରାଇଭର ରାତିରେ ବୁଲାଣି କାଟି ନପାରିବାରୁ ଦୁର୍ଘଟଣା ଘଟିଥାଇପାରେ ବୋଲି ଅନୁମାନ କରାଯାଉଛି। 





  • prameyanews
  • PrameyaOdia
  • prameya
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.