ପ୍ରମୂଖ ଖବର
  • ବାଲେଶ୍ୱର : ଯାତ୍ରା ଦେଖିବାକୁ ଯାଇ ଫେରିଲେନି ଯୁବକ, ଉଦ୍ଧାର ହେଲା ମୃତଦେହ
  • ||
  • ଖସିଲା ସୁନା ଦର, ୨୪ କ୍ୟାରେଟ୍ ୧୦ ଗ୍ରାମ ପିଛା ୮୮, ୪୦୧ ଟଙ୍କାକୁ ହ୍ରାସ , ରୂପା ଦର କିଲେ ପିଛି ୮୮, ୩୭୫ ଟଙ୍କାକୁ ଖସିଲା
  • ||
  • ଦକ୍ଷିଣ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ଉତ୍ତରପଶ୍ଚିମ ଦିଗରେ ଗତି କରିବ
  • ||
  • କଟକ : ବସ୍-ଅଟୋ ମୁହାଁମୁହିଁ ଧକ୍କା, ୩ ଗୁରୁତର
  • ||
  • ପୁରୀ : ସର୍ଟ ସର୍କିଟରୁ ଆମ୍ୱୁଲାନ୍ସରେ ଲାଗିଲା ନିଆଁ, ଅଳ୍ପରେ ବର୍ତ୍ତିଲେ ରୋଗୀ
  • ||
  • ବୌଦ୍ଧ : ୨ କୁଇଣ୍ଟାଲ ଗଞ୍ଜେଇ ସହିତ କାର୍‌ ଏବଂ ବାଇକ୍ ଜବତ, ୩ ଗିରଫ
  • ||
  • ଖୋର୍ଦ୍ଧା : ଷଢେଇଗଡ ଗାଁରେ ବୋମା ବିସ୍ଫୋରଣ: ଜଣେ ମୃତ, ଜଣେ ଗୁରୁତର
  • ||
  • ହାଇଦ୍ରାବାଦର ଚତୁର୍ଥ ପରାଜୟ, ୭ ୱିକେଟ୍‌ରେ ଜିତିଲା ଗୁଜରାଟ, ଆଜି ମୁମ୍ବାଇକୁ ଭେଟିବ ବେଙ୍ଗାଲୁରୁ
  • ||
  • ଓଡ଼ିଆ ନୂଆବର୍ଷ ପୂର୍ବରୁ ବିଜେଡି ସାଙ୍ଗଠନିକ ନିର୍ବାଚନ, ଆଜି ଶଙ୍ଖ ଭବନରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ
  • ||
  • ଗଞ୍ଜାମ : ବିଷ ପିଇ ଗୋଟିଏ ପରିବାରର ୩ ଜଣଙ୍କ ମୃତ୍ୟୁ, ଛାନଭିନ୍‌ କରୁଛି ପୋଲିସ
  • ||

୨ କୁଇଣ୍ଟାଲ ଗଞ୍ଜେଇ ସହିତ କାର୍‌ ଏବଂ ବାଇକ୍ ଜବତ, ୩ ଗିରଫ

Published By : Harapriya Sethi | April 7, 2025 10:46 AM

ଭୁବନେଶ୍ୱର,୦୭/୦୪: କାର୍‌ ଓ ବାଇକ୍‌ରେ ଗଞ୍ଜେଇ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ । ୨ କୁଇଣ୍ଟାଲ ଗଞ୍ଜେଇ ସହିତ କାର୍‌ ଏବଂ ବାଇକ୍ ଜବତ କରି ୩ ଅଭିଯୁକ୍ତଙ୍କୁ ଗିରଫ କଲା ଆଦର୍ଶ ଥାନା ପୋଲିସ । ଗିରଫ ଅଭିଯୁକ୍ତ ହେଲେ ଜିତେନ୍ଦ୍ର ମହାକୁଲ, ନିଲାଞ୍ଚଲ ଘିବିଲା ଓ ଦୁର୍ଯୋଧନ ବିଶି । ବୌଦ୍ଧ ଜିଲ୍ଲା ବଡବଙ୍କାପଡ଼ା ଠାରେ ଆଦର୍ଶ ଥାନା ପୋଲିସ ଏହି ଚଢ଼ାଉ କରିଛି ।

ସୂଚନା ମୁତାବକ, ବଡବଙ୍କାପଡ଼ା ଠାରେ ଏକ କାର୍‌ ଏବଂ ବାଇକ୍‌ ଯୋଗେ ବିପୁଳ ପରିମାଣର ଗଞ୍ଜେଇ ଚାଲାଣ ହେଉଥିଲା । ଏନେଇ ଏକ ବିଶେଷ ସୂତ୍ରରୁ ଖବର ପାଇ ଆଦର୍ଶ ଥାନା ପୋଲିସ ଅତର୍କିତ ଚଢାଉ କରିଥିଲା । ଏହି ଚଢାଉରେ ୨ କୁଇଣ୍ଟାଲ ଗଞ୍ଜେଇ ସହିତ କାର୍‌ ଏବଂ ବାଇକ୍ ଜବତ ହୋଇଛି । ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୨୦ ଲକ୍ଷ ଟଙ୍କା । ଏହା ସହ ଘଟଣା ସମ୍ପୃକ୍ତ ଥିବା ୩ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ପୋଲିସ ଗିରଫ କରିଛି । ସମସ୍ତ ଅଭିଯକ୍ତଙ୍କୁ ଗିରଫ କରିବା ପରେ ଏଥିରେ ଆଉ କିଏ କିଏ ସାମିଲ ଅଛନ୍ତି ଏବଂ କେଉଁ ସ୍ଥାନକୁ ଗଞ୍ଜେଇ ଚାଲାଣ ହେଉଥିଲା, ତାହାର ତଦନ୍ତ କରୁଛି ପୋଲିସ । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.