ପ୍ରମୂଖ ଖବର
  • ବଲାଙ୍ଗୀର : ଗ୍ୟାସ ସିଲିଣ୍ଡର ଚୋରି ଗ୍ୟାଙ୍ଗକୁ ଧରିଲା ପୋଲିସ; ୫ ଗିରଫ,୧୩୩ରୁ ଉର୍ଦ୍ଧ୍ୱ ଗ୍ୟାସ୍‌ ସିଲିଣ୍ଡର ଜବତ
  • ||
  • ଗୁଣପୁର : ବାଇକ୍‌ ଚୋରଙ୍କୁ ଧରିଲା ପୋଲିସ; ୫ ଗିରଫ, ୮ ବାଇକ୍‌ ଜବତ
  • ||
  • ଖଲ୍ଲିକୋଟ : ପୋଖରୀରେ ବୁଡ଼ି ବ୍ୟକ୍ତି ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଚନ୍ଦାହାଣ୍ଡି : ସାପ କାମୁଡାରେ ୯ ବର୍ଷର ଝିଅ ମୃତ, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ବ୍ରହ୍ମପୁର : ଗାଡ଼ି ବ୍ୟାଟେରୀ ଚୋରଙ୍କ ପାର୍ଦ୍ଦାଫାଶ; ୫ଲୁଟେରା ଗିରଫ, ୭ ବ୍ୟାଟେରୀ ଜବତ
  • ||
  • ନବରଙ୍ଗପୁର : ସ୍କୁଲ ପଛ ବୁଦା ମୂଳରୁ ଛାତ୍ରୀଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର, ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ
  • ||
  • ଭରତପୁର ଥାନାରେ ମେଜରଙ୍କୁ ମାଡ଼ ଘଟଣା : ୫ ପୋଲିସ ଅଫିସର ନିଲମ୍ଵିତ
  • ||
  • ଅସ୍ତରଙ୍ଗରେ ପାଗଳ ବିଲୁଆର ଆତଙ୍କ, ୧୦ରୁ ଉର୍ଦ୍ଧ୍ୱ ଆହତ
  • ||
  • ବଣାଇ : ଉତ୍ପାତ ହେଉଥିଲା ଦନ୍ତା, ତୋଡ଼ା ଫରେଷ୍ଟରେ ଚାଲିଛି ଟ୍ରାଙ୍କୁଲାଇଜ୍
  • ||
  • ନବରଙ୍ଗପୁରରେ ବେଆଇନ ଗୋରୁ ଚାଲାଣ, ୫୦ରୁ ଉର୍ଦ୍ଧ୍ୱ ଗୋରୁ ଉଦ୍ଧାର
  • ||
  • ଭୋଗରାଇ : ଫୁଲୁଛି ସୁବର୍ଣ୍ଣରେଖା ନଦୀ, ବିପଦ ସଙ୍କେତ ଟପି ବନ୍ୟାଜଳ ପ୍ରବାହିତ
  • ||

ଡେଲିଭରି ବ୍ୟାଗ୍‌ରେ ଗଞ୍ଜେଇ ଚାଲାଣ,୨ ଗିରଫ

ବୌଦ୍ଧ,୧୪/୦୯: ଗଞ୍ଜେଇ ଚୋରା ଚାଲାଣ କରି ଧରା ପଡ଼ିଲେ ୨ଜଣ ଡେଲିଭରି ବୟ । ଗିରଫ ହୋଇଥିବା ଦୁଇ ଯୁବକ ଅନୁଗୁଳ ଜିଲ୍ଲା ସୁବର୍ଣ୍ଣପୁରର ପ୍ରକାଶ ପ୍ରଧାନ ଓ ସାହୁପଡ଼ାର ସଂଗ୍ରାମ ମହଲା ବୋଲି ଜଣାପଡ଼ିଛି । ସେମାନଙ୍କ ପାଖରୁ ୨୩ କେଜି ଗଞ୍ଜେଇ ସହିତ ଗୋଟିଏ ବାଇକ୍ ଜବତ କରାଯାଇଛି । ବୌଦ୍ଧ ଜିଲ୍ଲାର ବାଉଁଶୁଣି ଥାନା ଅନ୍ତର୍ଗତ ସାହୁପଡ଼ା ଗ୍ରାମରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ପ୍ରକାଶ ପ୍ରଧାନ ଓ ସଂଗ୍ରାମ ମହଲା ଦୁଇ ଜଣ ଗୋଟିଏ ଡେଲିଭରି କମ୍ପାନୀରେ କାମ କରୁଥିଲେ । ତେବେ ଉଭୟ ଅଭିଯୁକ୍ତ ସାହୁପଡ଼ା ଅଞ୍ଚଳରୁ ତାଙ୍କ ଡେଲିଭରି ବ୍ୟାଗ୍‌ରେ ଗଞ୍ଜେଇ ଚୋରା ଚାଲାଣ କରୁଥିଲେ । ଏନେଇ ବାଉଁଶୁଣି ପୋଲିସ ଏକ ବିଶେଷ ସୂତ୍ରରୁ ଖବର ପାଇଥିଲା । ଖବର ପାଇ ଥାନା ଅଧିକାରୀ ଅଞ୍ଜଳି ବିଶ୍ୱାଳଙ୍କ ନେତୃତ୍ୱରେ ଏକ ଟିମ୍ ସେଠାର ଚଢ଼ାଉ କରିଥିଲା । ତେବେ ସେଠାରେ ଦୁଇ ଜଣ ଅଭିଯୁକ୍ତ ଧରା ପଡ଼ିଥିଲେ । ଏହି ସମୟରେ ତାଙ୍କ ନିକଟରୁ ଏକ ବ୍ୟାଗ୍‌ରେ ୨୩ କେଜି ଗଞ୍ଜେଇ ଗୋଟିଏ ବାଇକ୍ ଜବତ କରି ଉଭୟଙ୍କୁ ଗିରଫ କରିଛି ପୋଲିସ । ତେବେ ଏହି ଗଞ୍ଜେଇ କେଉଁଠୁ ଆଣିଥିଲେ ଏବଂ କୁଆଡେ ଚାଲାଣ କରୁଥିଲେ ସେ ନେଇ ଅଧିକ ତଦନ୍ତ ଜାରି ରଖିଛି ପୋଲିସ । 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.