ପ୍ରମୂଖ ଖବର
  • ବଢୁଛି ଭାରତ-ପାକିସ୍ତାନ ଉତ୍ତେଜନା, ସ୍ଥଳପଥ ପରେ ଜଳପଥରେ ବି ହାଇଆଲର୍ଟ ଜାରି
  • ||
  • ବଢିଲା ଭାରତ - ପାକିସ୍ତାନ ଯୁଦ୍ଧ ଭୟ, ବିଜୁ ପଟ୍ଟନାୟକ ଏୟାରପୋର୍ଟରେ ହାଇଆଲର୍ଟ ଜାରି
  • ||
  • ଚଣ୍ଡୀଗଡ଼ରେ ବାଜିଲା ଯୁଦ୍ଧ ସାଇରନ୍, ଲୋକଙ୍କୁ ଘର ଭିତରେ ରହିବାକୁ ଅନୁରୋଧ
  • ||
  • ସ୍ୱଦେଶ ବାହୁଡ଼ି ଯିବେ ବିଦେଶୀ ଖେଳାଳି, ଖୁବ୍‌ଶୀଘ୍ର ବଡ଼ ନିଷ୍ପତ୍ତି ନେଇପାରେ ବିସିସିଆଇ
  • ||
  • ଚଣ୍ଡୀଗଡ଼​‌ରେ ବାଜିଲା ସାଇରନ୍‌, ଏୟାରଫୋର୍ସ ଷ୍ଟେସନ୍‌କୁ ଓ୍ବାର୍ଣ୍ଣିଂ, ଲୋକଙ୍କୁ ଘରୁ ନବାହାରିବାକୁ ନିର୍ଦ୍ଦେଶ
  • ||
  • LOC ଏବଂ IBରେ କଡ଼ା ଜବାବ, ପାକିସ୍ତାନର ୫୦ରୁ ଉର୍ଦ୍ଧ୍ଵ ଡ୍ରୋନ୍ ଖସାଇଲା ଭାରତ
  • ||
  • ଶ୍ରୀକ୍ଷେତ୍ରରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା, ପୋଲିସ ଛାଉଣୀରେ ବଡ଼ଦେଉଳ
  • ||
  • ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ମୟୂରଭଞ୍ଜ : ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ଘୋର ଆର୍ଥିକ ସଂକଟରେ ପାକ୍‌ ଅର୍ଥନୀତି: ଆଜି ପାକ୍‌କୁ ଋଣ ପ୍ରଦାନ ନେଇ ସମୀକ୍ଷା କରିବ ଆଇଏମ୍‌ଏଫ, ଭାରତର ବିରୋଧ
  • ||
  • ଅମୃତସର ବାସିନ୍ଦାଙ୍କୁ ଘରେ ରହିବାକୁ ନିର୍ଦ୍ଦେଶ, ଝରକା ଠାରୁ ଦୂରରେ ଏବଂ ଲାଇଟ୍ ବନ୍ଦ ରଖିବାକୁ ନିର୍ଦ୍ଦେଶାବଳୀ ଜାରି
  • ||
  • ଭାରତୀୟ ସେନାକୁ ସଫଳତା , ଧରାପଡିଲା ପାକିସ୍ତାନୀ ପାଇଲଟ୍
  • ||
  • ସମୀକ୍ଷା କରିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, CDS ଏବଂ ୩ ସେନା ମୁଖ୍ୟଙ୍କ ସହ ଯୁଦ୍ଧ ସ୍ଥିତି ନେଇ କରିବେ ଆଲୋଚନା
  • ||
  • ଭାରତ-ପାକ୍ ଯୁଦ୍ଧ ନେଇ ସସପେନ୍ସ: ଆଇପିଏଲ୍‌ ଆୟୋଜନ ଉପରେ ହୋଇପାରେ ବଡ଼ ନିଷ୍ପତ୍ତି
  • ||
  • ବାଲେଶ୍ବର ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରେ ବଢ଼ିଲା ସୁରକ୍ଷା, ଅପରାହ୍ନ ୨ଟାରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ
  • ||
  • ପାକିସ୍ତାନ ଉପରେ ଆକ୍ରମଣକୁ ନେଇ ବିସ୍ତୃତ ତଥ୍ୟ ଦେବ ବୈଦେଶିକ ମନ୍ତ୍ରଣାଳୟ,ସକାଳ ୯ଟାରେ ପ୍ରେସ ମିଟ୍
  • ||
  • ରାଜ୍ୟରେ ଆହୁରି ବଢ଼ିବ ଗରମ ପ୍ରକୋପ, ୧୦ରୁ ୧୪ ପ୍ରଚଣ୍ଡ ତାତି,ପଶ୍ଚିମରେ ହିଟ୍‌ୱେଭ୍‌, ଉପକୂଳରେ ଗୁଳୁଗୁଳି ଆଶଙ୍କା
  • ||

୧୧ଟି ପ୍ରସ୍ତାବକୁ କ୍ୟାବିନେଟ୍ ମୋହର, ତିନି ବର୍ଷରେ ୨ ଲକ୍ଷ ୨୫ ହଜାର ଘର ଦେବେ ସରକାର

Published By : Prameya | February 8, 2025 11:33 AM

ଭୁବନେଶ୍ଵର, ୦୮/୦୨ : ୧୧ଟି ପ୍ରସ୍ତାବକୁ କ୍ୟାବିନେଟ୍ ମୋହର। ଅନ୍ତୋଦୟ ଯୋଜନାରେ ଗରିବଙ୍କୁ ମିଳିବ ପକ୍କା ଘର। ୩୧୪ ବ୍ଲକରେ ନିର୍ମାଣ ହେବ ଷ୍ଟାଡିୟମ୍। ରାଜ୍ୟରେ ଲାଗୁ ହେବ ଏକିକୃତ ପେନସନ୍ ଯୋଜନା। ରାଜ୍ୟରେ ଥିବା ଡ୍ୟାମ୍ ଗୁଡ଼ିକର ହେବ ଉନ୍ନତିକରଣ। ଚାନ୍ଦବାଲିକୁ ନିର୍ମାଣ ହେବ ୩ଟି ବ୍ରିଜ୍। 

ଅନ୍ତୋଦୟ ଯୋଜନାରେ ମିଳିବ ପକ୍କା ଘର

ଅନ୍ତୋଦୟ ଗୃହ ଯୋଜନାରେ ଲୋକଙ୍କୁ ମିଳିବ ପକ୍କା ଘର। ପ୍ରଧାନମନ୍ତ୍ରୀ ଆବାସ ଯୋଜନାରୁ ବଞ୍ଚିତ ଲୋକଙ୍କୁ ଏହି ଯୋଜନାରେ ଘର ମିଳିବ। ଏଥିପାଇଁ ରାଜ୍ୟ ସରକାର ୧ ଲକ୍ଷ ୨୦ ହଜାର ଟଙ୍କାର ମିଳିବ ଆର୍ଥିକ ସହାୟତା ଯୋଗାଇ ଦେବେ। ଆସନ୍ତା ୩ ବର୍ଷ ମଧ୍ୟରେ ୨ ଲକ୍ଷ ୨୫ ହଜାର ଘର ପ୍ରଦାନ କରାଯିବ। ପ୍ରାକୃତିକ ଏବଂ ମନୁଷ୍ୟକୃତ କ୍ଷତି ଏବଂ ବିସ୍ଥାପିତ ଲୋକଙ୍କୁ ଏହି ଯୋଜନାରେ ସାମିଲ କରାଯିବ। ପ୍ରଧାନମନ୍ତ୍ରୀ ଆବାସ ଯୋଜନାରୁ ବାଦ ପଡୁଥିବା ଲୋକଙ୍କୁ ବି ସାମିଲ କରାଯିବ। ପ୍ରଧାନମନ୍ତ୍ରୀ ଆବାସ ପରି ଏହି ଯୋଜନାରେ ବୋନସ୍ ବ୍ୟବସ୍ଥା ଅଛି। ୪ ମାସ ଭିତରେ ଘର କାମ ସାରିଲେ ୨୦ ହଜାର ଏବଂ ୬ ମାସରେ ସାରିଲେ ୧୦ ହଜାର ବୋନସ ମିଳିବ। ଏହି ଯୋଜନାରେ ସରକାର ୭୫୫୦ କୋଟି ଖର୍ଚ୍ଚ କରିବେ।

ରାଜ୍ୟରେ ବ୍ଲକସ୍ତରୀୟ ଷ୍ଟାଡ଼ିୟମ୍ ନିର୍ମାଣ

ସେହିପରି କ୍ରୀଡା ଭିତ୍ତିଭୂମି ପାଇଁ ୩୧୪ ବ୍ଲକରେ ବ୍ଲକସ୍ତରୀୟ ଷ୍ଟାଡିୟମ ନିର୍ମାଣ ହେବ। ଏଥିପାଇଁ ସରକାର ନୂଆ ଯୋଜନା କରିଛନ୍ତି। ୧୨ ରୁ ୧୫ ଏକର ଜମିରେ ଷ୍ଟାଡିୟମ୍ ନିର୍ମାଣ ହେବ। ଏଥିରେ ଫୁଟବଲ୍ କିମ୍ୱା କ୍ରିକେଟ ପଡ଼ିଆ, ଥ୍ରୋ ଓ ଜମ୍ପ ଫିଲ୍ଡ ସହିତ ଆଥଲେଟିକ୍ ଟ୍ରାକ୍, ଭଲିବଲ୍, ଖୋ ଖୋ, କବାଡ଼ି କୋର୍ଟ, ବ୍ୟାଡମିଣ୍ଟନ୍, ଟେବୁଲ ଟେନିସ୍ ଇତ୍ୟାଦି ଖେଳର ସୁବିଧା ସହିତ ଇଣ୍ଡୋର ହଲ୍ ନିର୍ମାଣ କରାଯିବ। ଆସନ୍ତା ୫ ବର୍ଷରେ ୪୧୨୪ କୋଟି ବ୍ୟୟରେ ଷ୍ଟାଡିୟମ ନିର୍ମାଣ ପାଇଁ କ୍ୟାବିନେଟ ନିଷ୍ପତ୍ତି ହୋଇଛି। 

ରାଜ୍ୟରେ ଲାଗୁ ହେବ ଏକିକୃତ ପେନସନ୍ ଯୋଜନା

ରାଜ୍ୟରେ ଏକିକୃତ ପେନସନ ଯୋଜନା ଲାଗୁ ନେଇ କ୍ୟାବିନେଟ ନିଷ୍ପତି ହୋଇଛି। NPSରେ ଥିବା ଅଧିକାରୀମାନେ ଏହି ବ୍ୟବସ୍ଥାରେ ପେନସନ ପାଇବେ। ୩ ଲକ୍ଷ ୩୩ ହଜାର ଅଧିକାରୀମାନେ NPS କି UPSରେ ରହିବେ ସ୍ଥିର କରିବେ। 

ଡ୍ୟାମ୍ ଗୁଡ଼ିକର ହେବ ଉନ୍ନତିକରଣ

ରାଜ୍ୟରେ ଡ୍ୟାମ୍ ଗୁଡିକର ପୁନଃବ୍ୟାସ ଏବଂ ଉନ୍ନତିକରଣ ପାଇଁ ୧୦୬୬ କୋଟି ଖର୍ଚ୍ଚ କରିବେ। ହୀରାକୁଦ ଡ୍ୟାମ୍ ମରାମତି ଏବଂ ଉନ୍ନତିକରଣ ପାଇଁ ୩ଟି ପ୍ରକଳ୍ପ କାର୍ଯ୍ୟ ହେବ। ଆସନ୍ତା ୬ ବର୍ଷରେ ଏହି କାମକୁ ସମ୍ପୂର୍ଣ୍ଣ କରାଯିବ।

୧. ହୀରାକୁଦ ଡ୍ୟାମର ବାମ dyke ରେ ଅତିରିକ୍ତ ସିଲୱେ ନିର୍ମାଣ ହେବ। 

୨. ହୀରାକୁଦ ଡ୍ୟାମର ସଂକଟଜନକ ପରିସ୍ଥିତିର ସର୍ବେକ୍ଷଣ କରି ତାହାର ମରାମତି ଏବଂ ଉନ୍ନତିକରଣ ହେବ।

୩. ହୀରାକୁଦ ଡ୍ୟାମ ତଥା ପ୍ରସ୍ତାବିତ ଅତିରିକ୍ତ ସ୍ପିଲୱେର ଫାଟକ ଗୁଡିକୁ ସ୍କାଡା ପ୍ରଣାଳୀରେ ସ୍ୱୟଂଚାଳିତ କରାଯିବ। 

ଚାନ୍ଦବାଲିକୁ ନିର୍ମାଣ ହେବ ୩ଟି ବ୍ରିଜ୍

ଚାନ୍ଦବାଲିବାସୀଙ୍କ ପାଇଁ ଖୁସି ଖବର। ଚାନ୍ଦବାଲିକୁ ନିର୍ମାଣ ହେବ ୩ଟି ବ୍ରିଜ୍। ଭଦ୍ରକ ଚାନ୍ଦବାଲି ରାସ୍ତାରେ ବୈତରଣୀ ନଦୀରେ ନିର୍ମାଣ ହେବ ଦ୍ଵିତୀୟ ବ୍ରିଜ୍। କଟକ ଚାନ୍ଦବାଲି ରାସ୍ତାର ପାତ୍ରପୁର ଠାରେ ବ୍ରାହ୍ମଣୀ ନଦୀ ଉପରେ ତିଆରି ହେବ ଦ୍ଵିତୀୟ ବ୍ରିଜ୍। ଖରସ୍ରୋତା ନଦୀ ଉପରେ ଭରିଗଡା ଠାରେ ମଧ୍ୟ ନିର୍ମାଣ ହେବ ବ୍ରିଜ୍। ଏନେଇ କ୍ୟାବିନେଟ୍‌ରେ ନିଷ୍ପତ୍ତି ହୋଇଛି। ଏହି ୩ଟି ବ୍ରିଜ ବାବଦକୁ ସରକାର ୬୫୫ କୋଟି ଖର୍ଚ୍ଚ କରିବେ। ସେହିପରି ବରଗଡ଼ରେ ପୂଜାରୀପଲି ଏବଂ ଜାରିମୁଳି ମଧ୍ୟରେ ମହାନଦୀରେ ବ୍ରିଜ ପାଇଁ ନିଷ୍ପତ୍ତି ହୋଇଛି। ଆସନ୍ତା ୩ ରୁ ୪ ବର୍ଷରେ ଏହି କାମ ସାରିବାକୁ ଲକ୍ଷ୍ୟ ରଖିଛି ପୂର୍ତ୍ତ ବିଭାଗ।

ଓଡ଼ିଶା ଲୋକସେବା ଆୟୋଗ (ସେବା ସର୍ତ୍ତାବଳୀ) ବିନିୟମ, ୧୯୫୨ର ସଂଶୋଧନ

ଯଦି କୌଣସି ବ୍ୟକ୍ତି ଆୟୋଗର ଅଧ୍ୟକ୍ଷ କିମ୍ବା ସଦସ୍ୟ ଭାବେ ନିଯୁକ୍ତ ହୁଅନ୍ତି ଏବଂ ତାଙ୍କ ଅନ୍ତିମ ନିର୍ଦ୍ଧାରିତ ବେତନ ଯାହାକି ଅଧ୍ୟକ୍ଷ ଓ ସଦସ୍ୟଙ୍କ ପାଇଁ ଯଥାକ୍ରମେ ମାସିକ ୨,୨୫,୦୦୦ଟଙ୍କା ଓ ମାସିକ ୧,୮୨,୦୦୦ ଟଙ୍କା ଠାରୁ ଅଧିକ ହୋଇଥିବ, ତେବେ ସେ ସରକାରୀ ଚାକିରିରେ ଥିବା ସମୟର ଅନ୍ତିମ ବେତନରୁ ମୋଟ ପେନ୍‍ସନ୍‍ ରାଶିକୁ ବାଦ୍‍ ଦେଲା ପରେ ଯେଉଁ ରାଶି ଉପନୀତ ହେବ, ତାକୁ ପାଇବାକୁ ହକ୍‍ଦାର ହେବେ। 

ଶୃଙ୍ଖଳିତ ହେବ ନିଯୁକ୍ତି ପ୍ରକ୍ରିୟା

ନିଯୁକ୍ତି ପ୍ରକ୍ରିୟାକୁ ଶୃଙ୍ଖଳିତ କରିବା ଏବଂ ରାଜ୍ୟର ସବଅର୍ଡିନେଟ୍ ନ୍ୟାୟପାଳିକାରେ ନିଯୁକ୍ତି ପାଇଁ ପ୍ରତ୍ୟେକ ଶ୍ରେଣୀର ପ୍ରାର୍ଥୀଙ୍କୁ ସୁଯୋଗ ଦେବାକୁ ସରକାର କ୍ୟାବିନେଟ୍‌ରେ ଗୁରୁତ୍ଵପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଓଡ଼ିଶା ଜିଲ୍ଲା ତଥା ସିଭିଲ୍ କୋର୍ଟର ଜୁଡିସିଆଲ୍ ଷ୍ଟାଫ୍ ସର୍ଭିସେସ୍ ନିଯୁକ୍ତି ପଦ୍ଧତି ଏବଂ ସେବା ସର୍ତ୍ତ (ସଂଶୋଧନ) ନିୟମ ୨୦୦୮ କୁ ସଂଶୋଧନ କରିବା ପାଇଁ ପଦକ୍ଷେପ ନିଆଯାଉଛି।

ଓଡ଼ିଶା ଅକ୍ଷୟ ଶକ୍ତି ନୀତି, ୨୦୨୨ର ସଂଶୋଧନ

ରାଜ୍ୟରେ ନବୀକରଣ ଯୋଗ୍ୟ ଶକ୍ତି ପ୍ରକଳ୍ପର ବିକାଶ ପାଇଁ ଏକ ଅନୁକୂଳ ବାତାବରଣ ସୃଷ୍ଟି କରିବା ଉଦ୍ଦେଶ୍ୟରେ ଓଡ଼ିଶା ଅକ୍ଷୟ ଶକ୍ତି ନୀତି ୨୦୨୨ ପ୍ରଣୟନ କରାଯାଇଥିଲା । ଏହି ନୀତିର କାର୍ଯ୍ୟାନ୍ୱୟନରେ ଚିହ୍ନଟ ହୋଇଥିବା ପରିଚାଳନାଗତ ଅସୁବିଧାକୁ ଦୃଷ୍ଟିରେ ରଖି ରାଜ୍ୟ କ୍ୟାବିନେଟ ସଂଶୋଧିତ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ସଂଶୋଧିତ ପ୍ରସ୍ତାବ ଅନୁସାରେ ଏହି ନୀତିର ଅବଧି ମଧ୍ୟରେ ଅର୍ଥାତ ୧୫ ବର୍ଷ ପର୍ଯ୍ୟନ୍ତ ଅକ୍ଷୟ ଶକ୍ତି ପ୍ରକଳ୍ପରୁ ଉତ୍ପାଦିତ ବିଦ୍ୟୁତ ଶକ୍ତି ବ୍ୟବହାର ନିମନ୍ତେ ହ୍ୱିଲିଂ ଚାର୍ଜରେ ୨୫ ପ୍ରତିଶତ ପରିବର୍ତ୍ତେ ୫୦ ପ୍ରତିଶତ ଛାଡ଼ ପ୍ରଦାନ କରାଯାଇଛି। ତେବେ ଅନ୍ୟ ନବୀକରଣ ଯୋଗ୍ୟ ପ୍ରକଳ୍ପଗୁଡିକ ପାଇଁ ହ୍ୱିଲିଂ ଚାର୍ଜରେ ପ୍ରଚଳିତ ୨୫ ପ୍ରତିଶତ ଛାଡ଼ ବଳବତ୍ତର ରହିବ। ପୂର୍ବ ନୀତି ଅନୁଯାୟୀ, ୧୦  କିମ୍ବା ତଦୁର୍ଦ୍ଧ୍ୱ ବାସଗୃହ ଥିବା ଜନବସତିର ୧ କିମି ପରିସର ମଧ୍ୟରେ ପବନ କଳ ସ୍ଥାପନକୁ ବାରଣ କରାଯାଇଥିଲା । ତେବେ ଭାରତ ସରକାରଙ୍କ ନୂତନ ଏବଂ ଅକ୍ଷୟ ଶକ୍ତି ମନ୍ତ୍ରଣାଳୟ କାର୍ଯ୍ୟାଳୟ ପତ୍ରର ସଂଶୋଧିତ ପ୍ରାବଧାନ ଅନୁଯାୟୀ ଏହି ନିୟମକୁ ପରିବର୍ତ୍ତନ କରାଯାଇଛି। 



Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.