ପ୍ରମୁଖ ଖବର
  • ଆଇପିଏଲ 2024: ଆଜି ମୁହାଁମୁହିଁ ହେବେ ସନରାଇଜର୍ସ ହାଇଦ୍ରାବାଦ-ରାଜସ୍ଥାନ ରୟାଲ୍ସ
  • ||
  • ବଲାଙ୍ଗୀର ଯିବେ ମୁଖ୍ୟମନ୍ତ୍ରୀ, ହିଞ୍ଜିଳି ପରେ କଣ୍ଟାବାଞ୍ଜିରୁ ପ୍ରାର୍ଥୀପତ୍ର ଦାଖଲ କରିବେ ନବୀନ
  • ||
  • ଆହୁରି ତିନି ଦିନ ଯାଏ ପ୍ରଚଣ୍ଡ ତାତି, ହିଟ୍ଓ୍ବେବ ନେଇ ୧୦ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ
  • ||
  • ଭୁବନେଶ୍ୱର ​‌ଲୋକସଭା ଆସନ ପାଇଁ ଗୁରୁବାର ନାମାଙ୍କନ ଭରିବେ ଅପରାଜିତା ଷଡ଼ଙ୍ଗୀ ଓ ମନ୍ମଥ ରାଉତରାୟ
  • ||

ଏହି ରାଶିର ବ୍ୟକ୍ତି ମୂଲ୍ୟବାନ ଧାତୁ କ୍ରୟ କରିବେ

ମେଷ : ଚତୁର୍ଥ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ମନରେ ଅସ୍ଥିରତା, ପରିବାରରେ ମତାନ୍ତର, ଯାନବାହନରେ ଖର୍ଚ୍ଚାନ୍ତ ଏବଂ ଧନକୁ ନେଇ ବିବାଦ ଏବଂମାଲି ମକଦ୍ଦମାରେ ପଡ଼ି ପାରନ୍ତି । ପରିବହନ ବ୍ୟବସାୟରେ ବିପର୍ଯ୍ୟୟ ଏବଂ ବାଣିଜ୍ୟ, ବ୍ୟବସାୟରେ କ୍ଷତି ଦେଖା ଦେବ । କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର କୃତ୍ତିକା ମେଷ, ସେମାନେ ସତର୍କ ହେବ । 

ଶୁଭରଙ୍ଗ: ଧଳା, ସଂଖ୍ୟା : ୧୧, ଆରାଧନା : ମା’ ବଗଳାମୁଖୀ ।

ବୃଷ : ତୃତୀୟ ଚନ୍ଦ୍ର, ବୁଧବାର ଏବଂ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖ ଶାନ୍ତି ଏବଂ ଭାଇ ଭଉଣୀଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କର୍ମ ନିପୁଣତା ପ୍ରକାଶ ପାଇବ । ଯେଉଁମାନଙ୍କର ଆର୍ଦ୍ରା ମିଥୁନ ସେମାନେ ଉପକୃତ ହେବେ । 

ଶୁଭରଙ୍ଗ : ମେରୁନ୍‌, ସଂଖ୍ୟା : ୪, ଆରାଧନା : ମା’ ତ୍ରିପୁରସୁନ୍ଦରୀ ।

ମିଥୁନ : ଦ୍ୱିତୀୟ ଚନ୍ଦ୍ର, ବୁଧବାର ଏବଂ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମୂଲ୍ୟବାନ ଧାତୁ, ବସନ ଭୂଷଣ ଏବଂସୌଖୀନ ଇଲେକ୍‌ଟ୍ରିକ ଉପକରଣ କ୍ରୟ କରିବେ । ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ହୃତଧନ ଫେରିପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । କର୍ମରେ ସଫଳତା ମିଳିଲେ ମଧ୍ୟ ମନରେ ଆତ୍ମ ସନ୍ତୋଷ ମିଳିବ ନାହିଁ । ଯେଉଁମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ସୁଫଳ ପାଇବେ । 

ଶୁଭରଙ୍ଗ : ସବୁଜ, ସଂଖ୍ୟା : ୮, ଆରାଧନା : ଭଗବାନ ବିଷ୍ଣୁ ।

କର୍କଟ : ଶ୍ରୀଚନ୍ଦ୍ର, ଘାତବାର ଯୋଗୁ ସମସ୍ତ କର୍ମରେ ଶୁଭ ଫଳ ମିଳିଲେ ମଧ୍ୟ ମନରେ ଅସ୍ଥିରତା ଏବଂ ସମସ୍ତ କର୍ମରେ କିଛି ସମସ୍ୟା ଦେଖାଦେବ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବଙ୍କ ସହଯୋଗ ମିଳିବ ଏବଂ ସମସ୍ତଙ୍କର ସଦ୍ଦିଚ୍ଛା ପ୍ରାପ୍ତ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ମିଳିଲେ ମଧ୍ୟ ଆତ୍ମ ସନ୍ତୋଷ ମିଳିବ ନାହିଁ । ଯେଉଁମାନଙ୍କର ପୁଷ୍ୟା କର୍କଟ ସେମାନେ ସୁଫଳ ପାଇବେ । 

ଶୁଭରଙ୍ଗ: ଲାଲ୍‌, ସଂଖ୍ୟା : ୨, ଆରାଧନା : ମା’ ଭୁବନେଶ୍ୱରୀ ।

ସିଂହ : ଦ୍ୱାଦଶ ଚନ୍ଦ୍ର, ଘାତ ତିଥି ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ । ଅଯଥା ଖର୍ଚ୍ଚ, ବଦ୍‌ ଖର୍ଚ୍ଚ ଓ ପରିବାରର ଖର୍ଚ୍ଚ ଭାର ବୃଦ୍ଧି ପାଇବ ଏବଂ ଖର୍ଚ୍ଚ ଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ିପାରେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଠାରୁ ବଦ୍‌ ଖର୍ଚ୍ଚ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତକର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ଉତ୍ତରା ଫାଲଗୁନୀ ସିଂହ ସେମାନେ ସତର୍କ ହେବେ ।

ଶୁଭରଙ୍ଗ : ଗୋଲାପୀ, ସଂଖ୍ୟା : ୬, ଆରାଧନା : ମା’ ମାଣିକେଶ୍ୱରୀ ।

କନ୍ୟା : ଏକାଦଶ ଚନ୍ଦ୍ର, ବୁଧବାର, ବୁଧଙ୍କ ନକ୍ଷତ୍ର ଏବଂ ନବମୀତିଥି ଯୋଗୁ ସମସ୍ତ ଦୁଃଖ, କ୍ଳେଶ, ଅବସାଦ, ଆର୍ଥିକ କଷ୍ଟରୁ ମୁକ୍ତି ମିଳିବ । ପୂର୍ବରୁ ହୋଇଥିବା କ୍ଷତିର ଭରଣା କରିବାରେ କିଛିମାତ୍ରାରେ ସମର୍ଥ ହେବେ ଏବଂ ଧନ, ସମ୍ପଦ ବୃଦ୍ଧିପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧା ସୁଯୋଗ ହାସଲ କରିବେ । ଯେଉଁମାନଙ୍କର ହସ୍ତାକନ୍ୟା ସେମାନେ ସୁଫଳପାଇବେ ।

ଶୁଭରଙ୍ଗ: ସବୁଜ, ସଂଖ୍ୟା : ୮, ଆରାଧନା : ମା’ ଷୋଡ଼ଶୀ ।

ତୁଳା : ଦଶମ ଚନ୍ଦ୍ର, ବୁଧବାର ଏବଂ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ବିଶ୍ୱାସ ଓ ଆଗ୍ରହ ରହିବ ଏବଂ କର୍ମ ପ୍ରତି ଏକାଗ୍ରତା ଓ ଆନ୍ତରିକତା, ତତ୍ପରତା, ସ୍ୱଚ୍ଛତା ଓ ସମୟାନୁ ବର୍ତ୍ତିତା ପ୍ରକାଶ ପାଇବ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମ ସନ୍ତୋଷ ରହିବ । ଯେଉଁମାନଙ୍କର ସ୍ୱାତୀ ତୁଳା, ସେମାନେ ଉପକୃତ ହେବେ । 

ଶୁଭରଙ୍ଗ : ସିଲ୍‌ଭର, ସଂଖ୍ୟା : ୪, ଆରାଧନା : ପ୍ରଭୁଶ୍ରୀରାମ ।

ବିଛା : ନବମ ଚନ୍ଦ୍ର, ନଅ ନକ୍ଷତ୍ର ଯୋଗୁ ଭାଗ୍ୟରେ, କର୍ମରେ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ । ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭ ଦୃଷ୍ଟିରେ ରହିବେ । ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ ଏବଂ କୌଣସି ସଙ୍ଗଠନର ନେତୃତ୍ୱ ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ କୃପା ଲାଭ କରିବେ । ଯେଉଁମାନଙ୍କର ଅନୁରାଧା ବିଛା, ସେମାନେ ସୁଫଳ ପାଇବେ । 

ଶୁଭରଙ୍ଗ : ଲାଲ, ସଂଖ୍ୟା : ୩, ଆରାଧନା : ପ୍ରଭୁସ୍କନ୍ଦ ।

ଧନୁ : ଅଷ୍ଟମଚନ୍ଦ୍ର ଯୋଗୁ ଧନ କ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ଶାରୀରିକ ପୀଡ଼ା ଭୋଗିବେ । ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ ଏବଂ ଉଚିତ୍‌ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍‌ କର୍ମରେ ଅଗ୍ରସର ହେବେ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅପେକ୍ଷା ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ଉତ୍ତରାଷାଢ଼ା ଧନୁ, ସେମାନେ ସତର୍କ ହେବେ । 

ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୫, ଆରାଧନା : ପ୍ରଭୁଗଜାନନ ।

ମକର : ସପ୍ତମ ଚନ୍ଦ୍ର ଯୋଗୁ ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନ ମଧୁର ହେବ । ମୂଲ୍ୟବାନ ଧାତୁ, ବସନ ଭୂଷଣ ଓ ସୌଖୀନ ଘରୋଇ ଉପକରଣ କ୍ରୟ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ପରିଚିତ ମହିଳାଙ୍କଠାରୁ ଧନ ପ୍ରାପ୍ତି ହେବ । କର୍ମରେ ସଫଳତା ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମ ନିପୁଣତା ପ୍ରକାଶ ପାଇବ । ଯେଉଁମାନଙ୍କର ଶ୍ରବଣା ମକର ସେମାନେ ସୁଫଳ ପାଇବେ । 

ଶୁଭରଙ୍ଗ : କଳା, ସଂଖ୍ୟା : ୩, ଆରାଧନା : ମା’ ଦୁର୍ଗା ।

କୁମ୍ଭ : ଷଷ୍ଠଚନ୍ଦ୍ର, ବୁଧବାର ଏବଂ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ପରୋପକାର, ସମାଜସେବାରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପ୍ରମୋଶନ ମିଳିପାରେ । ଯେଉଁମାନଙ୍କର ଶତ ଭିଷାକୁମ୍ଭ, ସେମାନେ ଉପକୃତ ହେବେ ।

ଶୁଭରଙ୍ଗ : ବାଇଗଣୀ, ସଂଖ୍ୟା : ୧୧, ଆରାଧନା : ମା’ କାଳୀ ।

ମୀନ : ପଞ୍ଚମ ଚନ୍ଦ୍ର ଏବଂ ଘାତ ନକ୍ଷତ୍ର ଯୋଗୁ ସମସ୍ତ କର୍ମରେ ଶୁଭ ଫଳ ମିଳିଲେ ମଧ୍ୟ ମନ ବିଷାଦ ଗ୍ରସ୍ତ ରହିବ ।ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂର ଦୃଷ୍ଟି, ଧୀଶକ୍ତି ଓ ସ୍ମରଣ ଶକ୍ତିର ବିକାଶ ଘଟିବ । ପିତାମାତାଙ୍କ କୃପା ଏବଂ ସମସ୍ତଙ୍କର ସଦ୍ଦିଚ୍ଛା ପ୍ରାପ୍ତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଉତ୍ତର ଭାଦ୍ରମୀନ, ସେମାନେ ସୁଫଳ ପାଇବେ । 

ଶୁଭରଙ୍ଗ: ହଳଦିଆ, ସଂଖ୍ୟା : ୯, ଆରାଧନା :  ମା’ ତାରା ।

ଜ୍ୟୋତିର୍ବିଦ୍‌ : କୈଳାସ ଦାଶ

ଯୋଗାଯୋଗ : ୯୪୩୭୧୩୩୪୭୩

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.